ଜୀବନସାଥି ବିଦେଶି ହୋଇଥିଲେ ମିଳିବ ନାହିଁ କରୋନା ଟିକା

ଇସ୍‌ଲାମାବାଦ,୯ ।୩: ପାକିସ୍ତାନରେ ବୁଧବାର ଅର୍ଥାତ୍ ମାର୍ଚ୍ଚ ୧୦ରୁ ଆରମ୍ଭ ହେବାକୁ ଯାଉଛି କରୋନା ଟିକାକରଣ କାର୍ଯ୍ୟକ୍ରମ । ଏଥିରେ କିନ୍ତୁ ସେହି ବରିଷ୍ଠ ନାଗରିକଙ୍କୁ ସାମିଲ କରାଯାଇ ନାହିଁ ଯେଉଁମାନେ ପାକିସ୍ତାନୀ ଅରିଜିନ୍ କାର୍ଡ ହୋଲଡର । ସରକାର ଏମାନଙ୍କୁ କରୋନା ଟିକା ନ ଦେବାକୁ ନିଷ୍ପତ୍ତି କରିଛନ୍ତି । ଏହାସହ ଯେଉଁ ପାକିସ୍ତାନୀ ନାଗରିକଙ୍କ ଜୀବନସାଥି ବିଦେଶୀ ସେମାନେ ବି କରୋନା ଟିକାରୁ ବଞ୍ଚିତ ରହିବେ ବୋଲି ଜଣାପଡିଛି । ପାକିସ୍ତାନର ରାଷ୍ଟ୍ରୀୟ ସ୍ୱାସ୍ଥ୍ୟସେବା ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ମିଳିଛି । ମନ୍ତ୍ରଣାଳୟ କହିଛି କି ଦେଶରେ ଏହି କାର୍ଡଧରୀଙ୍କ ସଂଖ୍ୟା ବହୁ ଅଧିକ ହୋଇଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଜାଭେଦ ଅଖତର ନାମକ ଜଣେ ପାକିସ୍ତାନୀ ବରିଷ୍ଠ ନାଗରିକ କହିଛନ୍ତି ଯେତେବେଳେ ସେ କରୋନା ଟିକାକରଣ ପାଇଁ ନିଜ ନାମ ରେଜିଷ୍ଟ୍ରେଶନ କଲେ ସେତେବେଳେ ତାଙ୍କୁ କିଛି ଅସୁବିଧା ହୋଇନାର୍ହି । ହେଲେ ଯେତେବେଳେ ସେ ତାଙ୍କ ପତ୍ନୀଙ୍କ ନାମ ରେଜିଷ୍ଟ୍ରେଶନ ପାଇଁ ଚାହିଁଲେ ତାହା ହୋଇ ପାରିଲା ନାହିଁ । କାରଣ ତାଙ୍କ ପତ୍ନୀ ଆମେରିକୀୟ । ହେଲେ ସେ ବହୁବର୍ଷ ହେଲା ପାକିସ୍ତାନରେ ରହୁଥିଲେ ବି ଏହା ସମ୍ଭବ ନୁହେଁ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?