Posted inଖେଳ

ପାକିସ୍ତାନର ସେମି ଆଶା ଉଜ୍ଜୀବିତ

ସିଡ୍‌ନି,୩।୧୧: ସିଡ୍‌ନିଠାରେ ଗୁରୁବାର ଟି-୨୦ ବିଶ୍ବକପର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୩୩ ରନ୍‌ରେ ପରାସ୍ତ କରିଛି ପାକିସ୍ତାନ। ପାକିସ୍ତାନ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିଲା। ଦଳ ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ ହରାଇ ୧୮୫ ରନ୍‌ କରିଥିଲା। ତେବେ ଏହାର ଜବାବରେ ଦକ୍ଷିଣ ଆଫ୍ରିକା ୯ ଉଇକେଟ ହରାଇ ୧୦୮ ରନ୍‌ କରିଥିଲା। ଫଳରେ ପାକିସ୍ତାନ ଏହି ବିଜୟ ସହ ୪ ପଏଣ୍ଟ ସହ ଗ୍ରୁପ-୨ ପଏଣ୍ଟ ଟେବୁଲର ତୃତୀୟ ସ୍ଥାନରେ ପହଞ୍ଚିଛି । ଅନ୍ୟପକ୍ଷେ ଭାରତ ୬ ପଏଣ୍ଟ ସହ ପ୍ରଥମ ସ୍ଥାନରେ ଥିବା ବେଳେ ଦକ୍ଷିଣ ଆଫ୍ରିକା ୫ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନରେ ରହିଛି ।

ତେବେ ମ୍ୟାଚ ଅଧାରେ ବର୍ଷା ହେବାରୁ ଡକ୍‌ଓ୍ବର୍ଥ ଲୁଇସ ନିୟମ ଅନୁସାରେ ଖେଳକୁ ୧୪ ଓଭରକୁ କମାଇ ଦିଆଯାଇଥିଲା। ସେହିପରି ରନ୍‌ରେ ହ୍ରାସ କରି ଦକ୍ଷିଣ ଆଫ୍ରିକାକୁ ୧୪୨ ରନ୍‌ର ଟାର୍ଗେଟ ଦିଆଯାଇଥିଲା। ହେଲେ ଦକ୍ଷିଣ ଆଫ୍ରିକା ୧୪ ଓଭରରେ ୯ ଉଇକେଟ ହରାଇ ୧୦୮ ରନ୍‌ କରିବାରେ ସଫଳ ହୋଇଥିଲା। ଫଳରେ ପାକିସ୍ତାନ ୩୩ ରନ୍‌ରେ ବିଜୟ ହୋଇ ସେମି ଫାଇନାଲ ଦୌଡ଼ ଆଶା ଉଜ୍ଜୀବିତ କରିଛି। ପାକିସ୍ତାନ ବାଂଲାଦେଶ ବିପକ୍ଷ ଶେଷ ମ୍ୟାଚ ଜିତେ ତେବେ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିପାରିବ ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri