Posted inଖେଳ

ରେକର୍ଡ ସହ ସିରିଜ୍‌କୁ ଫେରିଲା ପାକିସ୍ତାନ

କରାଚୀ,୧।୪: ପାକିସ୍ତାନ ଦଳ ଦିନିକିଆ ଇତିହାସରେ ସର୍ବାଧିକ ଟାର୍ଗେଟ ୩୪୯ ରନ୍‌ର ପିଛା କରି ବିଜୟ ହାସଲ କରିଛି। ଅଧିନାୟକ ବାବାର ଆଜାମ (୧୧୪) ଏବଂ ଓପନର ଇମାମ ଉଲ ହକ୍‌ (୧୦୬)ଙ୍କ ଶତକ ଯୋଗୁ ଦ୍ୱିତୀୟ ଦିନିକିଆରେ ଅଷ୍ଟ୍ରେଲିଆକୁ ୬ ଉଇକେଟରେ ହରାଇ ଦେଇଛି ଘରୋଇ ପାକିସ୍ତାନ ଦଳ। ଫଳରେ ୧-୧ର ବରାବର ସ୍ଥିତିରେ ପହଞ୍ଚିଛି ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌।

ଇମାମ ଓ ଫାଖର ଜାମନ (୬୭)ଙ୍କ ଓପନିଂ ଯୋଡ଼ି ପାକିସ୍ତାନକୁ ୧୧୮ ରନ୍‌ର ଭଲ ଆରମ୍ଭ ଦେଇଥିଲେ। ତା’ ପରେ ଇମାମଙ୍କ ସହ ମିଶି ଆଉ ଏକ ଶତକୀୟ ଭାଗିଦାରୀ କରିଥିଲେ ଅଧିନାୟକ ବାବର। ଦୁହେଁ ଦ୍ୱିତୀୟ ଉଇକେଟ ପାଇଁ ୧୧୧ ରନ୍‌ ଯୋଡ଼ିଥିଲେ।
ଶେଷ ଆଡ଼କୁ କ୍ରମାଗତ ଓଭରରେ ବାବର ଏବଂ ମହମ୍ମଦ ରିଜଓ୍ବାନ (୨୩)ଙ୍କ ଉଇକେଟ ପଡ଼ିଯିବାରୁ ଅଷ୍ଟ୍ରେଲିଆକୁ ପ୍ରତ୍ୟାବର୍ତ୍ତନ ସୁଯୋଗ ମିଳିଥିଲା। କିନ୍ତୁ ଖୁଶଦିଲ ଶାହା (୨୭) ଏବଂ ଇଫତିକର ଅହମ୍ମଦ (୧୧)ଙ୍କ ଯୋଗୁ ଗୋଟିଏ ଓଭର ପୂର୍ବରୁ ୩୫୨ ରନ୍‌ କରି ପାକିସ୍ତାନ ମ୍ୟାଚ୍‌ ଜିତି ସିରିଜ୍‌କୁ ଫେରିଛି। ପୂର୍ବରୁ ବେନ ମ୍ୟାକଡରମୋଟ (୧୦୪) ଏବଂ ଟ୍ରାଭିସ ହେଡ୍‌ (୮୯)ଙ୍କ ଇନିଂସ ଯୋଗୁ ପ୍ରଥମେ ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆ ୫୦ ଓଭରରେ ୮ ଉଇକେଟ ହରାଇ ୩୪୮ ରନ୍‌ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri