Posted inଖେଳ

ପାକିସ୍ତାନ ଉପସ୍ଥାପିକା ଫେରିଗଲେ

ନୂଆଦିଲ୍ଲୀ, ୧୦ା୧୦: ଅନ୍ତର୍ଜାତୀୟ ଦିନିକିଆ ବିଶ୍ୱକପ୍‌ର ପ୍ରସାରଣ କରିବା ପାଇଁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଡିଜିଟାଲ ଟିମ୍‌ର ଅଂଶବିଶେଷ ଥିବା ଜଣେ ପାକିସ୍ତାନୀ ଉପସ୍ଥାପିକା ଜୈନାବ ଆବାସ ସୋମବାର ଭାରତ ଛାଡ଼ି ନିଜ ଦେଶକୁ ଫେରିଯାଇଛନ୍ତି। ଅତୀତର ତାଙ୍କ ଭାରତ ବିରୋଧୀ ପୋଷ୍ଟକୁ ନେଇ ସୋସିଆଲ ମିଡିଆରେ ତାଙ୍କୁ ତୀବ୍ର ପ୍ରତିକ୍ରିୟାର ସାମ୍ନା କରିବାକୁ ପଡ଼ିଥିଲା। ଏହି ଖବର ପ୍ରକାଶ ପାଇବା ପରେ ସୋସିଆଲ ମିଡିଆରେ ନାନା କଳ୍ପନାଜଳ୍ପନା ପ୍ରକାଶ ପାଇଥିବା ବେଳେ ଆଇସିସି କହିଛି, ଜୈନାବ ବ୍ୟକ୍ତିଗତ କାରଣରୁ ଘରବାହୁଡ଼ା କରିଛନ୍ତି। ତାଙ୍କୁ ପ୍ରତ୍ୟର୍ପଣ କରାଯାଇ ନାହିଁ। ଖବର ଅନୁସାରେ ଜୈନାବ ହାଇଦ୍ରାବାଦରେ ପାକିସ୍ତାନର ବିଶ୍ୱକପ୍‌ ମ୍ୟାଚ କଭର ପାଇଁ ଆସିଥିଲେ। ଏହି ୩୫ ବର୍ଷୀୟା ଉପସ୍ଥାପିକା ଅକ୍ଟୋବର ୬ରେ ହାଇଦ୍ରାବାଦସ୍ଥିତ ରାଜୀବଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ପାକିସ୍ତାନର ନେଦରଲାଣ୍ଡ୍ସ ବିପକ୍ଷ ବିଶ୍ୱକପ୍‌ ଓପନ ବେଳେ ଉପସ୍ଥିତ ଥିଲେ। ଉପସ୍ଥାପିକା ଜଣକ ଗତ ସପ୍ତାହରେ ହାଇଦ୍ରାବାଦରେ ପହଞ୍ଚତ୍ ଥିଲେ। ସେ ବେଙ୍ଗାଲୁରୁ, ଚେନ୍ନାଇ ଓ ଅହମଦାବାଦ ଗସ୍ତ କରିଥାନ୍ତେ, ଯେଉଁଠାରେ ପାକିସ୍ତାନ ମ୍ୟାଚ ଖେଳିବାର କାର୍ଯ୍ୟକ୍ରମ ରହିଛି। ଅକ୍ଟୋବର ୫ରୁ ନଭେମ୍ବର ୧୯ ପର୍ଯ୍ୟନ୍ତ ହେବାକୁଥିବା ବିଶ୍ୱକପ୍‌ ପାଇଁ ପୂର୍ବତନ ପାକିସ୍ତାନ ଖେଳାଳି ରମିଜ ରାଜା ଓ ଓ୍ବାକାର ୟୁନିସ କମେଣ୍ଟ୍ରି ପ୍ୟାନେଲରେ ସ୍ଥାନ ପାଇଛନ୍ତି। ମେଗା ଇଭେଣ୍ଟରେ ଅଂଶଗ୍ରହଣ କରିବା ଲାଗି ପାକିସ୍ତାନ କ୍ରିକେଟ ଦଳ ୭ ବର୍ଷ ପରେ ସେପ୍ଟେମ୍ବର ୨୭ରେ ଭାରତ ପହଞ୍ଚି ଥିଲା । ବିମାନ ବନ୍ଦରରେ ସେମାନଙ୍କୁ ଉଚ୍ଛ୍ବସିତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁରର ୩ ରେସଲର୍‌, ରାଜ୍ୟସ୍ତରରେ ଦେଖାଇବେ ଦମ୍‌: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…

ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?