ପୁଣି କରଜ କରିବ ପାକିସ୍ତାନ

ଇସଲାମବାଦ,୧୭।୧୧: ପାକିସ୍ତାନର ଅର୍ଥନୀତି ଅଚଳାବସ୍ଥାଦେଇ ଗତି କରୁଥିବାବେଳେ ସେଥିରେ ଦାଉ ସାଧିଛି ଇସ୍ରାଏଲ-ହମାସ ଯୁଦ୍ଧ। ଯୁଦ୍ଧର ଗଭୀର ପ୍ରଭାବ ପାକିସ୍ତାନ ଉପରେ ପଡିଛି। ତେବେ ଦେଶର ଅର୍ଥନୀତିରେ ସୁଧାର ଆଣିବା ପାଇଁ ଅର୍ନ୍ତରାଷ୍ଟ୍ରୀୟ ମୁଦ୍ରା କୋଷ(ଆଇଏମଏଫ)ରୁ ପାକିସ୍ତାନ କରଜ ଆଣିବା ପାଇଁ ନିଷ୍ପତ୍ତି ନେଇଛି। ଏନେଇ ଦେଶର ଅର୍ଥ ମନ୍ତ୍ରୀ ଶାମଶାଦ ଅକତର କହିଛନ୍ତି, ଆମେ ଆଇଏମଏଫ ସହ ସୁସମ୍ପର୍କ ରକ୍ଷା କରୁଛୁ। ଆମ ଅର୍ଥନୀତି ଏବେ ଅଣ୍ଟା ସଳଖି ନାହିଁ। ଆଗାମୀ ବର୍ଷ ହେବାକୁ ଥିବା ନିର୍ବାଚନ ପରେ ଦେଶକୁ ଏକ ଅରବ ଡଲାରର କରଜ ଶୁଝିବାର ଅଛି।
ଦେଶର କାମଚଳା ପ୍ରଧାନମନ୍ତ୍ରୀ ଅନବର-ଉଲ-ହକ କାକର ଆଇଏମଏଫକୁ କରିଥିବା ଚୁକ୍ତିନୁସାରେ ବିଶ୍ୱ ବ୍ୟାଙ୍କ, ଏସିଆୟୀ ବିକାଶ ବ୍ୟାଙ୍କ ଓ ଇସଲାମିକ ବିକାଶ ବ୍ୟାଙ୍କରୁ ୬.୩ ଅରବ ଡଲାର ଓ ଅନ୍ୟ ଦେଶରୁ ୧୦ଅରବ ଡଲାରର ଦ୍ୱୀପାକ୍ଷୀୟ ଫଣ୍ଡିଂ ହାସିଲ କରିବାକୁ ଚେଷ୍ଟା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ…

ଭାରତୀୟ ଖେଳାଳିଙ୍କ ବାରମ୍ବାର ଆଘାତ ପାଇଁ ବିସିସିଆଇର କାର୍ଯ୍ୟାନୁଷ୍ଠାନ, ନେଲା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ନୂଆଦିଲ୍ଲୀ,୮।୮: ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳି ବର୍ତ୍ତମାନ ଆହତ ହୋଇଛନ୍ତି, ଯାହା ଦଳ ପରିଚାଳନାକୁ ଚିନ୍ତିତ କରିଛି। ଅଧିନାୟକ ଶୁବମନ ଗିଲ ମଧ୍ୟ ଏହି ପ୍ରସଙ୍ଗ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ବଡ଼ ଝଟକା!

ଚେନ୍ନାଇ,୮।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏସ. ଜୋସେଫ ବିଜୟ କେନ୍ଦ୍ରର ପ୍ରସ୍ତାବିତ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା ଏବଂ ତାମିଲନାଡୁ ଉପରେ ଏହାର ସମ୍ଭାବ୍ୟ ପ୍ରଭାବ ବିଷୟରେ ଆଲୋଚନା କରିବା…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri