ଭାଙ୍ଗିଗଲା ପାକିସ୍ତାନ ରାଷ୍ଟ୍ରପତିଙ୍କ ଗୋଡ଼, ବିମାନରୁ ଓହ୍ଲାଇବା ସମୟରେ ପଡିଗଲେ ଜରଦାରୀ

ଇସଲାମାବାଦ,୧।୧୧: ବିମାନରୁ ଓହ୍ଲାଇବା ସମୟରେ ପାକିସ୍ତାନ ରାଷ୍ଟ୍ରପତି ଆସିଫ ଅଲି ଜରଦାରୀ ତଳେ ପଡି ଯାଇଥିଲେ ଫଳରେ ତାଙ୍କ ଗୋଡ ଭାଙ୍ଗି ଯାଇଥିବା ସୂଚନା ମିଳିଛି। ବୁଧବାର ରାତିରେ ଏହି ଘଟଣା ଘଟିଛି। ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ ଜରଦାରୀ ଆହତ ହୋଇଥିଲେ।
ଗୁରୁବାର ରାତିରେ ପାକିସ୍ତାନର ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ଏହା ନିଶ୍ଚିତ କରିଛି। ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ ଯେ ବିମାନ ଅବତରଣ ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ପରୀକ୍ଷା ପରେ ଡାକ୍ତରମାନେ ତାଙ୍କ ଗୋଡରେ ପ୍ଲାଷ୍ଟର ଲଗାଇଛନ୍ତି। ଡାକ୍ତରଙ୍କ କହିବାନୁସାରେ, ପ୍ଲାଷ୍ଟର ଏକ ମାସ ପାଇଁ ରହିବ । ତଥାପି, ସେ ବିପଦମୁକ୍ତ ଅଛନ୍ତି।

ପ୍ଲାଷ୍ଟର ଲଗାଇବା ପରେ ଡାକ୍ତରମାନେ ରାଷ୍ଟ୍ରପତି ଆସିଫ ଅଲି ଜରଦାରୀଙ୍କୁ ଘରକୁ ପଠାଇଛନ୍ତି। ତାଙ୍କୁ ସମ୍ପୂର୍ଣ୍ଣ ବିଶ୍ରାମ ନେବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ପାକିସ୍ତାନୀ ଖବରକାଗଜ ଡନ ଅନୁଯାୟୀ ଆସିଫ ଅଲି ଜରଦାରୀଙ୍କୁ ପୂର୍ବରୁ ମଧ୍ୟ ଅନେକ ସ୍ବାସ୍ଥ୍ୟ ସମସ୍ୟାର ସମ୍ମୁଖୀନ ହେବାକୁ ପଡିଥିଲା। ଗତ ବର୍ଷ ମାର୍ଚ୍ଚରେ ସେ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ମଧ୍ୟ ତାଙ୍କର ଗୋଟିଏ ଚକ୍ଷୁ ଅସ୍ତ୍ରୋପଚାର କରିଥିଲେ।
୨୦୨୨ରେ, ସେ ଏକ ସପ୍ତାହ ପାଇଁ କରାଚିର ଡକ୍ଟର ଜିଆଉଦ୍ଦିନ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେତେବେଳେ ସେ ଛାତି ସଂକ୍ରମଣରେ ପୀଡିତ ଥିଲେ। ତେବେ ଜରଦାରୀଙ୍କ ବ୍ୟକ୍ତିଗତ ଡାକ୍ତର ତଥା ଘନିଷ୍ଠ ବନ୍ଧୁ ଡକ୍ତେର ଅସୀମ ହୁସେନ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଲେଖିଛନ୍ତି ଯେ ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟ ଭଲ ଅଛି। ପିପିପି ଅଧ୍ୟକ୍ଷ ବିଲାୱଲ ଭୁଟ୍ଟୋ ଆସିଫ ଅଲି ଜରଦାରୀଙ୍କ ପୁଅ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri