Posted inଖେଳ

ପାକିସ୍ତାନର ମହାବିଜୟ

କଲମ୍ବୋ,୨୦।୭: ବୁଧବାର ଗଲ ଟେଷ୍ଟ ମ୍ୟାଚରେ ଶ୍ରୀଲଙ୍କାକୁ ପରାସ୍ତ କରି ପାକିସ୍ତାନ ଏକ ଐତିହାସିକ ବିଜୟ ହାସଲ କରିଛି। ମ୍ୟାଚ୍‌ର ଶେଷ ଦିନରେ ଶ୍ରୀଲଙ୍କା ଦେଇଥିବା ୩୪୨ ରନ୍‌ର ଟାର୍ଗେଟକୁ ପିଛା କରି ୪ ଉଇକେଟ୍‌ରେ ମ୍ୟାଚ୍‌ ଜିତିଯାଇଛି ପାକିସ୍ତାନ।
୨୨ ବର୍ଷୀୟ ଅବଦୁଲ୍ଲା ଶାଫିକ ପାକିସ୍ତାନର ବିଜୟରେ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଚତୁର୍ଥ ଇନିଂସରେ ଓପନର୍‌ ଶାଫିକ ୧୬୦ ରନର ଅପରାଜିତ ଇନିଂସ ଖେଳିଥିଲେ। ଏହି ସମୟରେ ସେ ରେକର୍ଡ ୪୦୮ଟି ବଲର ସମ୍ମୁଖୀନ ହୋଇଥିଲେ। ୧୪୫ ବର୍ଷର ଟେଷ୍ଟ ଇତିହାସରେ ପଞ୍ଚମ ଥର ପାଇଁ ଜଣେ ବ୍ୟାଟ୍ସମ୍ୟାନ ଚତୁର୍ଥ ଇନିଂସରେ ୪୦୦ରୁ ଅଧିକ ବଲ୍‌ ଖେଳିଛନ୍ତି। ତାଙ୍କ ପୂର୍ବରୁ ଇଂଲଣ୍ଡର ମାଇକ ଆଥର୍ଟନ ଏବଂ ହର୍ବର୍ଟ ସଟକ୍ଲିଫ, ଭାରତର ସୁନୀଲ ଗାଭାସ୍କର ଏବଂ ପାକିସ୍ତାନର ବାବର ଆଜାମ ଚତୁର୍ଥ ଇନିଂସରେ ଏତେ ସଂଖ୍ୟକ ବଲ ଖେଳିଥିଲେ।
ଗଲରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନକୁ ଜିତିବା ପାଇଁ ଆୟୋଜକ ଶ୍ରୀଲଙ୍କା ୩୪୨ ରନ୍‌ର ଲକ୍ଷ୍ୟ ଧାର୍ଯ୍ୟ କରିଥିଲା। ଅସମ୍ଭବକୁ ସମ୍ଭବ କରିବା ଭଳି ଏହି ସ୍କୋରକୁ ପିଛା କରିବା ପାକିସ୍ତାନ ପାଇଁ ଏକ ଚ୍ୟାଲେଞ୍ଜ ଥିଲା। କିନ୍ତୁ ପାକିସ୍ତାନ ହାର ମାନି ନ ଥିଲା। ଦଳ ୬ଟି ଉଇକେଟ ହରାଇ ୧୨୭.୨ ଓଭରରେ ୩୪୪ ରନ ସଂଗ୍ରହ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri