ଇମ୍ରାନ ସରକାରଙ୍କ କାଉଣ୍ଟଡାଉନ୍‌ ଆରମ୍ଭ: ଏପ୍ରିଲ ୩ରେ ହେବ ଅନାସ୍ଥା ପ୍ରସ୍ତାବ ଉପରେ ଭୋଟିଂ

ଇସ୍‌ଲାମାବାଦ୍‌,୨୯।୩: ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ବିରୋଧରେ ଏପ୍ରିଲ ୩ରେ ଅନାସ୍ଥା ପ୍ରସ୍ତାବ ଉପରେ ସଂସଦରେ ଭୋଟିଂ କରାଯିବ। ମଙ୍ଗଳବାର ଏନେଇ ପାକିସ୍ତାନର ଗୃହମନ୍ତ୍ରୀ ଶେଖ୍‌ ରସିଦ ଦାବି କରିଛନ୍ତି। ସୋମବାର ପାକିସ୍ତାନ ସଂସଦରେ ଇମ୍ରାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ କରାଯାଇଥିଲା। ଏହି ପ୍ରସ୍ତାବ ଉପରେ ମାର୍ଚ୍ଚ ୩୧ରେ ଆଲୋଚନା ହେବ। ତେବେ ଏହାର ଚୂଡ଼ାନ୍ତ ନିଷ୍ପତ୍ତି ଏପ୍ରିଲ ୩ର ଶେଷ ଘଣ୍ଟା ସୁଦ୍ଧା ନିଆଯିବ ବୋଲି ଗୃହମନ୍ତ୍ରୀ ଶେଖ୍‌ ରସିଦ କହିଛନ୍ତି। ଅନ୍ୟପଟେ ପାକିସ୍ତାନ ରାଜନୀତିର ମ୍ୟାଚ ଏକ ମଜାଦାର ପର୍ଯ୍ୟାୟରେ ପହଞ୍ଚୁଛି। ଶେଷ ବଲ ପର୍ଯ୍ୟନ୍ତ ଇମ୍ରାନ ଖାନ ଖେଳିବେ ବୋଲି ଶେଖ୍‌ ରସିଦ କହିଛନ୍ତି। ସୂଚନାଯୋଗ୍ୟ, ବିରୋଧୀ ଦଳର ୧୬୧ ସାଂସଦ ଇମ୍ରାନ ଖାନଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବକୁ ସମର୍ଥନ କରିଥିଲେ। ତେବେ ସୂତ୍ରରୁ ମିଳିଥିବା ଖବର ଅନୁସାରେ ତାଙ୍କ ଦଳର ଅନେକ ସାଂସଦ ତଥା ସହଯୋଗୀ ଦଳ ଏମ୍‌କ୍ୟୁଏମ୍‌-ପି ଏବଂ ପିଏମ୍‌ଏଲ୍‌-କ୍ୟୁ ମଧ୍ୟ ତାଙ୍କ ବିରୁଦ୍ଧରେ ଯାଇପାରନ୍ତି। ଯାହା ଇମ୍ରାନଙ୍କ ପାଇଁ ଅତ୍ୟନ୍ତ ଚିନ୍ତାର ବିଷୟ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଟଙ୍କା ନିଅ ଝାଲମୁଢ଼ି ଦିଅ… ଦିଦିଙ୍କ ଗଡ଼ରେ ମଜା ନେଲେ ମୋଦି

କୋଲକାତା,୧୯ା୪: ପଶ୍ଚିମବଙ୍ଗରେ ନିର୍ବାଚନ ପ୍ରଚାର ଜୋରସୋରରେ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ମୈଦାନକୁ ଓହ୍ଲାଇଛନ୍ତି । ତେବେ ପ୍ରଚାର ସମୟରେ ସେ ପାରମ୍ପରିକ ବଙ୍ଗାଳୀ…

କେକେଆର୍‌କୁ ଜିତାଇଲେ ରିଙ୍କୁ ସିଂ

କୋଲକାତା,୧୯ା୪: ସ୍ପିନରଙ୍କ ଯାଦୁଗରି ବୋଲିଂ ପରେ ରିଙ୍କୁ ସିଂଙ୍କ ଅର୍ଦ୍ଧଶତକୀୟ ଇନିଂସ ବଳରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ…

ଗାଧୋଇବାକୁ ଯାଇ ଭଞ୍ଜନଗର ଜଳଭଣ୍ଡାରରେ ବୁଡିଗଲେ ୬ ସାଙ୍ଗ, ୨ମୃତ

ଭଞ୍ଜନଗର,୧୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଜଳଭଣ୍ଡାରରେ ବୁଡ଼ି ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଦୁଇଜଣ ଛାତ୍ରଙ୍କ ମୃତ୍ୟୁ ହୋଇଛି । ସେମାନେ ହେଲେ…

୨୦୨୭ ବିଶ୍ୱକପ୍‌ ପୂର୍ୱରୁ ବିସିସିଆଇର ବଡ଼ ନିଷ୍ପତ୍ତି: ଆଉ ବର୍ଷେ ମୁଖ୍ୟ ଚୟନକର୍ତ୍ତା ରହିବେ ଅଗରକର

ନୂଆଦିଲ୍ଲୀ,୧୯ା୪: ଭାରତୀୟ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଏକ ବର୍ଷ ପାଇଁ ନବୀକରଣ କରାଯାଇଛି। ସେ ଆସନ୍ତାବର୍ଷ ପର୍ଯ୍ୟନ୍ତ ତାଙ୍କ ପଦବୀରେ ରହିବେ।…

ରିଲ୍ସ କରିବା ହେଲା କାଳ, ଚଳନ୍ତା ଟ୍ରେନରୁ ଖସିପଡି ଯୁବକ ଗୁରୁତର

ସିମୁଳିଆ,୧୯ା୪(ସନ୍ତୋଷ କୁମାର ନାୟକ): ବାରମ୍ବାର ସଚେତନତା ସତ୍ତ୍ବେ ମଧ୍ୟ ସଚେତନ ହେଉନାହାନ୍ତି ଯୁବତୀ ଯୁବକ । ବେଳେ ବେଳେ ଏହି ରିଲ୍ସ ନିଶା ଜୀବନ ମଧ୍ୟ ନେଉଛି…

ଟ୍ରମ୍ପଙ୍କ କଡ଼ା ଚେତାବନୀ, ଇରାନକୁ ଶେଷ କରିବାର ସମୟ ଆସିଯାଇଛି….

ଓ୍ବାଶିଂଟନ,୧୯ା୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ଦିନ ଇରାନକୁ ସମ୍ପୂର୍ଣ୍ଣ ଭାବରେ ନିଶ୍ଚିହ୍ନ କରିଦେବା ପାଇଁ ଧମକ ଦେଇଥିଲେ । ଟ୍ରମ୍ପ କହିଥିଲେ ଯେ ଇରାନ…

ଟିଭି ଦେଖିବାକୁ ମନାକଲେ ମା’, ଝୁଲିପଡିଲେ ନାବାଳିକା

ସିମୁଳିଆ,୧୯ା୪(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା କୁପୁରା ଅଞ୍ଚଳରେ ଅଭାବନୀୟ ଘଟଣା । ବେକରେ ଫାଶୀ ଲଗାଇ ଆତ୍ମହତ୍ୟା କଲେ ନାବାଳିକା । ମୃତକ…

ବାଣ କାରଖାନାରେ ବଡ଼ ଧରଣର ବିସ୍ଫୋରଣ; ୧୬ମୃତ, ବଢ଼ିପାରେ ମୃତ୍ୟୁ ସଂଖ୍ୟା

ଚେନ୍ନାଇ,୧୯ା୪: ତାମିଲନାଡୁର ବିରୁଧୁନଗର ଜିଲାରେ ଥିବା ଏକ ବାଣ ତିଆରି ୟୁନିଟରେ ଏକ ବଡ଼ ବିସ୍ଫୋରଣ ଘଟିଛି। ବାଣ କାରଖାନାରେ ହୋଇଥିବା ଏହି ଭୟଙ୍କର ବିସ୍ଫୋରଣରେ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri