ଭାରତ ଉପରେ ବଡ଼ ଆତଙ୍କବାଦୀ ଆକ୍ରମଣ କରିପାରେ ପାକିସ୍ତାନ: ଆମେରିକା ଗୋଇନ୍ଦା ରିପୋର୍ଟରେ ଦାବି

ଓ୍ବାଶିଂଟନ୍‌,୯।୩: ଭାରତ ଉପରେ ବଡ଼ ଆତଙ୍କବାଦୀ ଆକ୍ରମଣ କରିପାରେ ବୋଲି ଆମେରିକା ଗୋଇନ୍ଦା ରିପୋର୍ଟରେ ଦାବି କରାଯାଇଛି। ଆମେରିକା ଇଣ୍ଟେଲିଜେନ୍ସ କମ୍ୟୁନିଟିର ବାର୍ଷିକ ରିପୋର୍ଟ ଉପସ୍ଥାପନ କରିଛି। ଏଥିରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବଢୁଥିବା ତିକ୍ତତାକୁ ନେଇ ଚିନ୍ତା ପ୍ରକଟ କରାଯାଇଛି। ଏହି ରିପୋର୍ଟରେ ପାକିସ୍ତାନ ଭାରତ ଭିତରେ ଏକ ବଡ ଆତଙ୍କବାଦୀ ଆକ୍ରମଣ ଯୋଜନା କରୁଛି ବୋଲି ଚେତାବନୀ ଦିଆଯାଇଛି।
ରିପୋର୍ଟରେ କୁହାଯାଇଛି ଯେ, ଭାରତ ଏବଂ ପାକିସ୍ତାନ ମଧ୍ୟରେ ଲାଇନ ଅଫ କଣ୍ଟ୍ରୋଲ (ଏଲ୍‌ଓସି) ଉପରେ ବିବାଦ ବଢିପାରେ। ସାମରିକ ବଳ ସହିତ ପାକିସ୍ତାନରୁ ଆସିଥିବା କୌଣସି ଉତ୍ତେଜନାକୁ ମୋଦି ସରକାର ଜବାବ ଦେବାର ସମ୍ଭାବନା ଅଧିକ ରହିଛି।
ସେହିପରି ଭାରତ-ଚାଇନା ସମ୍ପର୍କକୁ ନେଇ ଏହି ରିପୋର୍ଟରେ କୁହାଯାଇଛି ଯେ, ଭାରତ-ଚାଇନା ସମ୍ପର୍କ ତିକ୍ତ ରହିବ। ବିବାଦୀୟ ସୀମାର ଉଭୟ ପାର୍ଶ୍ୱରେ ସାମରିକ ଉପସ୍ଥିତି ଦୁଇ ପରମାଣୁ ଶକ୍ତି ମଧ୍ୟରେ ବିପଦକୁ ବଢାଇଥାଏ। ଭାରତ ଏବଂ ଚାଇନା ମଧ୍ୟରେ ଏକ ସଶସ୍ତ୍ର ବିବାଦ ଆମେରିକାର ସ୍ବାର୍ଥ ଏବଂ ନାଗରିକଙ୍କ ପାଇଁ ସିଧାସଳଖ ବିପଦ ସୃଷ୍ଟି କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ

ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri