ତାଲିବାନ ସରକାର ଗଠନ ପୂର୍ବରୁ କାବୁଲ ପହଞ୍ଚିଲେ ଆଇଏସ୍ ମୁଖ୍ୟ, ପାକିସ୍ତାନ ରାଷ୍ଟ୍ରଦୂତଙ୍କ ସହ ସାକ୍ଷାତ୍ କରିବାର କଲେ ବାହାନା

କାବୁଲ,୪ ।୯: ତାଲିବାନ ଖୁବଶୀଘ୍ର ଆଫଗାନିସ୍ତାନରେ ସରକାର ଗଠନ କରିବାକୁ ଯାଉଛି । ଏହି ସମୟରେ ତାଲିବାନର ବଡ ବଡ ନେତା ପାକିସ୍ତାନ ସହ କୌଣସି ସମ୍ପର୍କ ନ ଥିବା କହୁଥିବା ବେଳେ ଏମାନଙ୍କ ସମ୍ପର୍କ କିନ୍ତୁ ଦାଣ୍ଡରେ ପଡି ହାଟରେ ଗଡୁଛି ଭଳି ଦେଖାଯାଉଛି । ଏଥର ପାକିସ୍ତାନର ଗୁଇନ୍ଦା ସଂସ୍ଥା ଆଇଏସ୍‌ଆଇର ମୁଖ୍ୟ ଫୈଜ ହମିଦ ହିଁ କାବୁଲ ପହଞ୍ଚିଛନ୍ତି । ପାକିସ୍ତାନର କୌଣସି ଅଧିକାରୀ ଏମିତି ଭାବେ ତାଲିବାନ ସରକାର ଗଠନ ପୂର୍ବରୁ ଆଫଗାନିସ୍ତାନରେ ପହଞ୍ଚିବା ଆପଣା ଛାଏଁ ବହୁତ କିଛି ସ୍ପଷ୍ଟ କରୁଛି ବୋଲି ଆଲୋଚନା ହେଉଛି । କୁହାଯାଉଛି କି ଆଇଏସ୍‌ଆଇ ମୁଖ୍ୟଙ୍କ ସହ କେତେଜଣ ସେନା ଅଧିକାରୀ ବି ଆଫଗାନିସ୍ତାନରେ ପହଞ୍ଚିଛନ୍ତି । ସେମାନେ କାବୁଲର ଏକ ହୋଟେଲରେ ରହିଛନ୍ତି । ସେଠାରେ ସେମାନେ ପାକିସ୍ତାନ ରାଷ୍ଟ୍ରଦୂତଙ୍କ ସହ ସାକ୍ଷାତ୍ କରିଥିବା କହିଛନ୍ତି । ହେଲେ ସୋସିଆଲ ମିଡିଆରେ ପୂର୍ବରୁ କିଛି ଫଟୋ ସାମ୍ନାକୁ ଆସିଥିଲା ଯେଉଁଥିରେ ଆଇଏସ୍‌ଆଇ ମୁଖ୍ୟଙ୍କୁ ତାଲିବାନ ମୁଖ୍ୟ ମୁଲ୍ଲା ଅବଦୁଲ ଗନି ବରାଦରଙ୍କ ସହ ଦେଖିବାକୁ ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ତୈଳ ଜାହାଜ ଉପରେ ଆମେରିକାର ବଡ଼ ଆକ୍ରମଣ

ଓ୍ବାଶିଂଟନ,୫ା୯: ଇରାନର ଇସ୍‌ଲାମିକ ରିଭଲ୍ୟୁଶନାରି ଗାର୍ଡ କର୍‌ (ଆଇଆର୍‌ଜିସି) ଆମେରିକା ନୌସେନାର ୨ ଯୁଦ୍ଧଜାହାଜକୁ ଟାର୍ଗେଟ କରି କ୍ଷେପଣାସ୍ତ୍ର ଛାଡ଼ିବା ପରେ ଆମେରିକା ସେନା ଅଶୋଧିତ ତୈଳ…

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri