ମସ୍କୋରେ ପାକିସ୍ତାନ ପ୍ରଧାନମନ୍ତ୍ରୀ, ଦୁଇ ଦଶକ ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ରୁଷିଆ ଗସ୍ତ

ମସ୍କୋ/ଇସଲାମାବାଦ,୨୪ ।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ବୁଧବାର ଦୁଇ ଦିବସୀୟ ଯାତ୍ରାରେ ରୁଷିଆରେ ପହଞ୍ଚିଛନ୍ତି । ବିମାନ ବନ୍ଦରରେ ତାଙ୍କୁ ରୁଷିଆ ଉପବୈଦେଶିକ ମନ୍ତ୍ରୀ ଇଗୋରମୋର୍ଗୁଲୋବ କରିଥିଲେ । ରୁଷିଆ ଓ ୟୁକ୍ରେନ ମଧ୍ୟରେ ହେବାକୁ ଯାଉଥିବା ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତାରେ ଥିବା ବେଳେ ଇମ୍ରାନଙ୍କ ଏହି ଗସ୍ତ ଅଲୋଚନାର ବିଷୟ ହୋଇଛି । ତେବେ ଦୀର୍ଘ ୨ ଦଶନ୍ଧି ପରେ ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ଇମ୍ରାନ ରୁଷିଆ ଗସ୍ତ କରିଛନ୍ତି । ଏହା ପୂର୍ବରୁ ୧୯୯୯ରେ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫ ରୁଷିଆ ଗସ୍ତ କରିଥିଲେ । ଇମ୍ରାନଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ମଣ୍ଡଳ ବି ରୁଷିଆ ଗସ୍ତ କରିଛନ୍ତି । ଏମାନେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ୍ କରିବେ ବୋଲି ଜଣାପଡିଛି । ଏହି ସମୟରେ ଉଭୟ ନେତା ଦ୍ୱିପାକ୍ଷିକ ସମ୍ପର୍କ ଓ ଶକ୍ତି ସହଯୋଗର ସମିକ୍ଷା କରିବେ । ଏହାସହ ପ୍ରମୁଖ କ୍ଷେତ୍ରୀୟ ଓ ଅନ୍ତରାଷ୍ଟ୍ରୀୟ ବିଷୟ ସହ ଇସଲାମୋଫୋବିୟା ଓ ଆଫଗାନିସ୍ତାନର ପରିସ୍ଥିତିକୁ ନେଇ ଚର୍ଚ୍ଚା ବି କରିବେ । ରୁଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏକ ଟୁଇଟ କରି ସୂଚନା ଦିଆଯାଇଛି କି ଉଭୟ ନେତାଙ୍କ ମଧ୍ୟରେ ଗୁରୁବାର ମସ୍କୋରେ ଆଲୋଚନା ହେବ । ସୂଚନାଯୋଗ୍ୟ, ଇମ୍ରାନ ଖାଁ ରୁଷିଆ ପହଞ୍ଚିବା ପୁର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଓ ଅନ୍ୟ ପଶ୍ଚିମ ଦେଶ ୟୁକ୍ରେନ ଉପରେ ଆକ୍ରମଣ କରିବା କାରଣରୁ ରୁଷିଆ ଉପରେ ଆର୍ଥିକ ପ୍ରତିବନ୍ଧକ ଲାଗାଇ ସାରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri