Posted inଖେଳ

ଦିନିକିଆ ବିଶ୍ୱକପ୍‌ରୁ ଓହରିଯିବା ଲାଗି ପାକିସ୍ତାନର ଧମକ

କରାଚୀ,୧୯ା୧୦(ପି.ଟି.): ଭାରତ ନିରପେକ୍ଷ ଭେନ୍ୟୁରେ ଏସିଆ କପ୍‌ ଖେଳିବାକୁ ପସନ୍ଦ କରିବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ ଜୟ ଶାହା ଏକଥା ପ୍ରକାଶ କରିବା ପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଭାରତ ଏସିଆ କପ୍‌ ଖେଳିବା ଲାଗି ଯଦି ପାକିସ୍ତାନ ନ ଆସେ ତେବେ ଆସନ୍ତାବର୍ଷ ଭାରତରେ ହେବାକୁଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ବିଶ୍ୱକପ୍‌ରୁ ପାକିସ୍ତାନ ଓହରିଯିବାକୁ ନିଷ୍ପତ୍ତି ନେଇ ପାରେ ବୋଲି ପିସିବି ଚେୟାରମ୍ୟାନ ରମିଜ ରାଜାଙ୍କ ନକିଟତମ ମହଲରୁ ପ୍ରକାଶ। ମଙ୍ଗଳବାର ମୁମ୍ବାଇରେ ବିସିସିଆଇର ବାର୍ଷିକ ସାଧାରଣ ବୈଠକ ପରେ ଶାହା ଖବରଦାତାମାନଙ୍କୁ କହିଥିଲେ ଯେ, ଭାରତ ଏସିଆ କପ୍‌ ଏକ ନିରପେକ୍ଷ ଭେନ୍ୟୁରେ ଖେଳିବ। ସୂଚନାଯୋଗ୍ୟ, ଏସିଆନ କ୍ରିକେଟ କାଉନ୍‌ସିଲ (ଏସିସି) ନିଷ୍ପତ୍ତି ଅନୁସାରେ ପାକିସ୍ତାନ ଏସିଆକପ୍‌ର ପରବର୍ତ୍ତୀ ସଂସ୍କରଣ ଆୟୋଜନ କରିବ। ଘଟଣାକ୍ରମେ ଶାହା ଏସିସିର ସଭାପତି ଅଛନ୍ତି। ରମିଜ ରାଜାଙ୍କ ନିକଟତମ ମହଲରୁ ପ୍ରକାଶ ଯେ ପିସିବି ଏକ କଠୋର ନିଷ୍ପତ୍ତି ନେବାକୁ ପ୍ରସ୍ତୁତ ହେଉଛି। ଆଇସିସି କିମ୍ବା ଏସିସି ଇଭେଣ୍ଟରେ ଭାଗ ନେଲେ ଆର୍ଥିକ ଫାଇଦା ରହିଛି। ପାକିସ୍ତାନ ଯଦି ଭାରତରେ ହେବାକୁଥିବା ବିଶ୍ୱକପ୍‌ରେ ଅଂଶଗ୍ରହଣ ନ କରେ ତେବେ ଏଥରୁ ବଞ୍ଚତ୍ତ ହେବ। ଭାରତ ଓ ପାକିସ୍ତାନ ଗ୍ଲେ୍‌ାବାଲ ଓ କଣ୍ଟିନେଣ୍ଟାଲ ଇଭେଣ୍ଟରେ ପରସ୍ପରକୁ ଭେଟୁଛନ୍ତି। ହେଲେ ୨୦୦୮ ଏସିଆ କପ୍‌ ପରେ ସେମାନେ ପଡୋଶୀ ଦେଶକୁ ଗସ୍ତ କରୁ ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri