କରୋନା ମହାମାରୀର ଫାଇଦା ନେଉଛି ପାକିସ୍ତାନ: ଆତଙ୍କବାଦୀ ଅନୁପ୍ରବେଶ ପାଇଁ ରଚିଛି ଷଡ଼ଯନ୍ତ୍ର

ଜେନେଭା/ନୂଆଦିଲ୍ଲୀ,୩।୧୧: କରୋନା ମହାମାରୀର ଫାଇଦା ନେଇ ପାକିସ୍ତାନ ଭାରତରେ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ଷଡ଼ଯନ୍ତ୍ର ରଚିଛି। ଜାତିସଂଘରେ ଭାରତ ପକ୍ଷରୁ ପାକିସ୍ତାନ ବିରୋଧରେ ଏଭଳି ଅଭିଯୋଗ ଅଣାଯାଇଛି। ଜାତିସଂଘରେ ଭାରତର ସ୍ଥାୟୀ ମିଶନର ସଚିବ ଆଶିଷ ଶର୍ମା ଏହା କହିଛନ୍ତି। ଭାରତର ବିଭିନ୍ନ ସମ୍ପ୍ରଦାୟ ମଧ୍ୟରେ ବିଭାଜନର ବିଷ ପାକିସ୍ତାନ ବୁଣୁଥିବା ସେ ଅଭିଯୋଗ କରିଛନ୍ତି। ବର୍ଣ୍ଣବୈଷମ୍ୟ, ସାଂସ୍କୃତିକ ଅସହିଷ୍ଣୁତା ସମ୍ପର୍କିତ ଏକ ଆଲୋଚନା ଚକ୍ରରେ ଯୋଗଦେଇ ସେ ଏଭଳି କହିଛନ୍ତି। କରୋନା ଯୋଗୁ ବିଶ୍ୱରେ ସଙ୍କଟ ସୃଷ୍ଟି ହେବା ସହିତ କାରବାର ଥମି ଯାଇଛି। ମାତ୍ର ପାକିସ୍ତାନ ଏହାର ସୁଯୋଗ ନେଇ ଆତଙ୍କବାଦୀ କାର୍ଯ୍ୟକଳାପକୁ ପ୍ରୋତ୍ସାହିତ କରୁଛି। ଭାରତରେ ଅଶାନ୍ତି ସୃଷ୍ଟି ପାଇଁ ପାକିସ୍ତାନ ଉଦ୍ୟମ କରୁଥିଲେ ମଧ୍ୟ ତାହା ବିଫଳ ହେବାରେ ଲାଗିଛି। ଭାରତର ଭିନ୍ନତାରେ ଏକତା ପରମ୍ପରା ଆଗରେ ପାକିସ୍ତାନର ସବୁ ଷଡ଼ଯନ୍ତ୍ର ଅସଫଳ ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଜନଗଣନା ପରେ ପଞ୍ଚାୟତ ଭୋଟ

ଭୁବନେଶ୍ୱର,୧୧।୭(ରବିନାରାୟଣ ଜେନା): ରାଜ୍ୟରେ ଚାଲିଥିବା ଭୋଟରତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ(ଏସ୍‌ଆଇଆର୍‌) ଏବଂ ଜନଗଣନା ପରେ ପଞ୍ଚାୟତ ଓ ପୌର ନିର୍ବାଚନ ହେବ ବୋଲି ରାଜ୍ୟ ନିର୍ବାଚନ ଆୟୁକ୍ତ(କମିଶନର)…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri