ପାକିସ୍ତାନ ଟାର୍ଗେଟରେ ଓଡ଼ିଶା? ଓ୍ବେବସାଇଟ୍‌କୁ କଲା ହ୍ୟାକ୍‌…

ଭୁବନେଶ୍ୱର,୮।୫: ବଡ଼ ଖବର। ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ପାକିସ୍ତାନୀ ସାଇବର ଅପରାଧୀଙ୍କ ଦ୍ୱାରା ଓଡ଼ିଶାର କେତେକ ଗୁରୁତ୍ୱପୂର୍ଣ୍ଣ ଓ୍ବେବସାଇଟ ହ୍ୟାକ ହୋଇଥିବା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, ଏହି ସାଇବର ଆକ୍ରମଣରେ ରାଜ୍ୟ ସରକାରୀ ବିଭାଗ ଏବଂ ଅନ୍ୟାନ୍ୟ ସଂସ୍ଥାଗୁଡ଼ିକର ଓ୍ବେବସାଇଟଗୁଡ଼ିକୁ ଟାର୍ଗେଟ କରାଯାଇଛି।

ଏହି ଘଟଣା ପରେ ରାଜ୍ୟ ସାଇବର ସୁରକ୍ଷା ବିଭାଗ ଏବଂ ପୋଲିସ ତଦନ୍ତ ଆରମ୍ଭ କରିଛି। ସୂତ୍ରରୁ ଜଣାପଡ଼ିଛି ଯେ, ହ୍ୟାକରମାନେ ଓ୍ବେବସାଇଟର ଡାଟାବେସରେ ଅନଧିକୃତ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ ଏବଂ କିଛି କ୍ଷେତ୍ରରେ ସେମାନେ ସଫଳ ହୋଇଛନ୍ତି। ତେବେ, ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଚୋରି ହୋଇଛି କି ନାହିଁ, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ।

ଓଡିଶା ଆଦର୍ଶ ବିଦ୍ୟାଳୟର ଅଫିସିଆଲ ୱେବସାଇଟ ହ୍ୟାକ ହୋଇଛି । ପାକିସ୍ତାନ ସାଇବର ଫୋର୍ସଙ୍କ ଦାରା ହାକ ହୋଇଥିବା କୁହାଯାଇଛି। କାଲି ଠାରୁ ହାକ ହୋଇଯାଇଛି ସାଇଟ । ଆଜି ସାଇଟଟି ସମ୍ପୂର୍ଣ୍ଣ ବ୍ଲାକ ହୋଇଯାଇଥିବା ସୂଚନା ମିଳିଛି । ଏ ନେଇ ଗଣ ଶିକ୍ଷା ବିଭାଗର ପ୍ରତିକ୍ରିୟା ମିଳିପାରିନାହିଁ।

ସାଇବର ସୁରକ୍ଷା ବିଶେଷଜ୍ଞମାନେ କହିଛନ୍ତି ଯେ, ଏହା ଏକ ସଙ୍ଗଠିତ ସାଇବର ଆକ୍ରମଣ ହୋଇପାରେ, ଯାହା ପଛରେ ପାକିସ୍ତାନୀ ହ୍ୟାକର ଗ୍ରୁପର ହାତ ରହିଥାଇପାରେ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ସରକାରୀ ଓ୍ବେବସାଇଟର ସୁରକ୍ଷା ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri