ଭାରତ ବିରୋଧରେ ପୁଣି ବିଷ ଓଗାଳିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ: ସ୍ବାଧୀନତା ଦିବସରେ ଦେଲେ ଯୁଦ୍ଧ ଧମକ

ଇସଲାମାବାଦ୍‌,୧୪।୮: ପାକିସ୍ତାନ ସ୍ବାଧୀନତା ଦିବସରେ ମଧ୍ୟ ଭାରତ ଧିରୋଧରେ ବିଷ ଓଗାଳିଥିଲା। ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତର ‘ଅପରେଶନ ସିନ୍ଦୁର’ ଦ୍ୱାରା ଆରମ୍ଭ ହୋଇଥିବା ଆଘାତ ପାକିସ୍ତାନକୁ ଯନ୍ତ୍ରଣା ଦେଉଛି। ଫଳସ୍ବରୂପ, ସ୍ବାଧୀନତା ପାଳନ କରିବା ପରିବର୍ତ୍ତେ, ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଭାରତ ବିରୋଧରେ ଯୁଦ୍ଧ କରିବାର ଖୋଲା ଧମକ ଦେଇଥିଲେ। ସିନ୍ଧୁ ଜଳ ଚୁକ୍ତିନାମା ସମ୍ପର୍କରେ ଭାରତର ନିଷ୍ପତ୍ତିରେ ପାକିସ୍ତାନ ରାଗିଯାଇ ଯୁଦ୍ଧ ଧମକ ଦେଇଛି।

ପାକିସ୍ତାନର ସ୍ବାଧୀନତାର ୮୦ତମ ବର୍ଷ ଆରମ୍ଭ ହେବା ପୂର୍ବରୁ ରାଜଧାନୀ ଇସଲାମାବାଦରେ ‘ୟାଦଗର-ଏ-ଫତାହ’ (ବିଜୟ ସ୍ମାରକୀ) ନାମକ ଏକ ସ୍ମାରକୀ ଉଦ୍ଘାଟିତ ହୋଇଥିଲା। ରାଷ୍ଟ୍ରପତି ଆସିଫ ଅଲି ଜର୍ଦ୍ଦାରୀ ଏବଂ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଦ୍ୱାରା ଏହି ସ୍ମାରକୀ ଉନ୍ମୋଚନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ସମୟେ, ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଦେଶକୁ ସ୍ବାଧୀନତା ଦିବସର ଶୁଭେଚ୍ଛା ଜଣାଇ ତାଙ୍କ ଭାଷଣ ଆରମ୍ଭ କରିଥିଲେ। କିନ୍ତୁ ଭାରତ ବରୋଧରେ ଯୁଦ୍ଧ କରିବା ବିଷୟରେ ବୟାନବାଜି କରିବାକୁ ଲାଗିଲେ। ସେ ଚେତାବନୀ ଦେଇଥିଲେ ଯେ, ଯଦି କେହି ପାକିସ୍ତାନର ସାର୍ବଭୌମତ୍ୱ ଏବଂ ସୁରକ୍ଷାକୁ ଚ୍ୟାଲେଞ୍ଜ କରନ୍ତି, ତେବେ ସେମାନଙ୍କୁ ମେ ୨୦୨୫ ଅପେକ୍ଷା ଆହୁରି କଠୋର ଜବାବ ଦିଆଯିବ।

‘ଅପରେଶନ ସିନ୍ଦୁର’ରେ ହୋଇଥିବା ପରାଜୟର ଦୁଃଖକୁ ପ୍ରକାଶ କରି ଶେହବାଜ ମଞ୍ଚରୁ କହିଥିଲେ ଯେ, ଭାରତ ଏକପାଖିଆ ଭାବରେ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥଗିତ ରଖିଛି। ଆମ ପାଇଁ, ପ୍ରତ୍ୟେକ ପାଣି ବୁନ୍ଦା ଏକ ଲାଲ ରେଖା, ଏବଂ ଯଦି ଭାରତ ସଠିକ ରାସ୍ତାରେ ନ ଚାଲେ, ତେବେ ଆମେ ସିଧାସଳଖ ଜବାବ ଦେବୁ।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ସାର ପକାଇବାକୁ ଯାଉଥିବା ବେଳେ ହାତୀ ହାବୁଡରେ ପଡିଗଲେ ଯୁବକ, ତାପରେ…

ପାଟଣା,୧୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ପୁଣି ହାତୀ ଉପଦ୍ରବ ଦେଖିବାକୁ ମିଳିଛି । ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି ।…

ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା: ଓଡ଼ିଶାର ୧୭ ଜଣଙ୍କୁ ମିଳିବ..

ଭୁବନେଶ୍ୱର,୧୪।୮: ସ୍ବାଧୀନତା ଦିବସ ପୂର୍ବରୁ ବିଶିଷ୍ଟ ସେବା ପୁରସ୍କାର ୨୦୨୬ ଘୋଷଣା କରାଯାଇଛି। ଚଳିତ ବର୍ଷ ଓଡ଼ିଶାର ୧୭ ଜଣଙ୍କୁ ମିଳିବ ଏହି ପୁରସ୍କାର। ୫ ଜଣଙ୍କୁ…

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଯନ୍ତ୍ରଣାଦାୟକ ସ୍ମୃତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି: ଭାବପ୍ରବଣ ପୋଷ୍ଟ କରି ଲେଖିଲେ…

ନୂଆଦିଲ୍ଲୀ,୧୪।୮:୧୪ ଅଗଷ୍ଟ ଅର୍ଥାତ୍‌ ଆଜି ଭାରତରେ ‘ବିଭାଜନ ବିଭୀଷିକାର ସ୍ମୃତି ଦିବସ’ ପାଳନ କରାଯାଉଛି। ୧୯୪୭ ବିଭାଜନ ସମୟରେ ଯେଉଁମାନେ ପ୍ରାଣ ହରାଇଥିଲେ ଏବଂ ଅକଳ୍ପନୀୟ ଯନ୍ତ୍ରଣା…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ରାଗରେ ସ୍ବାମୀଙ୍କୁ ମୁଣ୍ଡକୁ ଲୁହା ତାଓ୍ବାରେ ପିଟିଦେଲେ ସ୍ତ୍ରୀ: ଆଉ ତା’ପରେ ଯାହା ଘଟିଲା…

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କର ପବିତ୍ରତାକୁ ଭାଙ୍ଗି ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜାନକୀପୁରମର ଆନନ୍ଦ ବିହାର କଲୋନୀରେ, ଜଣେ…

ଫୁକେଟ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ ଘଟଣା; ବ୍ଲାକ୍ ବକ୍ସରେ ବଡ଼ ଖୁଲାସା, ୪ ସେକେଣ୍ଡ ପାଇଁ ଫେଲ୍‌ ହୋଇଥିଲା…

ନୂଆଦିଲ୍ଲୀ,୧୪।୮: ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ (AI-2379) ହଠାତ୍ ୨୫୦ ଫୁଟ୍ ତଳକୁ ଖସିଯିବା ଏବଂ ଏକ ଭୟଙ୍କର ଟର୍ବୁଲେନ୍ସ (Turbulence) ସୃଷ୍ଟି…

ଏଗ୍ରିଷ୍ଟାକ୍‌ ଉଚ୍ଛେଦ ନେଇ ଲିଖିତ ନିର୍ଦ୍ଦେଶ ଦିଅ: ସରକାରଙ୍କଠାରେ ସଂଯୁକ୍ତ କୃଷକ ସଙ୍ଗଠନର ଦାବି

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାର ପ୍ରତିବର୍ଷ ଗୋଟିଏ ପରେ ଗୋଟିଏ ନୂଆଁ କଟକଣା ଆଣୁଛନ୍ତି। ଧାନ କିଣାବିକାରେ ସ୍ବଚ୍ଛତା ଆଣିବା ଲକ୍ଷ୍ୟ ନେଇ ସେଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri