Posted inଖେଳ

ଏସିଆ କପ୍ ୨୦୨୫ ପାଇଁ ପାକିସ୍ତାନ ଦଳ ଘୋଷଣା: ବାବର ଆଜମ, ମହମ୍ମଦ ରିଜୱାନ ବାଦ୍

ନୂଆଦିଲ୍ଲୀ,୧୭।୮: ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏସିଆ କପ୍ ୨୦୨୫ ଓ ଆଫଗାନିସ୍ତାନ ତଥା ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ସହିତ ତ୍ରି-ଦେଶୀୟ ସିରିଜ ପାଇଁ ୧୭ ଜଣିଆ ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ ଭାବେ ଷ୍ଟାର ଖେଳାଳି ବାବର ଆଜମ ଓ ମହମ୍ମଦ ରିଜୱାନଙ୍କୁ ଦଳରୁ ବାଦ ଦିଆଯାଇଛି। ସଲମାନ ଅଲି ଆଘା ଦଳର ଅଧିନାୟକ ଦାୟିତ୍ୱ ତୁଲାଇବେ, ଆଉ ମହମ୍ମଦ ହାରିସ ଉଇକେଟ୍ ରକ୍ଷକ ଭାବେ ଦଳରେ ସ୍ଥାନ ପାଇଛନ୍ତି।

ଦଳରେ ଶାହିନ ଶାହ ଆଫ୍ରିଦି, ଫଖର ଜମାନ, ହାରିସ ରୌଉଫ, ହାସନ ଆଲି, ଫାହିମ ଆଶ୍ରାଫ, ସାଇମ ଆୟୁବ ଓ ହାସନ ନୱାଜ ସାମିଲ ଅଛନ୍ତି। ଏସିଆ କପ୍ ୨୦୨୫ ୟୁଏଇରେ ୯ରୁ ୨୮ ସେପ୍ଟେମ୍ବର ମଧ୍ୟରେ ହେବ। ପାକିସ୍ତାନ ଗ୍ରୁପ୍ ‘ଏ’ରେ ଭାରତ, ୟୁଏଇ ଓ ଓମାନ ସହ ରହିଛି। ସେମାନେ ଓମାନ ବିପକ୍ଷରେ ୧୨, ଭାରତ ବିପକ୍ଷରେ ୧୪ ଓ ୟୁଏଇ ବିପକ୍ଷରେ ୧୭ ସେପ୍ଟେମ୍ବରରେ ଖେଳିବେ।

୨୦୨୩ ଏସିଆ କପରେ ପାକିସ୍ତାନ ଫାଇନାଲରେ ପହଞ୍ଚି ପାରିନଥିଲେ। ୨୦୨୨ରେ ସେମାନେ ଶ୍ରୀଲଙ୍କାଠାରୁ ଫାଇନାଲରେ ହାରି ରନର୍ସ ଅପ୍ ହୋଇଥିଲେ।

ପାକିସ୍ତାନ ଦଳ: ସଲମାନ ଅଲି ଆଘା (ଅଧିନାୟକ), ଆବ୍ରାର ଆହମେଦ, ଫାହିମ ଆଶ୍ରାଫ, ଫଖର ଜାମାନ, ହାରିସ ରାଉଫ, ହାସନ ଆଲି, ହାସନ ନୱାଜ, ହୁସେନ ତାଲାତ, ଖୁଶଦିଲ ଶାହ, ମହମ୍ମଦ ହାରିସ, ମହମ୍ମଦ ନୱାଜ, ମହମ୍ମଦ ୱାସିମ ଜୁନିୟର, ସାହିବଜାଦା ଫରହାନ, ସାଇମ ଆୟୁବ, ସଲମାନ ମିର୍ଜା, ଶାହିନ ଶାହ ଆଫ୍ରିଦି, ସୁଫୟାନ ମୋକିମ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

ରାସ୍ତା କଡ଼ ତାର ବାଡ଼ରେ ପିଟିହେଲା ବାଇକ୍‌, ଆଉ ତା’ପରେ…

କଳିଙ୍ଗନଗର,୨୨।୩(ଶୁଭାଶିଶ ରାଉତ): ଯାଜପୁର ଜିଲା କୋରାଇ ଥାନା ଅଧୀନ ଖମିଗାଁ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍‌ ଭାରସାମ୍ୟ ହରାଇ ସ୍ଥାନୀୟ ପଛିକୋଟ…

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri