Posted inଖେଳ

ପାକିସ୍ତାନକୁ ହରାଇଲା ଜିମ୍ବାଓ୍ବେ

ହାରାରେ,୨୪।୪: ସ୍ଥାନୀୟ ସ୍ପୋଟର୍‌ସ କ୍ଲବ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ଲୋ- ସ୍କୋରିଂ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଜିମ୍ବାଓ୍ବେ ଭ୍ରମଣକାରୀ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି। ଟସ୍‌ ଜିତି ପାକିସ୍ତାନ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଜିମ୍ବାଓ୍ବେ ୨୦ ଓଭରରେ ୯ ଉଇକେଟରେ ୧୧୮ ରନ ସଂଗ୍ରହ କରିଥିଲା। ଜବାବରେ ପାକିସ୍ତାନ ୧୯.୫ ଓଭରରେ ୯୯ ରନ କରି ଅଲଆଉଟ ହୋଇ ପରାସ୍ତ ହୋଇଥିଲା। ୨୬ ବର୍ଷୀୟ ଡାହାଣହାତୀ ଦ୍ରୁତ ବୋଲର ଲୁକ୍‌ ଜଙ୍ଗଓ୍ବେ ୧୮ ରନ ବ୍ୟୟ କରି ୪ ଉଇକେଟ ଅକ୍ତିଆର କରିବା ସହ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି।
୧୧୯ ରନ ଛୋଟିଆ ଟାର୍ଗେଟର ପିଛା କରି ପାକିସ୍ତାନ ନିୟମିତ ଅନ୍ତରରେ ଉଇକେଟ ହରାଇଥିଲା। ଅଧିନାୟକ ବାବର ଆଜମ ସର୍ବାଧିକ ୪୧, ଡାନିସ ଅଜିଜ ୨୨, ମହମ୍ମଦ ରିଜ୍‌ଓ୍ବାନ ୧୩ ରନ ସଂଗ୍ରହ କରି ଆଉଟ ହୋଇଥିବା ବେଳେ ଅନ୍ୟମାନେ ଦୁଇଅଙ୍କ ଛୁଇଁପାରି ନ ଥିଲେ। ୩ଜଣ ଦୁଇଅଙ୍କ ଛୁଇଁପାରି ନ ଥିଲେ। ବୋଲିଂରେ ଜିମ୍ବାଓ୍ବେ ତରଫରୁ ଜଙ୍ଗଓ୍ବେ ସର୍ବାଧିକ ୪, ରିଆନ ବୁର୍ଲ ୨, ବ୍ଲେସିଂ ମୁଜାରବାନି ଓ ରିଚାର୍ଡ ଏନ୍‌ଗାରଭା ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଜିମ୍ବାଓ୍ବେ ମଧ୍ୟ ବଡ଼ ସ୍କୋର ହାସଲ କରିପାରି ନ ଥିଲା। ଦଳ ତରଫରୁ ଓପନର ଟିନାସ କାମୁନହୁକାମଓ୍ବେ ସର୍ବାଧିକ ୩୪, ଟାଡିଓ୍ବାନାଶେ ମାରୁମାନୀ ୧୩, ଓ୍ବେସଲି ମାଧଭେରେ ୧୬, ଉଇକେଟକିପର ବ୍ୟାଟ୍ସମ୍ୟାନ ରେଗିସ ଚକଭା ୧୮, ତାରିସାଇ ମୁସାକାଣ୍ଡା ୧୩ ରନ ସଂଗ୍ରହ କରି ଆଉଟ ହୋଇଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ମହମ୍ମଦ ହାସନେନ ଓ ଡାନିଶ ଅଜିଜ ୨ ଲେଖାଏ, ଫହିମ ଆଶ୍ରଫ, ଅର୍ଶାଦ ଇକ୍‌ବାଲ, ହାରିସ ରୌଫ, ଉସ୍‌ମାନ କାଦିର ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଜିମ୍ବାଓ୍ବେ ୨୦ ଓଭରରେ ୧୧୮/୯
(ଟିନାସ- ୩୪, ମାରୁମାନି- ୧୩, ମାଧଭେରେ- ୧୬, ଚକଭା- ୧୮, ମୁସାକାଣ୍ଡା- ୧୩, ହାସନେନ- ୨/୧୯, ଡାନିସ- ୨/୨୯)।
ପାକିସ୍ତାନ ୧୯.୫ ଓଭରରେ ୯୯
(ବାବର- ୪୧, ଅଜିଜ- ୨୨, ରିଜଓ୍ବାନ- ୧୩, ଜଙ୍ଗଓ୍ବେ- ୪/୧୮, ରିଆନ ବୁର୍ଲ- ୨/୨୧)।
କ୍ୟାପଶନ: ବାବର ଆଜମଙ୍କୁ ରନ୍‌ ଆଉଟ କରୁଛନ୍ତି ରେଗିସ ଚକଭା


Enter your email to get our daily news in your inbox.

All Right Reserved By Dharitri.Com

ବଜେଟ ଉପସ୍ଥାପନ ପୂର୍ବରୁ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ: ସୁବର୍ଣ୍ଣ ଯୁଗ ଆଡ଼କୁ…

ଭୁବନେଶ୍ୱର,୨୦।୨: ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ଆଉ କିଛି ସମୟ ପରେ ବଜେଟ ଉପସ୍ଥାପନ ହେବାକୁ ଯାଉଛି। ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ଘର ଭିତରୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ, ବଢ଼ିଲା ହତ୍ୟା ସନ୍ଦେହ

ବ୍ରଜରାଜନଗର,୨୦।୨(ବିଜୟ ବରାଡ଼): ଝାରସୁଗୁଡ଼ା ଜିଲା ଓରିଏଣ୍ଟ ଥାନା ଅନ୍ତର୍ଗତ ସାନଯୋବ ହନୁମାନ ମନ୍ଦିରପଡ଼ାରେ ରହୁଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ହେଲେ…

ଆଗାମୀ ଦୁଇଦିନ ବଜ୍ରପାତ ସହ ପ୍ରବଳ ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୨୦।୨: ୨୪ ଘଣ୍ଟା ଭିତରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇଛି । ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ ଆଗାମୀ ୨…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ଆଲୋକମାଳାରେ ଝଲସୁଛି ବ୍ରାହ୍ମଣୀଗାଁ: ନାମଯଜ୍ଞରେ କମ୍ପୁଛି ମୁକ୍ତେଶ୍ୱରଙ୍କ ପୀଠ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୨ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁଠାରେ ଶ୍ରୀ ଶ୍ରୀ ମୁକ୍ତେଶ୍ୱର ମହାରୁଦ୍ରଙ୍କ ଜୀର୍ଣ୍ଣୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri