ମସ୍କୋରେ ପାକିସ୍ତାନ ପ୍ରଧାନମନ୍ତ୍ରୀ, ଦୁଇ ଦଶକ ପରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ରୁଷିଆ ଗସ୍ତ

ମସ୍କୋ/ଇସଲାମାବାଦ,୨୪ ।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ବୁଧବାର ଦୁଇ ଦିବସୀୟ ଯାତ୍ରାରେ ରୁଷିଆରେ ପହଞ୍ଚିଛନ୍ତି । ବିମାନ ବନ୍ଦରରେ ତାଙ୍କୁ ରୁଷିଆ ଉପବୈଦେଶିକ ମନ୍ତ୍ରୀ ଇଗୋରମୋର୍ଗୁଲୋବ କରିଥିଲେ । ରୁଷିଆ ଓ ୟୁକ୍ରେନ ମଧ୍ୟରେ ହେବାକୁ ଯାଉଥିବା ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତାରେ ଥିବା ବେଳେ ଇମ୍ରାନଙ୍କ ଏହି ଗସ୍ତ ଅଲୋଚନାର ବିଷୟ ହୋଇଛି । ତେବେ ଦୀର୍ଘ ୨ ଦଶନ୍ଧି ପରେ ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ଇମ୍ରାନ ରୁଷିଆ ଗସ୍ତ କରିଛନ୍ତି । ଏହା ପୂର୍ବରୁ ୧୯୯୯ରେ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫ ରୁଷିଆ ଗସ୍ତ କରିଥିଲେ । ଇମ୍ରାନଙ୍କ ସହ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ମଣ୍ଡଳ ବି ରୁଷିଆ ଗସ୍ତ କରିଛନ୍ତି । ଏମାନେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ୍ କରିବେ ବୋଲି ଜଣାପଡିଛି । ଏହି ସମୟରେ ଉଭୟ ନେତା ଦ୍ୱିପାକ୍ଷିକ ସମ୍ପର୍କ ଓ ଶକ୍ତି ସହଯୋଗର ସମିକ୍ଷା କରିବେ । ଏହାସହ ପ୍ରମୁଖ କ୍ଷେତ୍ରୀୟ ଓ ଅନ୍ତରାଷ୍ଟ୍ରୀୟ ବିଷୟ ସହ ଇସଲାମୋଫୋବିୟା ଓ ଆଫଗାନିସ୍ତାନର ପରିସ୍ଥିତିକୁ ନେଇ ଚର୍ଚ୍ଚା ବି କରିବେ । ରୁଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏକ ଟୁଇଟ କରି ସୂଚନା ଦିଆଯାଇଛି କି ଉଭୟ ନେତାଙ୍କ ମଧ୍ୟରେ ଗୁରୁବାର ମସ୍କୋରେ ଆଲୋଚନା ହେବ । ସୂଚନାଯୋଗ୍ୟ, ଇମ୍ରାନ ଖାଁ ରୁଷିଆ ପହଞ୍ଚିବା ପୁର୍ବରୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଓ ଅନ୍ୟ ପଶ୍ଚିମ ଦେଶ ୟୁକ୍ରେନ ଉପରେ ଆକ୍ରମଣ କରିବା କାରଣରୁ ରୁଷିଆ ଉପରେ ଆର୍ଥିକ ପ୍ରତିବନ୍ଧକ ଲାଗାଇ ସାରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ

ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି।...

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri