Posted inଜାତୀୟ

ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗକୁ ଚାହିଁ ବସିଛି ପାକିସ୍ତାନ: ଜାଣିଶୁଣି କରୁଛି ଅସ୍ତ୍ରବିରତି ଉଲ୍ଲଂଘନ

ଶ୍ରୀନଗର,୧୧।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଉତ୍ତେଜନା ବଢ଼ିବାରେ ଲାଗିଛି। ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ସୁଯୋଗ ପାଇଁ ପାକିସ୍ତାନ ଜାଣିଶୁଣି ଏଭଳି କରୁଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ବୁଧବାର ସକାଳ ୯ଟା ୧୫ରେ ପୁଞ୍ଚ ଜିଲାର ଶାହପୁର, କେର୍ନି ଏବଂ କ୍ୱସବା ସେକ୍ଟର ଉପରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ସୀମା ନିକଟବର୍ତ୍ତୀ ଲଞ୍ଚପ୍ୟାଡ୍‌ରୁ ଭାରତରେ ଆତଙ୍କବାଦୀ ଅନୁପ୍ରବେଶ କରାଇବା ଏହାର ମୁଖ୍ୟ ଉଦ୍ଦେଶ୍ୟ ବୋଲି କୁହାଯାଉଛି। ତେବେ ଏହାର ଜବାବରେ ଭାରତୀୟ ଫରଓ୍ବାର୍ଡପୋଷ୍ଟ ଗୁଡ଼ିକରୁ ପାକିସ୍ତାନ ପୋଷ୍ଟକୁ ଲକ୍ଷ୍ୟ କରି ଗୁଳିଗୋଳା ମାଡ଼ କରାଯାଇଛି। ସୂଚନାଯୋଗ୍ୟ, ମଙ୍ଗଳବାର ମଧ୍ୟ ଏସବୁ ଅଞ୍ଚଳରେ ମୋର୍ଟାର ଶେଲିଂ ମାଡ଼ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବରଗଡ଼ ଆସୁଛନ୍ତି ଉପ ମୁଖ୍ୟମନ୍ତ୍ରୀ: ଏପଟେ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ରବିବାର ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ପୂର୍ବାହ୍ନ ପ୍ରାୟ ୧୧ଟାରେ…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri