ଶାହବାଜ ଶରିଫ କହିଲେ ‘ପାକିସ୍ତାନ ବୁଦ୍ଧି ଶିଖି ସାରିଛି’, ମୋଦିଙ୍କୁ ଅପିଲ କରି କହିଲେ, ‘ଚାଲ ଏକାଠି ବସିବା’

ଇସଲାମାବାଦ,୧୭ ।୧: ପାକିସ୍ତାନ ଏବେ ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଛି । ଲୋକେ ସେଠାରେ ଉତ୍କଟ ଖାଦ୍ୟ ସଙ୍କଟର ସାମ୍ନାବି କଲେଣି । ଏହାରି ଭିତରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ଶରିଫଙ୍କର ଏକ ବୟାନ ସାମ୍ନାକୁ ଆସିଛି, ଯେଉଁଥିରେ ପଡୋଶୀ ଦେଶର ସ୍ୱର ବଦଳିବା ନଜର ଆସିଛି । ପାକିସ୍ତାନ ପ୍ରଧାନମନ୍ତ୍ରୀ କହିଛନ୍ତି, ପାକିସ୍ତାନ ବୁଦ୍ଧି ଶିଖି ସାରିଛି, ଏବେ ଦେଶ ଶାନ୍ତିରେ ରହିବାକୁ ଚାହୁଁଛି ।

ପାକିସ୍ତାନ ପ୍ରଧାନମନ୍ତ୍ରୀ ଅଲ ଅରବିୟାକୁ ଦେଇଥିବା ଏକ ସାକ୍ଷାତ୍‌କାରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସବୁ ସମସ୍ୟାକୁ ନେଇ କଥା ହେବାକୁ ରାଜିଥିବା କହିନ୍ତି । ଶାହବାଜ ଶରିଫ କହିଛନ୍ତି ଭାରତୀୟ ନେତୃତ୍ୱ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କୁ ଅପିଲ କରୁଛି, ଆମେ କଥାବାର୍ତ୍ତା ଟେବୁଲରେ ବସି ସବୁ ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରିବା ଦରକାର ।
ପାକିସ୍ତାନ ପ୍ରଧାନମନ୍ତ୍ରୀ ଭାରତ ସହିତ ସମ୍ପର୍କ ସୁଧାରିବାକୁ ଓକିଲାତି କରି କହିଛନ୍ତି, ଆମେ ପଡୋଶୀ, ଏହା ଆମ ଉପରେ ନିର୍ଭର କରୁଛି ଯେ ଆମେ ଶାନ୍ତିରେ ରହୁ, ପ୍ରଗତି କରୁ ଅବା ପରସ୍ପର ସହ ଲଢେଇ କରି ସମୟ-ସଂସାଧନକୁ ନଷ୍ଟକରୁ । ସେ ଆହୁରି ମଧ୍ୟ କହିଛନ୍ତି, ଆମେ ଭାରତ ସହ ୩ଟି ଯୁଦ୍ଧ ଲଢି ସାରିଛୁ, ଏ ସମସ୍ତ ଯୁଦ୍ଧ କାଙ୍ଗାଳ, ଗରିବି ଓ ଲୋକଙ୍କ ପାଇଁ ବେରୋଜଗାର ଆଣିଛି । ଆମେ ଆମର ବୁଦ୍ଧି ଶିଖି ସାରିଛୁ ଏବେ ଆମକୁ ଶାନ୍ତିରେ ରହିବାର ଅଛି ।
ଶାହବାଜ ଶରିଫ କହିଛନ୍ତି, ଆମେ ଆମର ସମସ୍ୟା ସମାଧାନ କରିବାକୁ ପ୍ରସ୍ତୁତ ଅଛୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଁ ବାର୍ତ୍ତା ଦେବାକୁ ଚାହୁଁଛି ଚାଲନ୍ତୁ ଏକାଠି ବସି କଥା ହେବା । ପାକିସ୍ତାନ ଚାହୁଁନାହିଁ ଆମର ସଂସାଧନକୁ ବୋମା ଓ ବାରୁଦ ତିଆରିରେ ଖର୍ଚ୍ଚ କରୁ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri