ପାକିସ୍ତାନୀ ବିମାନକୁ ଜବତ କଲା ମାଲେସିଆ, ଲିଜ୍‌ ଟଙ୍କା ନ ଦେବାରୁ ବନ୍ଧା ପଡିଲା…

ଇସଲାମବାଦ୍‌,୩୧।୫: ଆର୍ଥିକ ମାନ୍ଦାବାସ୍ଥା ଦେଇ ଗତି କରୁଛି ପାକିସ୍ତାନ। ତେବେ ଏମଧ୍ୟରେ ପାକିସ୍ତାନକୁ ପୁଣି ଆନ୍ତର୍ଜାତୀୟ ସ୍ତରରେ ଅପମାନିତ ହେବାକୁ ପଡିଛିି। ମାଲେସିଆ ପାକିସ୍ତାନର ସରକାରୀ କମ୍ପାନୀ ପିଆଇଏର ଏକ ବିମାନ ଜବତ କରିଛି। ପାକିସ୍ତାନର ଏକ ନ୍ୟୁଜ ୱେବସାଇଟ ଅନୁଯାୟୀ, ମାଲେସିଆ ବୋଇଙ୍ଗ ୭୭୭ ଏୟାରକ୍ରାଫ୍ଟ ନାମକ ବିମାନକୁ ଜବତ କରିଛି। ଏହି ବିମାନକୁ ପାକିସ୍ତାନ ସରକାରଙ୍କ ସରକାରୀ କମ୍ପାନୀ ପିଆଇଏ ମାଲେସିଆ ଠାରୁ ଲିଜ୍‌ ନେଇଥିଲା।
ଏକ ରିପୋର୍ଟ ଅନୁଯାୟୀ, ମାଲେସିଆ ଦ୍ୱିତୀୟ ଥର ପାଇଁ ପିଆଇଏର ଏକ ବିମାନକୁ ଜବତ କରିଛି। କୁହାଯାଉଛି ଯେ, ପାକିସ୍ତାନ ଦ୍ୱାରା ୪ ମିଲିୟନ ଡଲାରର ବକେୟା ରାଶି ନଦେବା କାରଣରୁ ମାଲେସିଆ ଏହି ବିମାନକୁ ଜବତ କରିଛି।
ସୂଚନା ମୁତାବକ, ମାଲେସିଆର ସ୍ଥାନୀୟ କୋର୍ଟଙ୍କ ନିର୍ଦ୍ଦେଶରେ ପିଆଇଏର ବିମାନକୁ ଜବତ କରାଯାଇଥିଲା। ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସ ଦ୍ୱାରା ବିମାନର ଲିଜ୍‌ ବକେୟା ରାଶି ନ ଦେବା ଯୋଗୁ ମାଲେସିଆ କୋର୍ଟ ଏପରି ନିଷ୍ପତ୍ତି ନେଇଥିଲେ।
ଏଠାରେ କହି ରଖୁଛୁ ଯେ, ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସ ବର୍ତ୍ତମାନ ଆର୍ଥିକ ମାନ୍ଦାବସ୍ଥା ଦେଇ ଗତି କରୁଛି। କରୋନା ପରେ ପାକିସ୍ତାନର ବିମାନ ଶିଳ୍ପ ବହୁ କ୍ଷତି ସହିଛି। ବର୍ତ୍ତମାନ ଲିଜ୍‌ର ଟଙ୍କା ନ ଦେବା କାରଣରୁ ପିଆଇଏର ବିମାନକୁ ବନ୍ଧା ରଖିବା ଘଟଣା ପାକିସ୍ତାନକୁ ଏକ ବଡ ଝଟକା ଦେଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା: ଏଣିକି ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର, ୪ର୍ଥରେ ୪୦ ହଜାର ଟଙ୍କା

ଅମରାବତି,୧୬।୫: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଶନିବାର ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ କ୍ରମାଗତ ଭାବେ ହ୍ରାସ ପାଉଥିବା ଜନସଂଖ୍ୟାକୁ ରୋକିବା ପାଇଁ ସରକାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri