Posted inଖେଳ

ପାକିସ୍ତାନକୁ ହରାଇଲା ଜିମ୍ବାଓ୍ବେ

ହାରାରେ,୨୪।୪: ସ୍ଥାନୀୟ ସ୍ପୋଟର୍‌ସ କ୍ଲବ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ଲୋ- ସ୍କୋରିଂ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଜିମ୍ବାଓ୍ବେ ଭ୍ରମଣକାରୀ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି। ଟସ୍‌ ଜିତି ପାକିସ୍ତାନ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଜିମ୍ବାଓ୍ବେ ୨୦ ଓଭରରେ ୯ ଉଇକେଟରେ ୧୧୮ ରନ ସଂଗ୍ରହ କରିଥିଲା। ଜବାବରେ ପାକିସ୍ତାନ ୧୯.୫ ଓଭରରେ ୯୯ ରନ କରି ଅଲଆଉଟ ହୋଇ ପରାସ୍ତ ହୋଇଥିଲା। ୨୬ ବର୍ଷୀୟ ଡାହାଣହାତୀ ଦ୍ରୁତ ବୋଲର ଲୁକ୍‌ ଜଙ୍ଗଓ୍ବେ ୧୮ ରନ ବ୍ୟୟ କରି ୪ ଉଇକେଟ ଅକ୍ତିଆର କରିବା ସହ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
୧୧୯ ରନ ଛୋଟିଆ ଟାର୍ଗେଟର ପିଛା କରି ପାକିସ୍ତାନ ନିୟମିତ ଅନ୍ତରରେ ଉଇକେଟ ହରାଇଥିଲା। ଅଧିନାୟକ ବାବର ଆଜମ ସର୍ବାଧିକ ୪୧, ଡାନିସ ଅଜିଜ ୨୨, ମହମ୍ମଦ ରିଜ୍‌ଓ୍ବାନ ୧୩ ରନ ସଂଗ୍ରହ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁପାରି ନ ଥିଲେ। ୩ଜଣ ଦୁଇଅଙ୍କ ଛୁଇଁପାରି ନ ଥିଲେ। ବୋଲିଂରେ ଜିମ୍ବାଓ୍ବେ ତରଫରୁ ଜଙ୍ଗଓ୍ବେ ସର୍ବାଧିକ ୪, ରିଆନ ବୁର୍ଲ ୨, ବ୍ଲେସିଂ ମୁଜାରବାନି ଓ ରିଚାର୍ଡ ଏନ୍‌ଗାରଭା ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଜିମ୍ବାଓ୍ବେ ମଧ୍ୟ ବଡ଼ ସ୍କୋର ହାସଲ କରିପାରି ନ ଥିଲା। ଦଳ ତରଫରୁ ଓପନର ଟିନାସ କାମୁନହୁକାମଓ୍ବେ ସର୍ବାଧିକ ୩୪, ଟାଡିଓ୍ବାନାଶେ ମାରୁମାନୀ ୧୩, ଓ୍ବେସଲି ମାଧଭେରେ ୧୬, ଉଇକେଟକିପର ବ୍ୟାଟ୍ସମ୍ୟାନ ରେଗିସ ଚକଭା ୧୮, ତାରିସାଇ ମୁସାକାଣ୍ଡା ୧୩ ରନ ସଂଗ୍ରହ କରି ଆଉଟ ହୋଇଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ମହମ୍ମଦ ହାସନେନ ଓ ଡାନିଶ ଅଜିଜ ୨ ଲେଖାଏ, ଫହିମ ଆଶ୍ରଫ, ଅର୍ଶାଦ ଇକ୍‌ବାଲ, ହାରିସ ରୌଫ, ଉସ୍‌ମାନ କାଦିର ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଜିମ୍ବାଓ୍ବେ ୨୦ ଓଭରରେ ୧୧୮/୯
(ଟିନାସ- ୩୪, ମାରୁମାନି- ୧୩, ମାଧଭେରେ- ୧୬, ଚକଭା- ୧୮, ମୁସାକାଣ୍ଡା- ୧୩, ହାସନେନ- ୨/୧୯, ଡାନିସ- ୨/୨୯)।
ପାକିସ୍ତାନ ୧୯.୫ ଓଭରରେ ୯୯
(ବାବର- ୪୧, ଅଜିଜ- ୨୨, ରିଜଓ୍ବାନ- ୧୩, ଜଙ୍ଗଓ୍ବେ- ୪/୧୮, ରିଆନ ବୁର୍ଲ- ୨/୨୧)।
କ୍ୟାପଶନ: ବାବର ଆଜମଙ୍କୁ ରନ୍‌ ଆଉଟ କରୁଛନ୍ତି ରେଗିସ ଚକଭା


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri