ନୂଆବର୍ଷ ପାଳନ କରିବନି ପାକିସ୍ତାନ, ପ୍ରତିବନ୍ଧକ ଲଗାଇଲେ ସରକାର

ଇସଲାମାବାଦ,୨୯।୧୨: ପାକିସ୍ତାନ ନୂଆବର୍ଷ ପାଳନ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଇସ୍ରାଏଲ-ପାଲେଷ୍ଟାଇନ ଯୁଦ୍ଧ ଯୋଗୁ ଏହି ନିଷ୍ପତ୍ତି ନିଆଯାଇଥିବା ଜଣାପଡିଛି। ପାକିସ୍ତାନର କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ ଅନୱାରୁଲ ହକ କକର ଗୁରୁବାର ଯୁଦ୍ଧଗ୍ରସ୍ତ ଗାଜା ଲୋକଙ୍କ ସହ ଏକତା ପ୍ରଦର୍ଶନ କରିବାକୁ ଦେଶରେ ନୂଆବର୍ଷ ପାଳନ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଦେଶକୁ ସମ୍ବୋଧିତ କରି କକର ପାକିସ୍ତାନୀମାନଙ୍କୁ ପାଲେଷ୍ଟାଇନୀୟମାନଙ୍କ ସହ ଏକତା ପ୍ରଦର୍ଶନ କରିବାକୁ ଏବଂ ନୂଆବର୍ଷରେ ସଂଯମତା ଏବଂ ନମ୍ରତା ପ୍ରଦର୍ଶନ କରିବାକୁ ଅନୁରୋଧ କରିଛନ୍ତି।

ପାକିସ୍ତାନର କାର୍ଯ୍ୟନିର୍ବାହୀ ପ୍ରଧାନମନ୍ତ୍ରୀ କହିଛନ୍ତି, ପାଲେଷ୍ଟାଇନର ଚିନ୍ତାଜନକ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏବଂ ଆମର ପାଲେଷ୍ଟାଇନ ଭାଇ ଓ ଭଉଣୀମାନଙ୍କ ସହିତ ଏକତା ଦେଖାଇବା ପାଇଁ ସରକାର ନୂଆବର୍ଷ ପାଇଁ କୌଣସି ପ୍ରକାର କାର୍ଯ୍ୟକ୍ରମ ଉପରେ କଠୋର ପ୍ରତିବନ୍ଧକ ଲଗାଯିବ।

ହାମାସ ଦ୍ୱାରା ପରିଚାଳିତ ଗାଜାରେ ଥିବା ସ୍ବାାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ, ଇସ୍ରାଏଲ ସହିତ ଯୁଦ୍ଧ ଆରମ୍ଭ ହେବା ପରଠାରୁ ୨୦,୦୦୦ରୁ ଅଧିକ ପାଲେଷ୍ଟାଇନଙ୍କର ମୃତ୍ୟୁ ହୋଇଛି, ଯେଉଁମାନଙ୍କ ମଧ୍ୟରୁ ଅଧିକାଂଶ ମହିଳା ଏବଂ ଶିଶୁ। ଜାରି ରହିଥିବା ଯୁଦ୍ଧରେ ଗାଜାର ୨.୩ ନିୟୁତ ଲୋକଙ୍କ ମଧ୍ୟରୁ ପ୍ରାୟ ୮୫% ସ୍ଥାନାନ୍ତର ହୋଇସାରିଛନ୍ତି ଏବଂ ଇସ୍ରାଏଲର ଚାଲିଥିବା ଗ୍ରାଉଣ୍ଡ ଆକ୍ରମଣରେ ଅଧିକ ଗାଜାବାସୀୟ ସ୍ଥାନାନ୍ତର ହେବେ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?