ବିଗୁଡୁଛି ପାକିସ୍ତାନର ସ୍ଥିତି: ସ୍କୁଲ ବନ୍ଦ, ୩ ଦିନ ଲକଡାଉନ

ଇସଲାମାବାଦ,୧୬।୧୧: ଆଜିକାଲି ପାକିସ୍ତାନର ପଞ୍ଜାବ ପ୍ରଦେଶ ସ୍ଥତି ବାୟୁ ପ୍ରଦୂଷଣରେ ବିଗିଡିଯାଇଛି। କ୍ରମାଗତ ଭାବରେ ବଢୁଥିବା ବାୟୁ ଗୁଣବତ୍ତା ସୂଚକ (AQI)କୁ ଦୃଷ୍ଟିରେ ରଖି ପଞ୍ଜାବ ସରକାର ଲାହୋର ଏବଂ ମୁଲତାନ ଭଳି ଧୂଆଁ ପ୍ରଭାବିତ ସହରରେ ସ୍ବାସ୍ଥ୍ୟ ଜରୁରୀକାଳୀନ ପରିସ୍ଥିତି ଲଗାଇଛନ୍ତି। ପ୍ରଦୂଷଣର ମୁକାବିଲା ପାଇଁ ଅନ୍ୟାନ୍ୟ ଅନେକ ବଡ଼ ନିଷ୍ପତ୍ତି ନିଆଯାଇଛି ।

ପଞ୍ଜାବ ସରକାରର ବରିଷ୍ଠ ମନ୍ତ୍ରୀ ମରିୟମ ଔରଙ୍ଗଜେବ ଶୁକ୍ରବାର ଲାହୋରରେ ଏହି ସମସ୍ୟା ବିଷୟରେ ଗଣମାଧ୍ୟମକୁ କହିଛନ୍ତି। ସେ କହିଛନ୍ତି ଯେ ଧୂଆଁର ସମସ୍ୟା ସ୍ବାସ୍ଥ୍ୟ ସଙ୍କଟରେ ପରିଣତ ହୋଇଛି। ଏହାର ମୁକାବିଲା ପାଇଁ ଅନେକ କଠୋର ପଦକ୍ଷେପ ନେବା ଆବଶ୍ୟକ। ସେ ପାକିସ୍ତାନର ପଞ୍ଜାବ ପ୍ରଦେଶ ସରକାରଙ୍କ ୧୦ ବର୍ଷର ଜଳବାୟୁ ପରିବର୍ତ୍ତନ ନୀତି ବିଷୟରେ ମଧ୍ୟ ଘୋଷଣା କରିଛନ୍ତି। ଏଥିରେ ବନ୍ୟା, ପ୍ରାକୃତିକ ବିପର୍ଯ୍ୟୟ, ପୁନର୍ବାସ ଭଳି ସମସ୍ୟା ଅନ୍ତର୍ଭୁକ୍ତ।

ରିପୋର୍ଟ ଅନୁଯାୟୀ ପଞ୍ଜାବର ରାଜଧାନୀ ଲାହୋର ଏବଂ ମୁଲତାନରେ ପରିସ୍ଥିତି ଗୁରୁତର ରହିଛି। ଏଠାରେ AQI ଦୁଇଥର ୨,୦୦୦ରୁ ଅଧିକ ହୋଇଛି। AQI ଦୃଷ୍ଟିରୁ ଲାହୋର ଦୁନିଆର ସବୁଠାରୁ ପ୍ରଦୂଷିତ ସହର ମଧ୍ୟରେ ରହିଆସିଛି ।

ରିପୋର୍ଟରେ କୁହାଯାଇଛି ଯେ ସପ୍ତାହରେ ତିନି ଦିନ – ଶୁକ୍ରବାର, ଶନିବାର ଏବଂ ରବିବାର ଦିନ ମୁଲତାନ ଏବଂ ଲାହୋରରେ ସମ୍ପୂର୍ଣ୍ଣ ଲକଡାଉନ ରହିବ। କେବଳ ଏତିକି ନୁହେଁ, ଏକ ସପ୍ତାହ ପାଇଁ ନିର୍ମାଣ କାର୍ଯ୍ୟ ଉପରେ ମଧ୍ୟ ନିଷେଧାଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri