ପାକିସ୍ତାନର ପୋଲିସ ଶିବିର ଉପରେ ଆକ୍ରମଣ, ଡିଏସପି ସମେତ ୩ ପୋଲିସ କର୍ମୀ ମୃତ

ଇସଲାମାବାଦ,୩୦ ।୩: ପାକିସ୍ତାନରୁ ସକାଳୁ ସକାଳୁ ଏକ ଲହୁ ଲୁହାଣର ଖବର ସାମ୍ନାକୁ ଆସିଛି । ସେଠାରେ ଥିବା ଲକି ମାରୱାତରେ ଥିବା ପୋଲିସ ପୋଷ୍ଟ ଉପରେ ଏକ ବଡ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ପୋଲିସ ଫୋର୍ସକୁ ସାହାଯ୍ୟ କରିବାକୁ ଥିବା ଏକ ସଶସ୍ତ୍ର ଗାଡି(ଏପିସି)କୁ ଉଡାଇ ଦିଆଯାଇଛି, ଯେଉଁଥିରେ ଡିଏସପି ସମେତ କେତେଜଣ ପୋଲିସଙ୍କ ମୃତ୍ୟୁ ହୋଇଛି ।
ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି କି ଚରମପନ୍ଥିଙ୍କ ଆକ୍ରମଣରେ ପୋଲିସ ଅଧିକାରୀଙ୍କ ସମେତ ୩ ପୋଲିସକର୍ମୀ ଶହୀଦ ହୋଇଛନ୍ତି । ଏହାସହ ଅନ୍ୟ କେତେଜଣ ଆହତ ବି ହୋଇଛନ୍ତି । ପୋଲିସ ଯବାନ ଆକ୍ରମଣକାରୀଙ୍କୁ କଡା ଜବାବ ଦେଉଛନ୍ତି । ଏବେବି ସେଠାରେ ଗୁଳିକାଣ୍ଡ ଜାରି ରହିଛି ।
ସୂଚନାଯୋଗ୍ୟ, ଲକି ମାରୱାତ ପାକିସ୍ତାନର ଖେବର ପଖତୁନଖ୍ୱା ଅଞ୍ଚଳର ଜିଲା ମୁଖ୍ୟାଳୟ । ଏଠାରେ ସବୁବେଳେ ଏମିତି ଧରଣର ଆକ୍ରମଣ ହୋଇ ଆସୁଛି । ଗୁରୁବାର ହୋଇଥିବା ଘଟଣାରେ ପୋଲିସ ପ୍ରବକ୍ତା କହିଛନ୍ତି, ଏଠାରେ ପୋଲିସ ଭ୍ୟାନ ଉପରେ ଆଇଇଡିରେ ଆକ୍ରମଣ କରାଯାଇଛି । ଏହି ବିସ୍ଫୋରଣରେ ଡିଏସପି ଇକବାଲ ମୋହମଦ ଓ ୩ ପୋଲିସ କନଷ୍ଟେବଳ ଶହିଦ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri