ୟୁଏନଜିଏରେ ପାକିସ୍ତାନ ପୁଣି ଓଗାଳିଲା କଶ୍ମୀର ରାଗ, କହିଲା ଯୁଦ୍ଧ କୌଣସି ବିକଳ୍ପ ନୁହେଁ, କଥାବର୍ତ୍ତାରେ ହେବ ସମାଧାନ

ନ୍ୟୁୟର୍କ,୨୪ ।୯: ମିଳିତ ଜାତିସଂଘ ସାଧାରଣ ସଭାରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ଶରିଫ କଶ୍ମୀର ପ୍ରସଙ୍ଗ ଉଠାଇଛନ୍ତି । ସେ କହିଛନ୍ତି ଭାରତ ସମେତ ଆମେ ସମସ୍ତ ପଡୋଶୀ ଦେଶ ସହିତ ଶାନ୍ତି ଚାହୁଁଛୁ । ଶେହବାଜ ଶରିଫ କହିଛନ୍ତି, ମୁଁ ଭାବୁଛି ବର୍ତ୍ତମାନ ସମୟ ଆସିଛି ଭାରତ ବୁଝିବା ଉଚିତ ଯେ ଦୁଇ ଦେଶ ପରସ୍ପର ସହ ଯୋଡି ହୋଇଛନ୍ତି ।
ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ଶରିଫ ଶୁକ୍ରବାର ପୁଣିଥରେ କଶ୍ମୀର ରାଗକୁ ଓଗାଳିଛନ୍ତି । ମିଳିତ ଜାତିସଂଘ(ୟୁଏନ) ମହାସଭାରେ ଉଚ୍ଚ ସ୍ତରୀୟ ବୈଠକକୁ ସାମ୍ବୋଧିତ କରୁଥିବା ବେଳେ ଶରିଫ କହିଛନ୍ତି, ୫ ଅଗଷ୍ଟ ୨୦୧୯ରେ ଭାରତ ଏକତରଫା ଭାବେ ନିଜ ମନମୁତାବକ ନିଷ୍ପତ୍ତି ନେଇ ଅନୁଚ୍ଛେଦ ୩୭୦ ମାଧ୍ୟମରେ ଜମ୍ମୁ-କଶ୍ମୀରର ସ୍ୱତନ୍ତ୍ର ପରିଚୟ ଶେଷ କରିଦେଲା । ଏହ ଫଳରେ ଶାନ୍ତିର ଆଶା ଧୂଳିସାତ୍ ହୋଇଗଲା ଓ ସୀମାରେ ଉତ୍ତେଜନା ବୃଦ୍ଧି ପାଇଲା । ଏହାପରେ ଶରିଫ ଆହୁରି ମଧ୍ୟ କହିଛନ୍ତି ଭାରତ ସହ ଯୁଦ୍ଧ କୌଣସି ବିକଳ୍ପ ନୁହେଁ ।
କଶ୍ମୀର ରାଗ ଓଗାଳିବା ସମୟରେ ଶରିଫ କହିଛନ୍ତି, ପାକିସ୍ତାନ ତା’ର ପଡୋଶୀ ସହ ସ୍ଥିର ବାତାବାରଣ ଚାହୁଁଛି । ଆମେ ଆମର ସମସ୍ତ ପଡୋଶୀଙ୍କ ସହ ଶାନ୍ତି ଚାହୁଁ । କେବଳ ଶାନ୍ତିପୂର୍ଣ୍ଣ କଥାବାର୍ତ୍ତା ମାଧ୍ୟମରେ ସମସ୍ୟାର ସମାଧାନ ହୋଇପାରିବ । ତା’ହେଲେ ଭବିଷ୍ୟରେ ବିଶ୍ୱ ଆହୁରି ଶାନ୍ତି ପୂର୍ଣ୍ଣ ହେବ । ଭାରତକୁ ସକରାତ୍ମକ ସ୍ଥିତି ପାଇଁ ଉଚିତ ପଦକ୍ଷେପ ନେବା ଦରକାର । ଆମେ ପଡୋଶୀ, ନିଷ୍ପତ୍ତି ଆମକୁ ନେବାକୁ ହେବ, ଆମେ ଶାନ୍ତୁ ଚାହୁଁଛୁ ନା ଯୁଦ୍ଧ ଚାହୁଁଛୁ ।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

ମୁହଁତୋଡ ଜବାବ ଦେଲେ କ୍ୟାଟ୍ରିନା: କହୁ କହୁ କହିଦେଲେ…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌। ଓଜନ ବୃଦ୍ଧିକୁ ନେଇ ସୋସିଆଲ ମିଡିଆରେ ଟ୍ରୋଲ ହେବାପରେ ଏବେ ସେ ନିଜ ଷ୍ଟାଇଲିସ ଲୁକକୁ ନେଇ ସାଉଁଟିଛନ୍ତି…

ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ୍‌ ଭାବେ ଏମିତି କାରନାମା କଲେ ଅଭିଷେକ ଶର୍ମା: କ୍ରିକେଟ୍‌ ଜଗତରେ ଖେଳିଗଲା…

ଇନ୍ଦୋର,୧୩।୧୦: ଅନ୍ତର୍ଜାତୀୟ ଟି-୨୦ କ୍ରିକେଟ୍‌ରେ ନିଜ ବିସ୍ଫୋରକ ବ୍ୟାଟିଂରେ ନୂଆ ରେକର୍ଡ କରିଛନ୍ତି ଭାରତୀୟ ଓପନର୍‌ ଅଭିଷେକ ଶର୍ମା। ଗୋଟିଏ କ୍ୟାଲେଣ୍ଡର ବର୍ଷରେ ସର୍ବାଧିକ ଛକା ମାରିବା…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିଲା

ନୂଆଦିଲ୍ଲୀ,୧୨।୧୦: ୨୦୨୬ ମସିହାର ଅର୍ଥନୀତି କ୍ଷେତ୍ରରେ ନୋବେଲ ପୁରସ୍କାର ଆମେରିକୀୟ ଅର୍ଥନୀତିଜ୍ଞ ରବର୍ଟ ଇ. ହଲ (Robert E. Hall) ଏବଂ ମାଇକେଲ ୱୁଡଫୋର୍ଡ (Michael Woodford)ଙ୍କୁ…

ଝିଅ ସାରାଙ୍କୁ ନେଇ ଏମିତି କହିଲେ ସଚିନ ତେନ୍ଦୁଲକର: ସୋସିଆଲ ମିଡିଆରେ ବଢୁଛି ଚର୍ଚ୍ଚା

ମୁମ୍ବାଇ,୧୨।୧୦: ଭାରତୀୟ କ୍ରିକେଟ୍‌ର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଆଜି ୨୯ ବର୍ଷରେ ପାଦ ଥାପିଛନ୍ତି। ଏହି ବିଶେଷ ଅବସରରେ ସାରାଙ୍କୁ ସୋସିଆଲ…

ମାତ୍ର ୧୩ ରନ କରି ଭାରତକୁ ଜିତାଇଲେ ପ୍ରିନ୍ସ, ତାଙ୍କ ବ୍ୟାଟ୍‌ ପଛର ରୋଚକ କାହାଣୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇନ୍ଦୋର,୧୨।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦଳ ୧୪ ରନ୍‌ରେ ବିଜୟୀ ହୋଇଛି। ଏହି ମ୍ୟାଚ୍‌ରେ ପ୍ରିନ୍ସ ଯାଦବ ବୋଲିଂରେ କୌଣସି ଉଇକେଟ ନେଇପାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?