ନାବାଳିକାଙ୍କୁ ବିବାହ କରି ହରଡ଼ଘଣାରେ ପାକିସ୍ତାନ ଏମ୍‌ପି

ଇସଲାମାବାଦ୍‌,୨୩।୨: ଜଣେ ୧୪ ବର୍ଷ ବୟସ୍କା ନାବାଳିକାଙ୍କୁ ବିବାହ କରିଥିବା ଅଭିଯୋଗରେ ପାକିସ୍ତାନ ପୋଲିସ ଏମ୍‌ପି ମୌଲାନା ସଲ୍ଲାଉଦ୍ଦିନ୍‌ ଆୟୁବିଙ୍କ ବିରୋଧରେ ତଦନ୍ତ ଆରମ୍ଭ କରିଛି। ଆୟୁବି ଜାମିଆତ୍‌-ଉଲେମା-ଇ-ଇସଲାମ୍‌ର ସଦସ୍ୟ। ସେ ବାଲୁଚିସ୍ତାନର ଏମ୍‌ପି। ମହିଳାଙ୍କ କଲ୍ୟାଣ ପାଇଁ କାର୍ଯ୍ୟ କରୁଥିବା ଛିତ୍ରାଲର ଏକ ସ୍ବେଚ୍ଛାସେବୀ ସଂଗଠନ ଆୟୁବିଙ୍କ ବିରୋଧରେ ଏହି ଅଭିଯୋଗ ଆଣିଛି। ସେ ଜୁଗହୋରସ୍ଥିତ ଉଚ୍ଚ ବାଳିକା ବିଦ୍ୟାଳୟର ଜଣେ ନାବାଳିକାଙ୍କୁ ବିବାହ କରିଥିବା ଅଭିଯୋଗ ହୋଇଛି। ସ୍କୁଲ ରେକର୍ଡରେ ସମ୍ପୃକ୍ତ ବାଳିକାଙ୍କ ଜନ୍ମ ତାରିଖ ୨୦୦୬ ଅକ୍ଟୋବର ୨୮ ଉଲ୍ଲେଖ କରାଯାଇଛି। ଆୟୁବିଙ୍କ ବୟସ ୫୦ ବର୍ଷରୁ ଅଧିକ ଥିବା ପାକିସ୍ତାନ ମିଡ଼ିଆ ପକ୍ଷରୁ କୁହାଯାଇଛି। ଘଟଣାର ତଦନ୍ତ ଜାରି ରହିଥିବା ଛିତ୍ରାଲ ଇନସ୍ପେକ୍ଟର ସାଜିଦ୍‌ ଅହମଦ ସୂଚନା ଦେଇଛନ୍ତି। ପାକିସ୍ତାନ ଆଇନ ଅନୁସାରେ ୧୬ ବର୍ଷରୁ କମ୍‌ ବୟସ୍କ ବାଳିକାକୁ ବିବାହ କରାଯାଇ ପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ସମବାୟ

୧୮୯୭ ମସିହାରେ ଉତ୍କଳ ଗୌରବ ମଧୁସୂଦନ ଦାସ ୟୁରୋପ ଦେଶଗୁଡ଼ିକୁ ଭ୍ରମଣ କାଳରେ ସେଠାରେ ଦେଖାଦେଇଥିବା ଶିଳ୍ପ ବିପ୍ଳବର ମୁକାବିଲା ପାଇଁ ସମବାୟଭିତ୍ତିକ ଅନୁଷ୍ଠାନଗୁଡ଼ିକ ସଫଳତାର ସହିତ…

ସ୍ବାମୀଙ୍କ ମୃତ୍ୟୁଖବର ଶୁଣି ହାଇଓ୍ବା ଆଗକୁ ଡେଇଁପଡ଼ିଲେ ସ୍ତ୍ରୀ: ଆଉ ତା’ପରେ…

ଝାରସୁଗୁଡ଼ା/ଲୋଇସିଂହା, ୮ା୭ (ଆଶିଷ ରଞ୍ଜନ ଦାଶ/ ସୁଶାନ୍ତ ବାରିକ):ବିବାହ ବେଦୀରେ ସାତଜନ୍ମର ସାଥୀ ହୋଇ ବାଟ ଚାଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ହେଲେ ସ୍ବାମୀଙ୍କ ଆକସ୍ମିକ ମୃତ୍ୟୁଖବର…

କେତନ ହତ୍ୟା ମାମଲାର ନାଟକୀୟ ମୋଡ଼: ୪ ମାସ ପୂର୍ବରୁ ଚେତନଙ୍କୁ ଗୋପନରେ ବାହା ହୋଇଥିଲେ ସିୟା

ପୁଣେ,୮ା୭: ପୁଣେ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ଅଗ୍ରଓ୍ବାଲ ହତ୍ୟା ମାମଲାର ତଦନ୍ତ ଏକ ନାଟକୀୟ ମୋଡ଼ ନେଇଛି। ମୁଖ୍ୟ ଅଭିଯୁକ୍ତ ସିୟା ଗୋୟଲ ତାଙ୍କ ଭାବୀ…

ଭାକୁର କେଜି ୧୦୦, ଦେଶୀ ମାଛ ୫୦ ଟଙ୍କାରେ ବିକ୍ରି

ନୂଆପଡ଼ା,୮ା୭(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶୁକ୍ରବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ବର୍ଷା ପାଣିରେ ତିଖାଳି ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଓ ଜଡାମୁଣ୍ଡା ସୁନ୍ଦର ଜଳସେଚନ…

ଲଗାଣ ବର୍ଷାରେ ଉଜୁଡ଼ିଲା କପାଚାଷ: ଚାଷଜମି ଜଳମଗ୍ନ

ଅମରପାଲି,୮ା୭(ପୀତାମ୍ବର ସାହୁ):ଲଘୁଚାପଜନିତ ଲଗାଣ ବର୍ଷା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର କପାଚାଷୀଙ୍କ ପାଇଁ ବଡ଼ ବିପର୍ଯ୍ୟୟ ଆଣିଛି। ଜୁନରେ ବର୍ଷା ନ ଥିବା ବେଳେ ଜୁଲାଇ ଆରମ୍ଭରେ…

ଭଙ୍ଗା ଦଦରା ଘରେ ବିତୁଛି ଦିନ: ଆବାସ ଯୋଜନାରୁ ବଞ୍ଚିତ ଦମ୍ପତି

ଲୋଇସିଂହା,୮।୭(ସୁଶାନ୍ତ ବାରିକ):ସମାଜର ତଳ ସ୍ତରର ଲୋକଙ୍କୁ ସରକାରୀ ଯୋଜନାରେ ପ୍ରାଥମିକତା ଦେବାକୁ ସରକାର ଗୁରୁତ୍ୱାରୋପ କରୁଛନ୍ତି। କିନ୍ତୁ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା…

ହର୍ମୁଜ୍‌ରେ ୩ ଟ୍ୟାଙ୍କର ଉପରେ ଆକ୍ରମଣ

ତେହରାନ୍‌,୮ା୭: ଇରାନରେ ପୂର୍ବତନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମ ଚାଲିଥିବାବେଳେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ୩ଟି ଟ୍ୟାଙ୍କର ଉପରେ ଆକ୍ରମଣ ହୋଇଛି।…

ସହରାଞ୍ଚଳରେ ସ୍ବଚ୍ଛ ବାୟୁ ପାଇଁ ‘ଲିକ୍ୱିଡ୍‌ ଟ୍ରି’

ଧାନବାଦ,୮ା୭(ପିଟି): କାଉନ୍‌ସିଲ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ ଏବଂ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମାଇନିଂ ଆଣ୍ଡ ଫୁଏଲ ରିସର୍ଚ୍ଚ (ସିଏସ୍‌ଆଇଆର-ସିଆଇଏମ୍‌ଏଫ୍‌ଆର)ର ଗବେଷକମାନେ ଭାରତର ପ୍ରଥମ ମୋବାଇଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri