ୱିକିପିଡିଆ ଉପରୁ ପ୍ରତିବନ୍ଧକ ହଟାଇଲା ପାକିସ୍ତାନ

ଇସଲାମାବାଦ,୭ ।୨: ପାକିସ୍ତାନରେ ଅନଲାଇନ ନଲେଜ ପ୍ଲାଟଫର୍ମ ୱିକିପିଡିଆ ଉପରେ ଲଗାଯାଇଥିବା ପ୍ରତିବନ୍ଧକକୁ ହଟାଇ ଦିଆଯାଇଛି । ପ୍ରଧାନମନ୍ତ୍ରୀ ଶହବାଜ ଶରିଫଙ୍କ ନିର୍ଦ୍ଦେଶକ୍ରମରେ ତୁରନ୍ତ ୱିକିପିଡିଆ ସଂଚାଳନ ପୁନର୍ବାର ଆରମ୍ଭ କରାଯାଇଛି । କିଛିଦିନ ପୂର୍ବରୁ ସାରା ବିଶ୍ୱରେ ଚର୍ଚ୍ଚିତ ୱିକିପିଡିଆ ଉପରେ ପାକିସ୍ତାନ ସରକାର ପ୍ରତିବନ୍ଧକ ଲଗାଇଥିଲେ ।
ୱିକିପିଡିଆ ଉପରେ ଲାଗିଥିବା ପ୍ରତିବନ୍ଧକକୁ ହଟାଇବାକୁ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୩ ସଦସ୍ୟ ବିଶିଷ୍ଟ ମିନିଷ୍ଟରିୟାଲ କମିଟି ନିଷ୍ପତ୍ତି ନେଇଛନ୍ତି । ଏଥିରେ ପ୍ରଧାନମନ୍ତ୍ରୀ ଶହବାଜ ଶରିଫଙ୍କ ବ୍ୟତୀତ ଆଇନ ମନ୍ତ୍ରୀ ଆଜମ ନଜିର ତରାର, ଇକନୋମିକ ଆଫେୟାର ଆଣ୍ଡ ପଲିଟିକାଲ ଆଫେୟାର ମନ୍ତ୍ରୀ ଅୟାଜ ସାଦିକ ଓ ସୂଚନା ଓ ପ୍ରସାରଣ ମନ୍ତ୍ରୀ ମରିୟମ ଔରଙ୍ଗଜେବ ସାମିଲ ଅଛନ୍ତି । ମନ୍ତ୍ରୀଙ୍କ ଏହି ପରିଷଦ ୱିକିପିଡିଆ ଉପରୁ ତୁରନ୍ତ ପ୍ରତିବନ୍ଧ ହଟାଇବାକୁ ଉପଦେଶ ଦେଇଥିଲେ । ଜିଓ ନ୍ୟୁଜର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ଟେଲିକମ୍ୟୁନିକେଶନ ଅଥରିଟି(ପିଟିଏ) ୧ ଫେବୃୟାରୀରେ ୱିକିପିଡିଆରେ କିଛି ବିବାଦୀୟ କଣ୍ଟେଣ୍ଟସକୁ ହଟାଇବାକୁ କହିଥିଲେ । ହେଲେ, ସେତେବେଳେ ୱିକିପିଡିଆ ବିବାଦୀୟ କଣ୍ଟେଣ୍ଟକୁ ହଟାଇପାରି ନ ଥିଲା । ଏହାର ୨ ଦିନ ପରେ ପାକିସ୍ତାନ ସରକାର ୱିକିପିଡିଆକୁ ବ୍ୟାନ କରିଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri