ପଦାରେ ପଡ଼ିଲା ପାକିସ୍ତାନର ହୀନ ଚକ୍ରାନ୍ତ: ଝଡ଼ତୋଫାନରେ ଫସିଥିବା ଭାରତୀୟ ବିମାନକୁ ଦେଲାନି ଆକାଶ ମାର୍ଗ

ନୂଆଦିଲ୍ଲୀ,୨୩।୫: ପୁଣି ପଦାରେ ପଡିଛି ପାକିସ୍ତାନର ହୀନ ଚକ୍ରାନ୍ତ। ତୃଣମୂଳ କଂଗ୍ରେସ ଏମ୍‌ପିଙ୍କ ସମେତ ୨୨୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଦିଲ୍ଲୀ-ଶ୍ରୀନଗର ଇଣ୍ଡିଗୋ ବିମାନଟି ଆକାଶରେ ଝଡ଼ତୋଫୋନର ସାମ୍ନା କରିଥିଲା। ଫଳରେ ପାଇଲଟଙ୍କୁ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିବାକୁ ପଡ଼ିଥିଲା। ବିମାନଟି ଏୟାରବସ A320 ଅମୃତସର ଉପରେ ଉଡ଼ିବା ସମୟରେ, ପାଇଲଟ ପାକିସ୍ତାନର ଲାହୋର ଏୟାର ଟ୍ରାଫିକ କଣ୍ଟ୍ରୋଲକୁ ସେମାନଙ୍କ ଆକାଶ ମାର୍ଗରେ କିଛି ସମୟ ପାଇଁ ପ୍ରବେଶ କରିବା ଏବଂ ପାଗକୁ ଏଡାଇବା ପାଇଁ ଜରୁରୀକାଳୀନ ଅନୁମତି ମାଗିଥିଲେ। ତଥାପି, ପାକିସ୍ତାନ ଏହି ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିଥିବା ଜଣାପଡ଼ିଛି। ସମ୍ପ୍ରତି ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବା ସହିତ, ଉଭୟ ଦେଶ ପରସ୍ପରର ବାୟୁମଣ୍ଡଳ ବ୍ୟବହାର କରିବାକୁ ପ୍ରତିବନ୍ଧକ ଲଗାଇଛନ୍ତି।

ଶ୍ରୀନଗରରେ ଇଣ୍ଡିଗୋର ବିମାନର ଜରୁରୀକାଳୀନ ଅବତରଣ ସମ୍ପର୍କରେ, ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଏକ ବିବୃତ୍ତି ଜାରି କରି ପାକିସ୍ତାନର ପୋଲ୍‌ ଖୋଲିଛି। ବିବୃତ୍ତିରେ କୁହାଯାଇଛି ଯେ, ଝଡ଼ତୋଫାନରେ ଫସିଥିବା ଭାରତୀୟ ବିମାନକୁ ଲାହୋର ଆକାଶ ମାର୍ଗ ବ୍ୟବହାରକୁ ଅନୁମତି ଦେଇ ନ ଥିଲା ପାକିସ୍ତାନ।

ସୂଚନାଯୋଗ୍ୟ, ଇଣ୍ଡିଗୋ ବିମାନ ଯାଉଥିବା ବେଳେ ଝଡ଼ତୋଫାନ ହୋଇଥିଲା। ପାକିସ୍ତାନ ଏୟାରସ୍ପେସ୍‌ରେ ପ୍ରବେଶ ପାଇଁ ଅନୁମତି ମାଗିଥିଲେ ପାଇଲଟ। କିନ୍ତୁ ପାକିସ୍ତାନ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିଥିଲା। ଏହାପରେ ପାଇଲଟ ବାଧ୍ୟ ହୋଇ ଶ୍ରୀନଗର ATCକୁ ସାହାଯ୍ୟ ମାଗିଥିଲେ। ଏବେ ଏହି ଘଟଣାର ତଦନ୍ତ କରାଯାଉଥିବା DGCA ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri