ଯୁଦ୍ଧକୁ ନେଇ ବଡ଼ ଘୋଷଣା କଲା ପାକିସ୍ତାନ, କହିଲା ମେ ୧୮ ପରେ ଭାରତ ସହ…

ଇସଲାମବାଦ,୧୬।୮: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତିକୁ ମେ ୧୮ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ତେବେ ଏହାରି ଭିତରେ ପାକିସ୍ତାନର ବଡ଼ ବୟାନ ସାମ୍ନାକୁ ଆସିଛି। ଭାରତ ପାକିସ୍ତାନକୁ ଏକ କଡ଼ା ବାର୍ତ୍ତା ଦେଇଛି ଯେ ଯଦି କୌଣସି ଆଲୋଚନା ହୁଏ, ତାହା ଆତଙ୍କବାଦ ଏବଂ POK ପ୍ରସଙ୍ଗରେ ହେବ। ଏହି ସମୟରେ, ପାକିସ୍ତାନ ପୁଣି ଥରେ ଭାରତକୁ ଧମକ ଦେଇଛି। ପାକିସ୍ତାନର ବୈଦେଶିକ ମନ୍ତ୍ରଣାଳୟ ଶୁକ୍ରବାର କହିଛି ଯେ ଯଦି ଭାରତ ପୁଣି ଆକ୍ରମଣ କରେ, ତେବେ ଆମେ କଡ଼ା ଜବାବ ଦେବୁ।

ପାକିସ୍ତାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଶଫକତ ଅଲି ଖାନ କହିଛନ୍ତି ଯେ ଆମେ ଭାରତକୁ ସମ୍ପୂର୍ଣ୍ଣ ସଚ୍ଚୋଟତାର ସହିତ ଯୁଦ୍ଧବିରତି ପାଳନ କରିବାକୁ ଅନୁରୋଧ କରୁଛୁ। ପାକିସ୍ତାନ ଯୁଦ୍ଧବିରତି କରିବାରେ ସାହାଯ୍ୟ କରିଥିବା ବନ୍ଧୁ ଦେଶଗୁଡ଼ିକର ଭୂମିକାକୁ ପ୍ରଶଂସା କରୁଛି। ପାକିସ୍ତାନ ସର୍ବଦା ଆଲୋଚନା ଏବଂ ଶାନ୍ତି ପୁନଃସ୍ଥାପନରେ ବିଶ୍ୱାସ କରେ।

ଅପରେସନ ସିନ୍ଦୂର ଅଧୀନରେ ପାକିସ୍ତାନରେ ଆତଙ୍କବାଦୀ ଆଡ୍ଡାଗୁଡ଼ିକୁ ଧ୍ୱଂସ କରିବା ପରେ, ସେନା ସ୍ପଷ୍ଟ ଭାବରେ କହିଛି ଯେ ସମସ୍ତ ସାମରିକ ଘାଟି, ଉପକରଣ ଏବଂ ସିଷ୍ଟମ ସମ୍ପୂର୍ଣ୍ଣ ସକ୍ରିୟ ଏବଂ ପରବର୍ତ୍ତୀ ଯେକୌଣସି କାର୍ଯ୍ୟାନୁଷ୍ଠାନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଅପରେଶନ ସିନ୍ଦୂର ହେଉଛି ଭାରତର ପ୍ରଥମ ସୀମାପାର ଆତଙ୍କବାଦ ବିରୋଧୀ ମିଶନ ଯେଉଁଥିରେ ତିନି ବାହିନୀ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri