ସାମ୍ନାକୁ ଆସିଲା ପାକିସ୍ତାନର ସତ, ମୋଦିଙ୍କୁ ଜଣାଇଲାନି ଶୁଭେଚ୍ଛା

ନୂଆଦିଲ୍ଲୀ, ୮/୬: ଲୋକସଭା ନିର୍ବାଚନରେ ଏନ୍‌ଡିଏ ବିଜୟୀ ହେବା ପରେ ସାରା ବିଶ଼୍ବର ନେତା ନରେନ୍ଦ୍ର ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ହେଲେ ପଡ଼ୋଶୀ ଦେଶ ପାକିସ୍ତାନ ଏ ନେଇ କୌଣସି ପ୍ରତିକ୍ରିୟା ଦେଇନାହିଁ। ବର୍ତ୍ତମାନ ଏହାକୁ ନେଇ ପାକିସ୍ତାନର ଏକ ବୟାନ ସାମ୍ନାକୁ ଆସିଛି। ପାକିସ୍ତାନ ପକ୍ଷରୁ କୁହାଯାଇଛି ଯେ ଭାରତ ସହିତ ଭଲ ସମ୍ପର୍କ ଏବଂ ସହଯୋଗ ରଖିବାକୁ ଆମେ ଚାହୁଁଛୁ। କଥାବାର୍ତ୍ତା ମାଧ୍ୟମରେ ବିବାଦର ସମାଧାନ କରାଯିବା ଦରକାର। ପାକିସ୍ତାନର ବିଦେଶ ମନ୍ତ୍ରାଳୟର ପ୍ରବକ୍ତା ମୁମତାଜ ଜହରା ବଲୋଚ ଏନେଇ କହିଛନ୍ତି ଯେ, ନିଜ ନେତା ଚୟନ କରିବାର ଅଧିକାର ଭାରତର ଲୋକଙ୍କ ପାଖରେ ରହିଛି । ସେମାନେ କେଉଁ ସରକାର ଭଲ ସେ ନେଇ ବିଚାର କରି ମତଦାନ କରିଛନ୍ତି ।

କହିରଖୁଛୁ ଯେ ଲୋକସଭା ନିର୍ବାଚନରେ ଏନ୍‌ଡିଏ ୨୯୩ ଆସନ ଜିତିଛି । ତେଣୁ ଆସନ୍ତା ୯ ତାରିଖ ଦିନ ଦଳ ସରକାର ଗଠନ କରିବାକୁ ଯାଉଛି ଏବଂ ନରେନ୍ଦ୍ର ମୋଦି ପୁଣିଥିରେ ପ୍ରଧାନମନ୍ତ୍ରୀ ଭାବେ ରାଷ୍ଚପତି ଭବନରେ ଶପଥ ନେବେ । ଏଥିପାଇଁ ପଡ଼ୋଶୀ ଦେଶର ନେତାମାନଙ୍କୁ ନିମନ୍ତ୍ରଣ କରାଯାଇଛି । ବାଂଲାଦେଶ, ଭୂଟାନ, ଶ୍ରୀଲଙ୍କା, ନେପାଳ ଆଦି ଦେଶର ନେତା ନୂଆଦିଲ୍ଲୀ ପହଞ୍ଚିବା ନେଇ ଆଶା କରାଯାଉଛି । ଏହି ଶପଥ ସମାରୋହରେ ପାଖିପାଖି ୮ ହଜାର ଲୋକଙ୍କୁ ନିମନ୍ତ୍ରଣ କରାଯାଇଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୩୬୮/୩

ନୂଆ ଚଣ୍ଡିଗଡ଼,୬ା୬ ଭାରତ-ଆଫଗାନିସ୍ତାନ ମଧ୍ୟରେ ଏକମାତ୍ର ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ମ୍ୟାଚ୍‌ର ପ୍ରଥମ ଦିନ ସମ୍ପୂର୍ଣ୍ଣ ରୂପେ ଭାରତୀୟ ବ୍ୟାଟରଙ୍କ ନିୟନ୍ତ୍ରଣରେ ରହିଛି। ଅଧିନାୟକ…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ଏମ୍‌ଭି-୯୭କୁ ହରାଇ ବେଣ୍ଡାଗୁଡ଼ା ବିଜୟୀ

କୋରୁକୋଣ୍ଡା,୬ା୬(ଅଶୋକ କୁମାର ପରିଡ଼ା): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତୁମୁସାପାଲ୍ଲୀ ପଞ୍ଚାୟତ ଏମ୍‌ଭି-୨୨ ଗ୍ରାମ ପଡ଼ିଆରେ ଜୟ ମା’ କାଳୀ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଶୁଭାରମ୍ଭ ହୋଇଯାଇଛି।…

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri