Posted inଖେଳ

ପାକିସ୍ତାନରେ ହେବ ୨୦୨୫ ଚାମ୍ପିୟନ୍ସ ଟ୍ରଫି

ଦୁବାଇ,୧୬।୧୧: ୨୦୨୪ରୁ ୨୦୩୧ ମଧ୍ୟରେ ହେବାକୁ ଥିବା ପ୍ରତ୍ୟେକ ଆଇସିସି ଇଭେଣ୍ଟର ଆୟୋଜକଙ୍କ ତାଲିକା ମଙ୍ଗଳବାର ପ୍ରକାଶ କରିଛି ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ। ଅନ୍ତିମ ଥର ୨୦୧୭ରେ ଖେଳାଯାଇଥିବା ଚାମ୍ପିୟନ୍ସ ଟ୍ରଫି ଏଥର ଫେରିଛି। ଏହି ଇଭେଣ୍ଟର ପରବର୍ତ୍ତୀ ସଂସ୍କରଣ ୨୦୨୫ରେ ପାକିସ୍ତାନରେ ଖେଳାଯିବ। ଆଇସିସିର ଆଗାମୀ ସାଇକେଲରେ ହେବାକୁ ଥିବା ୨ଟି ଦିନିକିଆ ବିଶ୍ୱକପ୍‌, ୪ ଟି୨୦ ବିଶ୍ୱକପ୍‌ ଏବଂ ୨ଟି ଆଇସିସି ପୁରୁଷ ଚାମ୍ପିୟନ୍ସ ଟ୍ରଫି ଇଭେଣ୍ଟର ଆୟୋଜନ ଅଧିକାରୀ ୧୧ ପୂର୍ଣ୍ଣ ସଦସ୍ୟତା ପ୍ରାପ୍ତ ଦେଶ ଓ ୩ ଆସୋସିଏଟ୍‌ ମେମ୍ବରଙ୍କୁ ଦିଆଯାଇଛି।

ଆମେରିକା ଓ ନାମିବିଆ ପ୍ରଥମ ଥର ପାଇଁ ଆଇସିସି ବିଶ୍ୱକପ୍‌ ଇଭେଣ୍ଟ ଆୟୋଜନ କରିବେ। ପୂର୍ବରୁ ଅଷ୍ଟ୍ରେଲିଆ, ବାଂଲାଦେଶ, ଇଂଲଣ୍ଡ, ଆୟର୍ଲାଣ୍ଡ, ଭାରତ, ନ୍ୟୁଜିଲାଣ୍ଡ, ପାକିସ୍ତାନ, ସ୍କଟଲାଣ୍ଡ, ଦକ୍ଷିଣ ଆଫ୍ରିକା, ଶ୍ରୀଲଙ୍କା, ଓ୍ବେଷ୍ଟଇଣ୍ଡିଜ ଓ ଜିମ୍ବାଓ୍ବେ କ୍ରିକେଟର ମହାକୁମ୍ଭ ଆୟୋଜନ କରିଥିଲେ। ଆଗାମୀ ଦଶନ୍ଧିରେ ମଧ୍ୟ ଏମାନେ ଆଇସିସିର ମେଜର ଇଭେଣ୍ଟ ଆୟୋଜନ କରିବେ।

କେଉଁ ଇଭେଣ୍ଟର ଆୟୋଜନ ଅଧିକାରୀ କେଉଁ ଦେଶକୁ ମିଳିବ, ତାହା ବିଡିଂ ପ୍ରକ୍ରିୟା ଦ୍ୱାରା ଧାର୍ଯ୍ୟ ହୋଇଥିଲା। ମାର୍ଟିନ ସ୍ନେଡେନ, ସୌରଭ ଗାଙ୍ଗୁଲି ଓ ରିକି ସ୍କେରିଟଙ୍କୁ ନେଇ ଗଠିତ ଏକ ସବ୍‌ କମିଟିର ତତ୍ତ୍ୱାବଧାନରେ ଏହି ବିଡିଂ ପ୍ରକ୍ରିୟା ଅନୁଷ୍ଠିତ ହୋଇଥିଲା। ଏହି କମିଟିର ସୁପାରିଶକୁ ଆଇସିସି ମ୍ୟାନେଜମେଣ୍ଟ ଅନୁମୋଦନ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri