ପାକିସ୍ତାନର ବଡ ବଡ ନେତାଙ୍କ ନାଁରେ ରହିଛି ଆପରାଧିକ ମାମଲା, ଅପରାଧର ଚିଠା ଖୋଲିବ ଏନଏବି

ଇସଲାମବାଦ, ୧୬।୯: ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମଏଲ-ଏନ) ମୁଖ୍ୟ ନୱାଜ ସରିଫ ଅକ୍ଟୋବର ୨୧ରେ ଇଂଲଣ୍ଡରୁ ନିଜ ଦେଶକୁ ଫେରିବେ। ସ୍ବଦେଶକୁ ଫେରିବା ସହ ଆଗାମୀ ନିର୍ବାଚନ ପାଇଁ ହେବାକୁ ଥିବା ରାଜନୈତିକ କାର୍ଯ୍ୟକ୍ରମର ନେତୃତ୍ୱ ନେବେ। କିନ୍ତୁ ପାକିସ୍ତାନ ଫେରିବା ତାଙ୍କ ପାଇଁ ଅଡୁଆ ହୋଇପାରେ। କାରଣ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଏନଏବି ଏବେ ପୂର୍ବତନ ରାଷ୍ଟ୍ରପତି ଆସିଫ ଅଲି ଜରଦାରୀ, ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ, ଶେହବାଜ ସରିଫ, ୟୁସୁଫ ରଜା ଗିଲାନିଙ୍କ ସମେତ ବହୁ ବଡ ନେତାଙ୍କ ଆପରାଧିକ ମାମଲା ଚିଠା ପୁନଃ ଖୋଲିବାକୁ ଯାଉଛି।

ଏହି ନେତାମାନେ ତୋସାଖାନ ମାମଲା ସହ ଫିଙ୍କ୍‌ ରେସିଡେନ୍ସି ମାମଲାରେ ମଧ୍ୟ ତଦନ୍ତ ଘେରକୁ ଆସିପାରନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ସହିଦ ଖକାନ ଅବ୍ବାସିଙ୍କ ଏଲଏନଜି ମାମଲା ସ୍ପେଶାଲ ଜଜ ସେଣ୍ଟ୍ରାଲରୁ ଆକାଉଣ୍ଟବିଲିଟି କୋର୍ଟକୁ ସ୍ଥାନାନ୍ତର କରାଯିବ। ସେହିଭଳି ପୂର୍ବତନ ଅର୍ଥମନ୍ତ୍ରୀ ଶୌକତ ତରିନଙ୍କ ବିରୋଧରେ ଆପରାଧିକ ମାମଲାର ତଦନ୍ତ ପୁଣି ଆରମ୍ଭ ହେବ। ସେହିପରି ପାକିସ୍ତାନ ପିପୁଲ୍ସ ପାର୍ଟିର ସିନେଟର ସଲିମ ମାଣ୍ଡଭିୱାଲାଙ୍କ ବିରୋଧରେ କିଡନୀ ହିଲ ମାମଲା ଓ ଇଶାକ ଦାରଙ୍କ ବିରୋଧରେ ଆୟ ବର୍ହିଭୂତ ସମ୍ପତ୍ତି ମାମଲା ପୁଣି ଯାଞ୍ଚ କରିବ ନ୍ୟାଶନାଲ ଆକାଉଣ୍ଟବେଲିଟି ବ୍ୟୁରୋ (ଏନଏବି)।

ପାକିସ୍ତାନ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଓମର ଅଟ୍ଟା ବନ୍ଦିୟାଲଙ୍କ ନେତୃତ୍ୱରେ ତିନିଜଣିଆ ବେଞ୍ଚ ତେହେରିକ-ଇ-ଇନସାଫର ଅଧ୍ୟକ୍ଷଙ୍କ ଆବେଦନକୁ ଅନୁମୋଦନ କରିଛନ୍ତି। ଦେଶର ବଡ ବଡ ନେତାଙ୍କ ବିରୋଧରେ ଚାଲିଥିବା ମାମଲାର ପୁନଃ ତଦନ୍ତ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଏନଏବିକୁ ୫୦୦ମିଲିୟନରୁ କମ୍‌ ଦୁର୍ନୀତି ମାମଲାର ତଦନ୍ତ କରିବାକୁ ମଧ୍ୟ ଅନୁମତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ…

ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର, ବଡ଼ ଦୁର୍ଘଟଣାରୁ….

କୋଲକାତା,୧୧।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ପୂର୍ବ ମେଦିନୀପୁରର କୋଲାଘାଟରେ ଜରୁରୀ ଅବତରଣ କରୁଛି । ସେ ଖୁଦିରାମ ବୋଷଙ୍କ ଶ୍ରାଦ୍ଧ…

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri