ଇମ୍ରାନ ‘ନାନୀ’ କହିବାରୁ ରାଗିଲେ ମରିୟମ

ଇସଲାମାବାଦ,୧୦ ।୩: ପାକିସ୍ତାନ ମୁସଲିମ ଲିଗ(ଏନ)ର ନେତା ମରିୟମ ନୱାଜ ଗୁରୁବାର ତାଙ୍କର ଏକ ରାଲିରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ଉପରେ ଖୁବ ବର୍ଷିଛନ୍ତି । ମରିୟମ ନୱାଜ ତାଙ୍କର ଏକ ସମ୍ବୋଧନରେ ଇମ୍ରାନ ଖାଁଙ୍କ ଉପରେ ‘ନାନୀ’ ଟିପ୍ପଣିକୁ ନେଇ ଖୁବ ବର୍ଷିଛନ୍ତି । ମରିୟମ ଇମ୍ରାନଙ୍କ ନାଁ ନ ନେଇ କହିଛନ୍ତି, ମୋତେ ନାନୀ ବୋଲି ସମ୍ବୋଧନ କରୁଥିବା ବ୍ୟକ୍ତି ମୋ ପିତା ନୱାଜ ଶରିଫଙ୍କ ବୟସର । ଯଦି ସେ ଠିକ୍ ନିଷ୍ପତ୍ତି ନେଇଥାଆନ୍ତେ ତେବେ ଆଜି ଦାଦା ହୋଇସାରିଥାଆନ୍ତେ ।
ସୂଚନାଯୋଗ୍ୟ, କିଛିଦିନ ପୂର୍ବରୁ ଇମ୍ରାନ ଖାଁ ତାଙ୍କର ଏକ ରାଲିରେ ମରିୟମ ନୱାଜଙ୍କୁ ‘ନାନୀ’ ବୋଲି କହିଥିଲେ । ଜିଲା ଯୁବ ସମନ୍ୱୟକଙ୍କ ଏକ ସଭାରେ ମରିୟମ ନୱାଜ ଇମ୍ରାନ ଖାଁଙ୍କ ଉପରେ ଦେଶର ଆର୍ଥିକ ସଙ୍କଟ ପାଇଁ ସେ ଦାୟୀ ବୋଲି ଅଭିଯୋଗ କରିଛନ୍ତି । କୋର୍ଟରେ ଇମ୍ରାନ ହାଜର ନ ହେବାକୁ ନେଇ ବି ମରିୟମ ତାଙ୍କୁ ସମାଲୋଚନା କରିଛନ୍ତି । ମରିୟମ କହିଛନ୍ତି, ଯେତେବେଳେ ଇମ୍ରାନଙ୍କୁ କୋର୍ଟରୁ ଡାକରା ଆସିଲା, ସେତେବେଳେ ସେ କହିଲେ ମୋ ଜୀବନ ପ୍ରତି ବିପଦ ରହିଛି ।
ସେହିପରି ଇମ୍ରାନ ପ୍ରଧାନମନ୍ତ୍ରୀ ଥିବା ସମୟରେ ତାଙ୍କୁ ମିଳିଥିବା ଉପହାର ଗୁଡିକୁ ବିକ୍ରି କରିବାକୁ ନେଇ ବି ମରିୟମ ତାଙ୍କୁ ସମାଲୋଚନା କରିଛନ୍ତି । ସେ କହିଛନ୍ତି ମୋ ପିତା ନୱାଜ ଶରିଫଙ୍କ ଶାସନ କାଳରେ ଦେଶର ଅର୍ଥନୀତି ୬ ପ୍ରତିଶତ ହାରରେ ବୃଦ୍ଧି ହୋଇଥିଲା । ଆଉ ଇମ୍ରାନ ଆସିବା ପରେ ଦେଶକୁ ଆର୍ଥିକ ସଙ୍କଟ ମଧ୍ୟକୁ ଠେଲି ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri