Posted inଖେଳ

ବିଶ୍ୱକପ୍‌ ବର୍ଜନ କରିପାରେ ପାକିସ୍ତାନ

କରାଚୀ, ୧୬ା୫: ପାକିସ୍ତାନ ଯଦି ଏସିଆ କପ୍‌ ଆୟୋଜନ ଅଧିକାର ହରାଏ ତେବେ ପାକିସ୍ତାନ ଚଳିତ ବର୍ଷ ଭାରତରେ ହେବାକୁଥିବା ଦିନିକିଆ କ୍ରିକେଟ ବିଶ୍ୱକପ୍‌କୁ ବର୍ଜନ କରିପାରେ ବୋଲି ଧମକ ଦେଇ କହିଛନ୍ତି ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ଚେୟାରମ୍ୟାନ ନଜାମ ସେଠୀ। ଭାରତ ଓ ପାକିସ୍ତାନ ମଧ୍ୟରେ ଦଶନ୍ଧିରୁ ଅଧିକ ସମୟ ଧରି ରାଜନୈତିକ ସମ୍ପର୍କ ଭଲ ନାହିଁ। ଏହାଦ୍ୱାରା ଦ୍ୱିପାକ୍ଷିକ କ୍ରିକେଟ ବାଧାପ୍ରାପ୍ତ ହୋଇଛି। ବର୍ତ୍ତମାନ ଭାରତ ଓ ପାକିସ୍ତାନ ଏକାଧିକ ଦଳକୁ ନେଇ ଆୟୋଜିତ ଇଭେଣ୍ଟଗୁଡ଼ିକରେ ସେମାନଙ୍କ ମ୍ୟାଚ୍‌ ନିରପେକ୍ଷ ଭେନ୍ୟୁରେ ଖେଳୁଛନ୍ତି। ଆସନ୍ତା ସେପ୍ଟେମ୍ବରରେ ଏସିଆ କପ୍‌ ଖେଳିବା ପାଇଁ ପାକିସ୍ତାନ ଯିବା ଲାଗି ଭାରତ ସୁରକ୍ଷାଗତ କାରଣ ଦର୍ଶାଇ ମନାକରି ଦେଇଛି। ଏ ନେଇ ପିସିବି ଏକ ‘ହାଇବ୍ରିଡ୍‌’ ପ୍ରସ୍ତାବ ଦେଇଥିଲା। କେବଳ ଭାରତ-ପାକିସ୍ତାନ ମ୍ୟାଚ୍‌ଗୁଡ଼ିକ ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ)ରେ ଏବଂ ଅନ୍ୟଗୁଡ଼ିକ ପାକିସ୍ତାନରେ ଖେଳାଯିବା ଲାଗି ପାକିସ୍ତାନ ପ୍ରସ୍ତାବ ଦେଇଥିଲା। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) କିନ୍ତୁ ଏ ନେଇ ଆନୁଷ୍ଠାନିକ ଜବାବ ଦେଇନାହିଁ। ସେଠୀ କହିଛନ୍ତି, ଟୁର୍ନାମେଣ୍ଟ ପାକିସ୍ତାନରେ ନ କରି ଅନ୍ୟତ୍ର କରିବା ଲାଗି ଭାରତ ଚାହୁଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ବଡ଼ଧରଣର ବ୍ରାଉନ ସୁଗାର ନେଟ୍‌ୱର୍କ ଠାବ: ବେପାରୀଙ୍କ ଟାର୍ଗେଟରେ ଥିଲେ ଛାତ୍ରୀଛାତ୍ର

ରାଉରକେଲା,୨୪।୫(ସଙ୍ଗୀତା ଜେନା): ରାଉରକେଲା ପୋଲିସ ଜିଲା ଅନ୍ତର୍ଗତ ପ୍ଲାଣ୍ଟସାଇଟ୍‌ ଥାନା ଅଧୀନ ମୀନାପଡ଼ା ଅଞ୍ଚଳରେ  ଚଢାଉ କରି ଏକ ବଡ଼ଧରଣର ବ୍ରାଉନସୁଗାର ନେଟୱର୍କ ଠାବ କରାଯାଇଛି। ଏହି…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri