ଇମ୍ରାନଙ୍କୁ ବଡ଼ ଝଟ୍‌କା: ଇସ୍ତଫା ଦେଲେ ୨ ମନ୍ତ୍ରୀ

ଇସଲାମାବାଦ୍‌,୩୦।୩: ପାକିସ୍ତାନରେ ଏକ ରାଜନୈତିକ ଅସ୍ଥିରତା ଜାରି ରହିଛି। ଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ବୁଧବାର ଦେଶକୁ ସମ୍ବୋଧିତ କରିବେ। ଏହା ପୂର୍ବରୁ ତାଙ୍କୁ ବଡ଼ ଝଟ୍‌କା ଲାଗିଛି। ପାକିସ୍ତାନର ଇମ୍ରାନ ସରକାରରେ ଆଇନ ମନ୍ତ୍ରୀ ଥିବା ଫାରୁଗ ନାସିମ ଏବଂ ଆଇଟି ମନ୍ତ୍ରୀ ଅମିନ-ଉଲ-ହକ ନିଜ ପଦରୁ ଇସ୍ତଫା ଘୋଷଣା କରିଛନ୍ତି।
ସୂଚନାଯୋଗ୍ୟ, ଅର୍ଥନୀତି ଏବଂ ବୈଦେଶିକ ନୀତିକୁ ଠିକ ଭାବରେ ପରିଚାଳନା କରୁ ନ ଥିବାରୁ ବିରୋଧୀଦଳ ଇମ୍ରାନଙ୍କୁ ବାରମ୍ବାର ଟାର୍ଗେଟ୍‌ କରୁଛନ୍ତି। ସେମାନେ ପିଟିଆଇ ସରକାରକୁ ହଟାଇବାକୁ ଚାହୁଁଛନ୍ତି। ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମ୍‌ଏଲ-ଏନ୍‌) ଏବଂ ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ର ପ୍ରାୟ ୧୦୦ ଏମ୍‌ପି ଚଳିତ ମାସ ୮ରେ ଜାତୀୟ ବିଧାନସଭା ସଚିବାଳୟରେ ଅବିଶ୍ୱାସ ପ୍ରସ୍ତାବର ନୋଟିସ ଦେଇଛନ୍ତି।
ଇମ୍ରାନଙ୍କ ବିରୋଧରେ ସଂସଦରେ ମାର୍ଚ୍ଚ ୨୮ରେ ଅବିଶ୍ୱାସ ପ୍ରସ୍ତାବ ଆଗତ ହୋଇଥିଲା। ମାର୍ଚ୍ଚ ୩୧ରେ ଭୋଟିଂ ହୋଇ ଫଳାଫଲ ଆସିବ। ଅବିଶ୍ୱାସ ପ୍ରସ୍ତାବ ଜିତିବା ପାଇଁ, ସଂସଦର ନିମ୍ନ ଗୃହରେ ସମୁଦାୟ ୩୪୨ ଜଣ ସଦସ୍ୟଙ୍କ ମଧ୍ୟରୁ ୧୭୨ ଜଣ ସଦସ୍ୟଙ୍କ ସମର୍ଥନ ଆବଶ୍ୟକ। ଜାତୀୟ ସଭାରେ ଇମ୍ରାନ ଖାନ ବହୁମତ ରହିଛି। ଏଠାରେ ତାଙ୍କ ପିଟିଆଇର ୧୫୫ ସଦସ୍ୟ ଏବଂ ମିଳିତ ସହଯୋଗୀ ଦଳର ୨୩ ସଦସ୍ୟ ଅଛନ୍ତି। ବିରୋଧୀ ଦଳର ୧୬୩ ସଦସ୍ୟ ଅଛନ୍ତି। ବିରୋଧୀ ଦଳ ଆଶା କରୁଛନ୍ତି ଯେ ଶାସକ ମିଳିତ ମଞ୍ଚର କିଛି ଅସନ୍ତୁଷ୍ଟ ବିଧାୟକ ତାଙ୍କ ସରକାରକୁ ହଟାଇବାରେ ସେମାନଙ୍କୁ ସମର୍ଥନ କରିବେ। ୨୦୧୮ରେ କ୍ରିକେଟରୁ ରାଜନେତା ପାଲଟିଥିବା ଇମ୍ରାନ କ୍ଷମତାକୁ ଆସିଥିଲେ ଏବଂ ପରବର୍ତ୍ତୀ ସାଧାରଣ ନିର୍ବାଚନ ୨୦୨୩ ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନାନା ପାଟେକରଙ୍କ ପରିବାରରେ କିଏ କିଏ ଅଛନ୍ତି? ପତ୍ନୀଙ୍କଠାରୁ ଅଲଗା ରହୁଥିଲା ବେଳେ ଜଣେ ପୁଅଙ୍କର ମୃତ୍ୟୁ ହୋଇସାରିଛି

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର…

୪ ଦଫା ଦାବିରେ ଓଡ଼ିଶା ବନ୍ଦ, ପଦ୍ମପୁରରେ କଂଗ୍ରେସର ପିକେଟିଂ

ପଦ୍ମପୁର, ୮।୧୦ (ପ୍ରଦୀପ୍ତ ଦାଶ): ୪ ଦଫା ଦାବି ନେଇ କଂଗ୍ରେସ ଓ ‘ଇଣ୍ଡି’ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗୁରୁବାର ସକାଳୁ…

ଆସିଲା ନାନା ପାଟେକରଙ୍କ ମୃତ୍ୟୁର ଅସଲ କାରଣ! ଡାକ୍ତର କହିଲେ…

ମୁମ୍ବାଇ,୮।୧୦: ବରିଷ୍ଠ ଅଭିନେତା ନାନା ପାଟେକର ଗୁରୁବାର ସକାଳ ୫ଟା୨୦ ସମୟରେ ପରଲୋକ ହୋଇଛି। ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି।…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏଇ ଭାରତରେ

ରାଜସ୍ଥାନ ଯୋଧପୁର ଜିଲା ବେରୁନ୍ଦ୍‌ର ଗୌତମ ଯାଦବ ଜଣେ ଶ୍ରମିକ ଭାବେ ଦିନରେ କାମ କରି ପ୍ରତିଦିନ ସନ୍ଧ୍ୟାରେ ଠେଲାଗାଡ଼ିରେ ଘରକୁ ଘର ବୁଲି ବଳକା ରୁଟି…

ଅଶୀ ଦଶକର ସ୍ମୃତି

ଆଜିକାଲି ସୋସିଆଲ ମିଡିଆରେ ଅତୀତର ସ୍ମୃତି ବା ‘ନୋଷ୍ଟାଲଜିଆ’ର ଏକ ଲହରି ଖେଳିଯାଇଥିବା ପରି ମନେହୁଏ। ଅଶୀ ଦଶକର ଶୈଳୀରେ କୃତ୍ରିମ ବୁଦ୍ଧିମତ୍ତା ବା ଏଆଇ ଫଟୋ…

ଦୂର ଅତୀତର ଗାଁ ହାଟ

ହାହାଟ ବାରିଦିନ ଗାଁ ଏକ ଛୋଟକାଟର ଦିନିକିଆ ସହର ବା ବଜାରର ଭ୍ରମ ସୃଷ୍ଟି କରେ। ସହରରେ ବି ସାପ୍ତାହିକ ହାଟ ବସି ଗ୍ରାମ୍ୟ ସଂସ୍କୃତିକୁ ଉଜ୍ଜୀବିତ…

ବାଣିଜ୍ୟିକ ବିଶ୍ୱାସରେ ଖାଦ୍ୟାଭ୍ୟାସ

ଆପଣ କେବେ ଏହା ଜାଣିବାକୁ କୌତୂହଳୀ ହୋଇଛନ୍ତି କି, କାହିଁକି ଇହୁଦୀମାନେ କୋଶେର ନିୟମ ପାଳନ୍ତି, ମୁସଲମାନମାନେ ହଲାଲ ଖାଦ୍ୟ ଖାଆନ୍ତି? ଆପଣ କେବେ ଭାବିଛନ୍ତି କି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?