Posted inଜାତୀୟ

ବର୍ଡରରେ ବଡ଼ ଆଟାକ୍‌ କଲା ପାକିସ୍ତାନ! ଭାରତରେ ବଡ଼ ବିସ୍ଫୋରଣ

ଜମ୍ମୁ,୧୦।୫: ମାତ୍ର ୪ ଘଣ୍ଟା ନପୁରୁଣୁ ପୁଣି ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି ପାକିସ୍ତାନ । ସୀମାରେ ଗୁଳିବର୍ଷା କରୁଛି ପାକିସ୍ତାନ । ପୁଣି ସୀମା ପଟୁ ଆରମ୍ଭ ହେଲା ଗୁଳି ବର୍ଷା ସହ ଡ୍ରୋନ ଆକ୍ରମଣ । ଜମ୍ମୁକଶ୍ମୀରର ବିଭିନ୍ନ ସେକ୍ଟରରେ ପାକିସ୍ତାନ ଗୁଳିମାଡ କରିଥିବା ସୂଚନା । ତେବେ ଭାରତୀୟ ବର୍ଡର ସିକ୍ୟୁରିଟି ଫୋର୍ସ ପକ୍ଷରୁ ମୁହଁତୋଡ ଜବାବ ଦିଆଯାଉଛି । ଏପଟେ ଜମ୍ମୁ, ଜୈସଲମେରରେ ସମ୍ପୂର୍ଣ୍ଣ ବ୍ଲାକଆଉଟ ଲାଗୁ କରାଯାଇଛି । ପଞ୍ଜାବର ଫିରୋଜପୁର,ପଠାନକୋଟ ରେ ସମ୍ପୂର୍ଣ୍ଣ ବ୍ଲାକଆଉଟ ଲାଗୁ କରାଯାଇଛି।

Pakistan Violeted Ceasefire: ଭାରତ-ପାକିସ୍ତାନ ଅସ୍ତ୍ରବିରତି ଘୋଷଣାର କିଛି ଘଣ୍ଟା ମଧ୍ୟରେ, ପାକିସ୍ତାନ ପୁଣି ଥରେ ତାର ଅସଲ ଚେହେରା ଦେଖାଇଛି। ପାକ୍‌ ପୁଣି ଭାରତ ଉପରେ ଡ୍ରୋନ ଆଟାକ୍‌ କରିଛି। ପାକିସ୍ତାନ LOC ଉପରେ ପୁଣି ଗୁଳି ଚଳାଇଛି। ଯାହାର ଜବାବ ମଧ୍ୟ ଦେଇଛି ଭାରତୀୟ ସେନା। ଜମ୍ମୁର ଅନେକ ଅଞ୍ଚଳରେ ପାକିସ୍ତାନ ଗୁଳି ଚଳାଇଛି।

Pakistan Violeted Ceasefire: ମାତ୍ର 3 ଘଣ୍ଟା ପରେ ପାକିସ୍ତାନ ଅସ୍ତ୍ରବିରତି ଭାଙ୍ଗିଛି। LoCରେ ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି। ଅଖନୁର, ରଜୌରୀ ଓ ପୁଞ୍ଚରେ ଅସ୍ତ୍ରବିରତି ଉଲ୍ଲଙ୍ଘନ ହୋଇଛି। ଏନେଇ ଜାତୀୟ ଗଣମାଧ୍ୟମର ସୂଚନା ପ୍ରକାଶ ପାଇଛି। ଉଦାମପୁର, ଅଖନୋର, ନୋଶେରା, ପୁଞ୍ଚ, ମେଘର, ଜମ୍ମୁ, ସୁନ୍ଦରବାନୀ, ଆରଏସ ପୁର, ଆର୍ନିଆ ଏବଂ କାଥୁଆ ଅଞ୍ଚଳରେ ପ୍ରବଳ ଗୁଳି ବିନିମୟ ହୋଇଥିବା ସୂଚନା ମିଳିଛି।

Pakistan Violeted Ceasefire: କହିରଖୁଛୁ କି, କିଛି ସମୟ ପୂର୍ବରୁ ଅସ୍ତ୍ରବିରତି ହୋଇଥିଲା। ଏନେଇ ସରକାର ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଥିଲେ। ଭାରତ-ପାକିସ୍ତାନ ଅସ୍ତ୍ରବିରତି ପାଇଁ ସହମତି ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ବୈଦେଶିକ ସଚିବ ବିକ୍ରମ ମିଶ୍ରି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ୍ସରେ ଏନେଇ ଘୋଷଣା ପରେ ବିକ୍ରମ ମିଶ୍ରି ସୂଚନା ଦେଇଛନ୍ତି।

ସୂଚନାଥାଉକି, କିଛି ଘଣ୍ଟା ପୂର୍ବରୁ ବୈଦେଶିକ ମନ୍ତ୍ରଣାଳୟ ସଚିବ ବିକ୍ରମ ମିଶ୍ର ସୂଚନା ଦେଇଥିଲା, ‘ପାକିସ୍ତାନ ସାମରିକ ଅଭିଯାନ ମହାନିର୍ଦ୍ଦେଶକ (ଡିଜିଏମଓ) ଆଜି ଅପରାହ୍ନ ୩:୩୫ ରେ ଭାରତୀୟ ଡିଜିଏମଓଙ୍କୁ ଫୋନ କରିଥିଲେ।’ ସେମାନଙ୍କ ମଧ୍ୟରେ ଚୁକ୍ତି ହୋଇଥିଲା ଯେ ଉଭୟ ପକ୍ଷ ସ୍ଥଳ, ଆକାଶ ଏବଂ ସମୁଦ୍ରରେ ସମସ୍ତ ପ୍ରକାରର ଗୁଳିମାଡ଼ ଏବଂ ସାମରିକ କାର୍ଯ୍ୟାନୁଷ୍ଠାନ ବନ୍ଦ କରିବେ। ଆଜି ଉଭୟ ପକ୍ଷଙ୍କୁ ଏହି ଚୁକ୍ତିନାମା କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମେ ୧୨ ତାରିଖ ଦିନ ୧୨ଟାରେ ସାମରିକ ଅଭିଯାନର ମହାନିର୍ଦ୍ଦେଶକ ପୁନର୍ବାର କଥା ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri