‘୫ ବର୍ଷ ପୂରଣ କରିବି, ଇସ୍ତଫା ଦେବିନି’

ଇସଲାମାବାଦ୍‌,୨୭।୩: ପାକିସ୍ତାନରେ ଏବେ ରାଜନୈତି ସଙ୍କଟ ଚାଲିଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗାଦିରୁ ହଟାଇବା ପାଇଁ ବିରୋଧୀ ଲାଗିପଡିଛନ୍ତି। ମାର୍ଚ୍ଚ ୨୮ରେ ସଂସଦରେ ଇମ୍ରାନ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ହେବ। ଏହାର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ରବିବାର ଇସଲାମାବାଦରେ ଶକ୍ତି ପ୍ରଦର୍ଶନ କରିଛନ୍ତି। ଇସଲାମାବାଦରେ ସେ ଏକ ବଡ଼ ରାଲି କରିଛନ୍ତି। ଏଠାରେ ସେ ବିରୋଧୀଙ୍କ ଉପରେ ବର୍ଷିଛନ୍ତି। ସରକାର କିମ୍ବା ତାଙ୍କ ଜୀବନ ଚାଲିଗଲେ ମଧ୍ୟ ସେ କେବେ ହେଲେ ବିରୋଧୀଙ୍କୁ କ୍ଷମା କରିବେ ନାହିଁ ବୋଲି ସେ କହିଛନ୍ତି।
ଇସଲାମାବାଦ ରାଲିକୁ ସମ୍ବୋଧନ କରି ଇମ୍ରାନ କହିଛନ୍ତି, ମୁଁ ମୋ ଟିମ ଓ ଦେଶକୁ ଏତେ ବଡ଼ ରାଲିର ଆୟୋଜନ ପାଇଁ ଧନ୍ୟବାଦ ଜଣାଉଛି। ବ୍ରିଟେନରେ ରହିବା ସମୟରେ ମୁଁ ଦେଶର କଲ୍ୟାଣ କଥା ବୁଝିଥିଲି। ମହମ୍ମଦଙ୍କ ନୀତି ଓ ଆଦର୍ଶକୁ ନେଇ ପାକିସ୍ତାନକୁ ବିକାଶର ରାସ୍ତାରେ ନେଇଛି। ଆମେ ବର୍ତ୍ତମାନ ବିକାଶ ରାସ୍ତାରେ ଚାଲିବା ଆରମ୍ଭ କରିଛୁ। ମହିଳାମାନଙ୍କୁ ସେମାନଙ୍କ ଅଧିକାର ପ୍ରଦାନ କରିବା ପାଇଁ ଆମେ ବିଲ ଆଣିଛୁ। ମହାମାରୀ କରୋନା ସତ୍ତ୍ୱେ ପାକିସ୍ତାନର ଅର୍ଥନୀତିକ ଅଭିବୃଦ୍ଧି ରେକର୍ଡ ସ୍ତର ଛୁଇଁଛି। ଶିଳ୍ପାନୁଷ୍ଠାନ ପାଇଁ ପ୍ୟାକେଜ ଘୋଷଣା କରାଯାଇଛି। ଆମ ସରକାର ୩.୫ ବର୍ଷ ଭିତରେ ଯେଉଁ ସବୁ କାମ କରିଛି, ପୂର୍ବରୁ କୌଣସି ସରକାର ଏତେ କାମ କରିପାରି ନ ଥିଲେ। ପିପିପି କ୍ଷମତାରେ ଥିବା ବେଳେ ବ୍ୟାପକ ଦୁର୍ନୀତି କରିଥିଲା। ଏଥିପାଇଁ ଦେଶକୁ ୨୦୦ ବିଲିୟନ ଟଙ୍କାର ଫାଇନ ତୁର୍କୀକୁ ଦେବାକୁ ପଡିଥିଲା। ମୋ ବିରୋଧରେ ଏବେ ଅନାସ୍ଥା ପ୍ରସ୍ତାବ ଅଣାଯାଇ ଷଡଯନ୍ତ୍ର କରାଯାଉଛି। କିନ୍ତୁ ମୁଣ୍ଡ ନୁଆଁଇବି ନାହିଁ। ୫ ବର୍ଷ ପୂରଣ କରିବି ଇସ୍ତାଫା ଦେବି ନାହିଁ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଅର୍ଥନୀତି ଏବଂ ବୈଦେଶିକ ନୀତିକୁ ଠିକ ଭାବରେ ପରିଚାଳନା କରୁ ନ ଥିବାରୁ ବିରୋଧୀଦଳ ଇମ୍ରାନଙ୍କୁ ବାରମ୍ବାର ଟାର୍ଗେଟ୍‌ କରୁଛନ୍ତି। ସେମାନେ ପିଟିଆଇ ସରକାରକୁ ହଟାଇବାକୁ ଚାହୁଁଛନ୍ତି। ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମ୍‌ଏଲ-ଏନ୍‌) ଏବଂ ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ର ପ୍ରାୟ ୧୦୦ ଏମ୍‌ପି ଚଳିତ ମାସ ୮ରେ ଜାତୀୟ ବିଧାନସଭା ସଚିବାଳୟରେ ଅନାସ୍ଥା ପ୍ରସ୍ତାବର ନୋଟିସ ଦେଇଛନ୍ତି।
ଇମ୍ରାନଙ୍କ ବିରୋଧରେ ସଂସଦରେ ମାର୍ଚ୍ଚ ୨୮ରେ ଅନାସ୍ଥା ପ୍ରସ୍ତାବକୁ ନେଇ ଭୋଟିଂ ହେବାର ଅଛି। ଅନାସ୍ଥା ପ୍ରସ୍ତାବ ଜିତିବା ପାଇଁ, ସଂସଦର ନିମ୍ନ ଗୃହରେ ସମୁଦାୟ ୩୪୨ ଜଣ ସଦସ୍ୟଙ୍କ ମଧ୍ୟରୁ ୧୭୨ ଜଣ ସଦସ୍ୟଙ୍କ ସମର୍ଥନ ଆବଶ୍ୟକ। ଜାତୀୟ ସଭାରେ ଇମ୍ରାନ ଖାନ ବହୁମତ ରହିଛି। ଏଠାରେ ତାଙ୍କ ପିଟିଆଇର ୧୫୫ ସଦସ୍ୟ ଏବଂ ମିଳିତ ସହଯୋଗୀ ଦଳର ୨୩ ସଦସ୍ୟ ଅଛନ୍ତି। ବିରୋଧୀ ଦଳର ୧୬୩ ସଦସ୍ୟ ଅଛନ୍ତି। ବିରୋଧୀ ଦଳ ଆଶା କରୁଛନ୍ତି ଯେ ଶାସକ ମିଳିତ ମଞ୍ଚର କିଛି ଅସନ୍ତୁଷ୍ଟ ବିଧାୟକ ତାଙ୍କ ସରକାରକୁ ହଟାଇବାରେ ସେମାନଙ୍କୁ ସମର୍ଥନ କରିବେ। ୨୦୧୮ରେ କ୍ରିକେଟରୁ ରାଜନେତା ପାଲଟିଥିବା ଇମ୍ରାନ କ୍ଷମତାକୁ ଆସିଥିଲେ ଏବଂ ପରବର୍ତ୍ତୀ ସାଧାରଣ ନିର୍ବାଚନ ୨୦୨୩ ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏକ୍ସ ଆକାଉଣ୍ଟ ପାଇଁ ଦେବାକୁ ପଡିବ ଅର୍ଥ!

ଓ୍ବାଶିଂଟନ,୧୬।୪: ଏଲନ ମସ୍କ ଟୁଇଟର ଟେକ ଓଭର କରିବାପରେ ଏହି ପ୍ଲାଟଫର୍ମରେ ଅନେକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ମସ୍କ ଏହାର ନାମ ବଦଳାଥିଲେ। ବର୍ତ୍ତମାନ...

ଅକ୍ଷୟ ପାତ୍ର ଫାଉଣ୍ଡେଶନର ଦାବି, ୨୦୪୭ ପୂର୍ବରୁ ଭାରତ ହେବ କ୍ଷୁଧା ମୁକ୍ତ

ଓ୍ବାଶିଂଟନ,୧୬।୪: ଅକ୍ଷୟ ପାତ୍ର ଫାଉଣ୍ଡେସନର ସହ-ପ୍ରତିଷ୍ଠାତା ଚଞ୍ଚଲପତି ଦାସ ଦାବି କରିଛନ୍ତି ଯେ ୨୦୪୭ ପୂର୍ବରୁ ଭାରତ ବିଶ୍ୱର ସବୁଠାରୁ ଜନବହୁଳ ଦେଶ ହୋଇଥିଲେ ମଧ୍ୟ...

ଏବେ ହେବ ମହାସଂଗ୍ରାମ! ଇରାନକୁ ମିଳିବ କଡା ଜବାବ…ଆକ୍ସନ ମୋଡରେ ନେତାନ୍ୟାହୁ

ଜେରୁଜେଲମ,୧୬।୪: ଇରାନ ଆକ୍ରମଣ ପରେ ଇସ୍ରାଏଲ ଏହାର ପ୍ରତିଶୋଧ ନେବାକୁ ଚିନ୍ତା କରିଛି। ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କଠାରୁ ଆରମ୍ଭ କରି ଇସ୍ରାଏଲ ସେନା ପର୍ଯ୍ୟନ୍ତ ଇରାନର...

ଆଫଗାନିସ୍ତାନରେ ବନ୍ୟା, ୩୩ ମୃତ

କାବୁଲ, ୧୬।୪: ଆଫଗାନିସ୍ତାନରେ ଗତ ୩ ଦିନ ଧରି ଲଗାଣ ବର୍ଷା ଯୋଗୁ ବନ୍ୟା ବିଭୀଷିକା ଘଟି ୩୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ବନ୍ୟାରେ ୨୭...

ଇରାନ୍‌ର ୮୦ ୟୁଏଭିକୁ ଧ୍ୱଂସ କରିଛି ଆମେରିକା

ଓ୍ବାଶିଂଟନ,୧୬ା୪ (ପି.ଟି.): ଇସ୍ର୍ରାଏଲ ଉପରେ ଆକ୍ରମଣ ବେଳେ ଇରାନ ଛାଡ଼ିଥିବା ୮୦ରୁ ଊର୍ଦ୍ଧ୍ୱ ୟୁଏଭି ଏବଂ ଅନୂ୍ୟନ ୬ଟି ବାଲିଷ୍ଟିକ୍‌ ମିଶାଇଲ୍‌କୁ ଆମେରିକା ଧ୍ୱଂସ କରିଦେଇଥିବା ପେଣ୍ଟାଗନ...

ପଦ ଛାଡିବେ ସିଙ୍ଗାପୁର ପ୍ରଧାନମନ୍ତ୍ରୀ

ସିଙ୍ଗାପୁର,୧୫।୪: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିନ ଲୁଙ୍ଗ ସୋମବାର କହିଛନ୍ତି ଯେ ସେ ଆସନ୍ତା ୧୫ମେ’ ରେ ନିଜ ପଦରୁ ଇସ୍ତଫା ଦେବେ। ପରବର୍ତ୍ତୀ ପ୍ରଧାନମନ୍ତ୍ରୀ...

ଓମାନରେ ପ୍ରଳୟଙ୍କରୀ ବନ୍ୟା, ଏବେ ପର୍ଯ୍ୟନ୍ତ ୧୩ ମୃତ

ମସ୍କଟ,୧୫।୪: ପ୍ରକୃତି ବର୍ତ୍ତମାନ ମଧ୍ୟ ପୂର୍ବର ଓମାନ ସହରରେ ତାଣ୍ଡବ ସୃଷ୍ଟି କରୁଛି। ସୋମବାର ପ୍ରବଳ ବର୍ଷା ଯୋଗୁଁ ସେଠାରେ ୧୩ ଜଣଙ୍କର ମୃତ୍ୟୁ ହେଲାଣି।...

ଏହି ୫ ସୁରକ୍ଷା କବଚ ସହାୟତାରେ ଇରାନକୁ ପାଣି ପିଆଇଲା ଇସ୍ରାଏଲ

ଜେରୁଜେଲମ୍‌,୧୫ା୪:୬ ମାସ ଧରି ଲାଗି ରହିଥିବା ହମାସ୍‌ ବିରୋଧୀ ଯୁଦ୍ଧ ବେଳେ ଇସ୍ରାଏଲ୍‌ର ଏୟାର ଡିଫେନ୍ସ ସିଷ୍ଟମ୍‌ ରକେଟ, ଡ୍ରୋନ୍‌ ଓ ମିଶାଇଲ୍‌ ଆକ୍ରମଣକୁ ପ୍ରତିହତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri