ଚାଇନାର ଧମକ ପରେ ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ କରିବ ପାକିସ୍ତାନ…

ଇସଲାମାବାଦ, ୧୦।୯ : ଆସନ୍ତା ସପ୍ତାହରୁ ଚାଇନା-ପାକିସ୍ତାନ ଅର୍ଥନୈତିକ କରିଡର ଅଧୀନରେ ସ୍ଥାପିତ ସ୍ବତନ୍ତ୍ର ବିଦ୍ୟୁତ ଶକ୍ତି ଉତ୍ପାଦକ (ଆଇପିପି) ମାନଙ୍କୁ ଦେୟ ଆରମ୍ଭ କରିବାକୁ ପାକିସ୍ତାନ ସରକାର ଘୋଷଣା କରିଛନ୍ତି। ଚାଇନାର ଧମକ ପରେ ପାକିସ୍ତାନ ସରକାର ଏଭଳି କରିବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଶନିବାର ସ୍ଥାନୀୟ ଗଣମାଧ୍ୟମକୁ ସରକାରଙ୍କ ପକ୍ଷରୁ ଏସମ୍ପର୍କିତ ସୂଚନା ପ୍ରଦାନ କରାଯାଇଛି।

ଡନ ଖବରକାଗଜ ରିପୋର୍ଟ କରିଛି ଯେ ଚାଇନାର ନିବେଶକଙ୍କ ସନ୍ତୁଷ୍ଟ କରିବା ପାଇଁ ସରକାର ସମଗ୍ର ଆର୍ଥିକ ବର୍ଷ ପାଇଁ ନିୟମିତ ମାସିକ ଦେୟ ପାଇଁ ଏକ କାର୍ଯ୍ୟସୂଚୀ ସ୍ଥିର କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ପାକିସ୍ତାନର ସେଣ୍ଟ୍ରାଲ ପାୱାର କ୍ରୟ ଏଜେନ୍ସି (ସିପିପିଏ) ଚାଇନାର ଆଇପିପି ଉପରେ ପ୍ରାୟ ୨୬ ହଜାର କୋଟି ଟଙ୍କାର ବିଦ୍ୟୁତ ଦେୟ ବକେୟା ରହିଛି।

ପାକିସ୍ତାନ ସରକାର ଚାଇନା କମ୍ପାନୀମାନଗୁଡ଼ିକୁ ଆଶ୍ୱାସନା ଦେଇଛନ୍ତି ଯେ, ବର୍ଷ ବର୍ଷ ଧରି ବିଚାରାଧୀନ ଆକାଉଣ୍ଟଗୁଡିକର ସମସ୍ୟାର ଶୀଘ୍ର ସମାଧାନ ହେବ। ଚାଇନାର ଆଇପିପିର ସମସ୍ତ ହିତାଧିକାରୀ ଏବଂ ସିଇଓଙ୍କ ବୈଠକରେ ଅର୍ଥମନ୍ତ୍ରୀ ଇସମାଇଲ ନିବେଶକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଚାଇନାର ନିବେଶକଙ୍କ ଦେୟ ଶୀଘ୍ର ପୈଠ କରାଯିବ। ଏନେଇ ପ୍ରଧାନମନ୍ତ୍ରୀ ଶହବାଜ ଶରିଫ ଉପଯୁକ୍ତ କାର୍ଯ୍ୟପନ୍ଥା ଗ୍ରହଣ ଉପରେ ଗୁରୁତ୍ୱାରୋପ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri