ଭାରତୀୟ ଦଳକୁ ଟ୍ରୋଲ କଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲାମାବାଦ,୧୧।୧୧: ଅଷ୍ଟ୍ରେଲିଆରେ ଚାଲିଥିବା ଟି-୨୦ ବିଶ୍ୱକପ ୨୦୨୨ର ସେମିଫାଇନାଲରେ ଇଂଲଣ୍ଡଠାରୁ ୧୦ ଉଇକେଟରେ ହାରିବା ପରେ ଭାରତ ବିଶ୍ୱକପ ଜିତିବାର ଆଶା ଶେଷ ହୋଇଛି। ଭାରତ ପ୍ରଥମେ ବ୍ୟାଟିଂ କରି ୧୬୮ ରନ୍‌ କରିଥିଲା। ଏହାର ଜବାବରେ ଇଂଲଣ୍ଡ ଦଳ କୌଣସି ଉଇକେଟ୍‌ ନ ହରାଇ ୧୭୦ ରନ୍‌ କରି ଲକ୍ଷ୍ୟସ୍ଥଳରେ ପହଞ୍ଚିଥିଲା। ଏବେ ରବିବାର ଫାଇନାଲରେ ଇଂଲଣ୍ଡ ପାକିସ୍ତାନକୁ ଭେଟିବ। ଅନ୍ୟପକ୍ଷରେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହଓ୍ବାଜ ଶରିଫ ଭାରତର ପରାଜୟକୁ ନେଇ ଟିମ ଇଣ୍ଡିଆକୁ ଟ୍ରୋଲ କରିଛନ୍ତି।
ଗତ ବର୍ଷ ଟି-୨୦ ବିଶ୍ୱକପରେ ଭାରତୀୟ ଦଳର ଆରମ୍ଭ ବହୁତ ଖରାପ ଥିଲା। ପ୍ରଥମ ମ୍ୟାଚରେ ଟିମ ଇଣ୍ଡିଆକୁ ପାକିସ୍ତାନ ହାତରୁ ୧୦ ଉଇକେଟରେ ପରାଜୟରେ ସମ୍ମୁଖୀନ ହେବାକୁ ପଡିଥିଲା। ଟସ ହାରି ପ୍ରଥମେ ବ୍ୟାଟିଂ କରି ଭାରତ ୭ ଉଇକେଟ ହରାଇ ୧୫୧ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ପାକିସ୍ତାନ ବିନା ଉଇକେଟ ହରାଇ ୧୫୨ ରନ୍‌ କରିଥିଲା। ୨୯ ବର୍ଷର ବିଶ୍ୱକପ ଇତିହାସରେ ପ୍ରଥମ ଥର ପାଇଁ ପାକିସ୍ତାନ ଲଜ୍ଜାଜନକ ଢଙ୍ଗରେ ଭାରତକୁ ପରାସ୍ତ କରିଥିଲା।
ତେବେ ଚଳିତ ବର୍ଷର ଟି-୨୦ ବିଶ୍ୱକପରେ ପାକିସ୍ତାନ ଭାରତ ସହ କଠିନ ପରିସ୍ଥିତିର ସମ୍ମୁଖୀନ ହୋଇଛି। ଉଭୟ ଦେଶର ପ୍ରଶଂସକମାନେ ଉତ୍ସାହର ସହିତ ଅନ୍ୟ ଏକ ମ୍ୟାଚ ପାଇଁ ଅପେକ୍ଷା କରିଥିଲେ କିନ୍ତୁ ଇଂଲଣ୍ଡ ଭାରତର ବିଜୟ ରଥକୁ ଅଟକାଇଥିଲା। ତେବେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହଓ୍ବାଜ ଶରିଫ ନିଜ ଟୁଇଟରେ ଭାରତର ଏହି ପରାଜୟର ପ୍ରତୀକାତ୍ମକ ଢଙ୍ଗରେ ଉଲ୍ଲେଖ କରିଛନ୍ତି। ଏହା ମାଧ୍ୟମରେ ସେ ପରୋକ୍ଷରେ ଭାରତ ଗତ ବର୍ଷ ପାକିସ୍ତାନ ଠାରୁ ପରାସ୍ତ ଏବଂ ଚଳିତ ବର୍ଷ ଇଂଲଣ୍ଡକୁ ପରାସ୍ତ ବିଷୟରେ ଲେଖିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍‌କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା

ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?