‘୫ ବର୍ଷ ପୂରଣ କରିବି, ଇସ୍ତଫା ଦେବିନି’

ଇସଲାମାବାଦ୍‌,୨୭।୩: ପାକିସ୍ତାନରେ ଏବେ ରାଜନୈତି ସଙ୍କଟ ଚାଲିଛି। ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗାଦିରୁ ହଟାଇବା ପାଇଁ ବିରୋଧୀ ଲାଗିପଡିଛନ୍ତି। ମାର୍ଚ୍ଚ ୨୮ରେ ସଂସଦରେ ଇମ୍ରାନ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ହେବ। ଏହାର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ରବିବାର ଇସଲାମାବାଦରେ ଶକ୍ତି ପ୍ରଦର୍ଶନ କରିଛନ୍ତି। ଇସଲାମାବାଦରେ ସେ ଏକ ବଡ଼ ରାଲି କରିଛନ୍ତି। ଏଠାରେ ସେ ବିରୋଧୀଙ୍କ ଉପରେ ବର୍ଷିଛନ୍ତି। ସରକାର କିମ୍ବା ତାଙ୍କ ଜୀବନ ଚାଲିଗଲେ ମଧ୍ୟ ସେ କେବେ ହେଲେ ବିରୋଧୀଙ୍କୁ କ୍ଷମା କରିବେ ନାହିଁ ବୋଲି ସେ କହିଛନ୍ତି।
ଇସଲାମାବାଦ ରାଲିକୁ ସମ୍ବୋଧନ କରି ଇମ୍ରାନ କହିଛନ୍ତି, ମୁଁ ମୋ ଟିମ ଓ ଦେଶକୁ ଏତେ ବଡ଼ ରାଲିର ଆୟୋଜନ ପାଇଁ ଧନ୍ୟବାଦ ଜଣାଉଛି। ବ୍ରିଟେନରେ ରହିବା ସମୟରେ ମୁଁ ଦେଶର କଲ୍ୟାଣ କଥା ବୁଝିଥିଲି। ମହମ୍ମଦଙ୍କ ନୀତି ଓ ଆଦର୍ଶକୁ ନେଇ ପାକିସ୍ତାନକୁ ବିକାଶର ରାସ୍ତାରେ ନେଇଛି। ଆମେ ବର୍ତ୍ତମାନ ବିକାଶ ରାସ୍ତାରେ ଚାଲିବା ଆରମ୍ଭ କରିଛୁ। ମହିଳାମାନଙ୍କୁ ସେମାନଙ୍କ ଅଧିକାର ପ୍ରଦାନ କରିବା ପାଇଁ ଆମେ ବିଲ ଆଣିଛୁ। ମହାମାରୀ କରୋନା ସତ୍ତ୍ୱେ ପାକିସ୍ତାନର ଅର୍ଥନୀତିକ ଅଭିବୃଦ୍ଧି ରେକର୍ଡ ସ୍ତର ଛୁଇଁଛି। ଶିଳ୍ପାନୁଷ୍ଠାନ ପାଇଁ ପ୍ୟାକେଜ ଘୋଷଣା କରାଯାଇଛି। ଆମ ସରକାର ୩.୫ ବର୍ଷ ଭିତରେ ଯେଉଁ ସବୁ କାମ କରିଛି, ପୂର୍ବରୁ କୌଣସି ସରକାର ଏତେ କାମ କରିପାରି ନ ଥିଲେ। ପିପିପି କ୍ଷମତାରେ ଥିବା ବେଳେ ବ୍ୟାପକ ଦୁର୍ନୀତି କରିଥିଲା। ଏଥିପାଇଁ ଦେଶକୁ ୨୦୦ ବିଲିୟନ ଟଙ୍କାର ଫାଇନ ତୁର୍କୀକୁ ଦେବାକୁ ପଡିଥିଲା। ମୋ ବିରୋଧରେ ଏବେ ଅନାସ୍ଥା ପ୍ରସ୍ତାବ ଅଣାଯାଇ ଷଡଯନ୍ତ୍ର କରାଯାଉଛି। କିନ୍ତୁ ମୁଣ୍ଡ ନୁଆଁଇବି ନାହିଁ। ୫ ବର୍ଷ ପୂରଣ କରିବି ଇସ୍ତାଫା ଦେବି ନାହିଁ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, ଅର୍ଥନୀତି ଏବଂ ବୈଦେଶିକ ନୀତିକୁ ଠିକ ଭାବରେ ପରିଚାଳନା କରୁ ନ ଥିବାରୁ ବିରୋଧୀଦଳ ଇମ୍ରାନଙ୍କୁ ବାରମ୍ବାର ଟାର୍ଗେଟ୍‌ କରୁଛନ୍ତି। ସେମାନେ ପିଟିଆଇ ସରକାରକୁ ହଟାଇବାକୁ ଚାହୁଁଛନ୍ତି। ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମ୍‌ଏଲ-ଏନ୍‌) ଏବଂ ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ର ପ୍ରାୟ ୧୦୦ ଏମ୍‌ପି ଚଳିତ ମାସ ୮ରେ ଜାତୀୟ ବିଧାନସଭା ସଚିବାଳୟରେ ଅନାସ୍ଥା ପ୍ରସ୍ତାବର ନୋଟିସ ଦେଇଛନ୍ତି।
ଇମ୍ରାନଙ୍କ ବିରୋଧରେ ସଂସଦରେ ମାର୍ଚ୍ଚ ୨୮ରେ ଅନାସ୍ଥା ପ୍ରସ୍ତାବକୁ ନେଇ ଭୋଟିଂ ହେବାର ଅଛି। ଅନାସ୍ଥା ପ୍ରସ୍ତାବ ଜିତିବା ପାଇଁ, ସଂସଦର ନିମ୍ନ ଗୃହରେ ସମୁଦାୟ ୩୪୨ ଜଣ ସଦସ୍ୟଙ୍କ ମଧ୍ୟରୁ ୧୭୨ ଜଣ ସଦସ୍ୟଙ୍କ ସମର୍ଥନ ଆବଶ୍ୟକ। ଜାତୀୟ ସଭାରେ ଇମ୍ରାନ ଖାନ ବହୁମତ ରହିଛି। ଏଠାରେ ତାଙ୍କ ପିଟିଆଇର ୧୫୫ ସଦସ୍ୟ ଏବଂ ମିଳିତ ସହଯୋଗୀ ଦଳର ୨୩ ସଦସ୍ୟ ଅଛନ୍ତି। ବିରୋଧୀ ଦଳର ୧୬୩ ସଦସ୍ୟ ଅଛନ୍ତି। ବିରୋଧୀ ଦଳ ଆଶା କରୁଛନ୍ତି ଯେ ଶାସକ ମିଳିତ ମଞ୍ଚର କିଛି ଅସନ୍ତୁଷ୍ଟ ବିଧାୟକ ତାଙ୍କ ସରକାରକୁ ହଟାଇବାରେ ସେମାନଙ୍କୁ ସମର୍ଥନ କରିବେ। ୨୦୧୮ରେ କ୍ରିକେଟରୁ ରାଜନେତା ପାଲଟିଥିବା ଇମ୍ରାନ କ୍ଷମତାକୁ ଆସିଥିଲେ ଏବଂ ପରବର୍ତ୍ତୀ ସାଧାରଣ ନିର୍ବାଚନ ୨୦୨୩ ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?