Posted inଖେଳ

ପାକିସ୍ତାନ ସିରିଜ ବିଜୟୀ

ରାଓ୍ବଲପିଣ୍ଡି: ଅନ୍ତର୍ଜାତୀୟ ଦିନିକିଆରେ ଇଫ୍‌ତିଖର ଅହମ୍ମଦଙ୍କ ପ୍ରଥମ ୫ଉଇକେଟ ସଫଳତା ଏବଂ ବାବର ଆଜାମଙ୍କ ଆକର୍ଷଣୀୟ ଅପରାଜିତ ୭୭ରନ ସହାୟତାରେ ପାକିସ୍ତାନ ଏଠାରେ ରବିବାର ଅନୁଷ୍ଠିତ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଜିମ୍ବାଓ୍ବେକୁ ୬ ଉଇକେଟରେ ପରାସ୍ତ କରିଛି। ଏଥିସହ ଦଳ ୨-୦ରେ ଅଗ୍ରଣୀ ଲାଭ କରିଥିବାବେଳେ ୩ ମ୍ୟାଚବିଶିଷ୍ଟ ସିରିଜ ଆଗୁଆ ଜିତିନେଇଛି। ଅନ୍ତର୍ଜାତୀୟ ଦିନିକିଆରେ ପାକିସ୍ତାନର ଏହା ହେଉଛି କ୍ରମାଗତ ୮ମ ବିଜୟ। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଜିମ୍ବାଓ୍ବେ ସିନ୍‌ ଓ୍ବିଲିୟମ୍ସ (୭୦ବଲ୍‌ରୁ ୭୫ ରନ)ଙ୍କ ଲଢୁଆ ପ୍ରଦର୍ଶନ ସତ୍ତ୍ୱେ ୨୦୬ ରନ କରି ଅଲଆଉଟ ହୋଇଯାଇଥିଲା। ପାକିସ୍ତାନ ପକ୍ଷରୁ ଇଫତିକର ୪୦ ରନ ବିନିମୟରେ ୫ ଉଇକେଟ ଅକ୍ତିଆର କରିଥିବା ବେଳେ ମହମ୍ମଦ ମୁସା ୨ ଏବଂ ହାରିସ ରଫ୍‌, ଫହିମ ଅଶ୍ରଫ ଓ ଇମାଦ ଓ୍ବାସିମ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ଜବାବରେ ପାକିସ୍ତାନ ୩୫.୨ ଓଭରରେ ୪ଉଇକେଟ ବିନିମୟରେ ୨୦୮ରନ କରି ମ୍ୟାଚ ଜିତି ନେଇଥିଲା।
ସଂକ୍ଷିପ୍ତ ସ୍କୋର
ଜିମ୍ବାଓ୍ବେ:୪୫.୧ ଓଭରରେ ୨୦୬/ଅଲ୍‌ଆଉଟ୍‌ (ସିନ୍‌ ଓ୍ବିଲିୟମ୍ସ-୭୫, ଇଫ୍‌ତିଖର ଅହମ୍ମଦ-୫/୪୦, ମହମ୍ମଦ ମୁସା-୨/୨୧)।
ପାକିସ୍ତାନ: ୩୫.୨ ଓଭରରେ ୨୦୮/୪ (ବାବର ଆଜାମ-୭୭*, ଇମାମୁଲ ହକ୍‌-୪୯, ଟେଣ୍ଡାଇ ଚିସୋରେ-୨/୪୯)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍‌ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି।…

ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ…

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା…

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?