ପାକିସ୍ତାନରେ ଆତଙ୍କବାଦୀ ଆକ୍ରମଣ: ୫୦ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ପେଶାଓ୍ବର,୨୧ା୧୧: ପାକିସ୍ତାନର ଖାଇବର ପଖ୍‌ତୁନ୍‌ଖ୍ବା ପ୍ରଦେଶରେ ଗୁରୁବାର ଆତଙ୍କବାଦୀମାନେ କେତେକ ଯାତ୍ରୀବାହୀ ଯାନକୁ ଟାର୍ଗେଟ୍‌ କରି ଆକ୍ରମଣ କରିଛନ୍ତି। ଆକ୍ରମଣରେ ମୃତ୍ୟୁ ସଂଖ୍ୟା ୫୦କୁ ବୃଦ୍ଧି ଘଟିଛି। ଏଥିରେ ୨୦ଜଣ ଗୁରୁତର ଆହତ ହୋଇଥିବା ଜଣପଡିଛି। ଏନେଇ ମୃତ୍ୟୁ ସଂଖ୍ୟା ଆଗକୁ ବଢିପାରେ ବୋଲି ସୂଚନା ମିଳିଛି।

ଆଫଗାନିସ୍ତାନ ସୀମାକୁ ଲାଗିଥିବା ଖାଇବର ପଖ୍‌ତୁନ୍‌ଖ୍ବା ପ୍ରଦେଶର କୁରାମ ଜିଲାରେ ଆତଙ୍କବାଦୀମାନେ ଗାଡ଼ିଗୁଡ଼ିକ ଉପରେ ଅତର୍କିତ ଆକ୍ରମଣ କରିଥିଲେ। ଗାଡ଼ିଗୁଡ଼ିକ ପରଚିନାରରୁ ପେଶାଓ୍ବର ଯାଉଥିଲା। ମୃତକଙ୍କ ମଧ୍ୟରେ ୮ ମହିଳା ଓ ୫ ଛୋଟ ପିଲା ରହିଛନ୍ତି। ଅଧିକାଂଶ ମୃତକ ଶିୟା ସମ୍ପ୍ରଦାୟର ବୋଲି ଉଦ୍ଧାରକାରୀ ଦଳ ପକ୍ଷରୁ କୁହାଯାଇଛି। ସମ୍ପୃକ୍ତ ଅଞ୍ଚଳରେ ତାଲିବାନର ଆଧିପତ୍ୟ ରହିଛି। ଖାଇବର ପଖ୍‌ତୁନ୍‌ଖ୍ବା ମୁଖ୍ୟମନ୍ତ୍ରୀ ଅଲି ଅମିନ୍‌ ଖାନ୍‌ ଗଣ୍ଡାପୁର ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri