ମୁହଁ ଖୋଲି ଯୁଦ୍ଧ ପାଇଁ ଆହ୍ବନ କଲେ ପାକ୍‌ ପ୍ରଧାନମନ୍ତ୍ରୀ ଶେହବାଜ, ମୋଦିଙ୍କୁ କହିଲେ…

ଇସଲାମବାଦ,୨୬।୪: ପହଲଗାମ ଆକ୍ରମଣ ପରେ ସବୁ ଦିଗରୁ ଚାପ ବୃଦ୍ଧି ପାଇବା ପରେ, ପାକିସ୍ତାନର ପ୍ରଧାନମନ୍ତ୍ରୀ ପାକ୍‌ ସେନାକୁ ସମ୍ବୋଧିତ କରିଛନ୍ତି। ତାଙ୍କ ବିରୋଧରେ ଲଗାଯାଇଥିବା ଆତଙ୍କବାଦ ଅଭିଯୋଗକୁ ପ୍ରତ୍ୟାଖ୍ୟାନ କରି ସେ କହିଛନ୍ତି ଯେ, ପାକିସ୍ତାନ ସର୍ବଦା ଆତଙ୍କବାଦକୁ ନିନ୍ଦା କରିଆସିଛି ଏବଂ ଆମେ ଆତଙ୍କବାଦ ବିରୋଧରେ ଲଢ଼ିବା ପାଇଁ ଅଗଣିତ ବଳିଦାନ ଦେଇଛୁ।

Shehbaz Sharif  ପହଲଗାମରେ ହୋଇଥିବା ଆକ୍ରମଣ ପାଇଁ ଭାରତ ପାକିସ୍ତାନକୁ ଦାୟୀ କରିଛି ଏବଂ ଏହାର ପ୍ରତିଶୋଧ ନେବାକୁ ପ୍ରତିଶ୍ରୁତି ଦେଇଛି। ଏହା ଉପରେ ଶେହବାଜ ସରିଫ କହିଛନ୍ତି ଯେ ପହଲଗାମରେ ଯାହା ଘଟିଲା ତାହା ଏକ ଦୋଷାରୋପ ଖେଳ ଏବଂ ଆମକୁ ବଦନାମ କରିବାକୁ ଚେଷ୍ଟା କରାଯାଉଛି। ଏହି ପ୍ରସଙ୍ଗରେ ଯେକୌଣସି ପ୍ରକାରର ତଦନ୍ତ ପାଇଁ ଆମେ ପ୍ରସ୍ତୁତ। ଧମକପୂର୍ଣ୍ଣ ସ୍ବରରେ ଶେହବାଜ ଆହୁରି କହିଛନ୍ତି, ଆମର ସେନା ଯୁଦ୍ଧ ପାଇଁ ପ୍ରସ୍ତୁତ ଏବଂ ଯେକୌଣସି ପରିସ୍ଥିତିର ମୁକାବିଲା କରିବାକୁ ସକ୍ଷମ।

Shehbaz Sharif  ପ୍ରଧାମନ୍ତ୍ରୀ ଜୋର ଦେଇ କହିଛନ୍ତି ଯେ ଆମର ସେନା ଯେକୌଣସି ପରିସ୍ଥିତିର ମୁକାବିଲା କରିବାକୁ ପ୍ରସ୍ତୁତ। ଆମେ ପାକିସ୍ତାନର ପ୍ରତ୍ୟେକ ଇଞ୍ଚ ଭୂମିକୁ ସୁରକ୍ଷା ଦେବୁ। ଶାନ୍ତି ଆମର ପ୍ରାଥମିକତା, କିନ୍ତୁ କେହି ଏହାକୁ ଆମର ଦୁର୍ବଳତା ବୋଲି ଭାବିବା ଉଚିତ ନୁହେଁ।

Shehbaz Sharif  ସିନ୍ଧୁ ଜଳ ଚୁକ୍ତିନାମାକୁ ବନ୍ଦ କରିବା ନେଇ ଭାରତର ଆଭିମୁଖ୍ୟ ଉପରେ ସେ ମୋଦିଙ୍କୁ ଧମକ ଦେଇଛନ୍ତି ଯେ, ଯଦି ପାଣି ବନ୍ଦ କରିବାକୁ କୌଣସି ପ୍ରୟାସ କରାଯାଏ ତେବେ ଏହାର ପୂର୍ଣ୍ଣ ଶକ୍ତିରେ ଜବାବ ଦିଆଯିବ।

ସୂଚନାଥାଉ କି, ୨୨ ଏପ୍ରିଲରେ ପହଲଗାମ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି, ଅନେକ ବିଶେଷଜ୍ଞ ଆଶଙ୍କା ପ୍ରକାଶ କରିଛନ୍ତି ଯେ ଏହା ଯେକୌଣସି ସମୟରେ ଏକ ବଡ଼ ଯୁଦ୍ଧରେ ପରିଣତ ହୋଇପାରେ। ଆପଣଙ୍କୁ କହିରଖୁଛୁ ଯେ, କଶ୍ମୀର ଘାଟିର ପହଲଗାମରେ ପ୍ରାୟ ୪ ରୁ ୫ ଜଣ ଆତଙ୍କବାଦୀ ପର୍ଯ୍ୟଟକଙ୍କ ଉପରେ ଆକ୍ରମଣ କରିଥିଲେ। ସେମାନଙ୍କ ଗୁଳିମାଡ଼ରେ ଅତି କମରେ ୨୬ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ବହୁଜଣ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri