ପ୍ରତିଶୋଧ ନେଲା ପାକିସ୍ତାନ: ଇରାନରେ ପଶି କଲା ଏୟାର ଷ୍ଟ୍ରାଇକ

ଇସଲାମାବାଦ୍‌,୧୮।୧: ପାକିସ୍ତାନ ଗୁରୁବାର ଇରାନ ବିରୋଧରେ ପ୍ରତିଶୋଧ ନେଇଛି। ପାକିସ୍ତାନୀ ବାୟୁସେନା ଇରାନ ସୀମାରେ ପ୍ରବେଶ କରି ଆତଙ୍କବାଦୀ ଲୁଚି ରହିଥିବା ସ୍ଥାନ ଉପରେ ଏୟାର ଷ୍ଟାଇକ୍‌ କରିଛି। ଏହି ଆତଙ୍କବାଦୀ ଲୁଚି ରହିଥିବା ସ୍ଥାନ ବାଲୁଚି ବିଦ୍ରୋହୀଙ୍କର ଥିଲା। ବାଲୁଚିସ୍ତାନରେ ଇରାନ ଦ୍ୱାରା ହୋଇଥିବା ଏୟାର ଷ୍ଟ୍ରାଇକ ପରେ ପାକିସ୍ତାନର ଏହି ପଦକ୍ଷେପ ନେଇଛି। ଏହାପୂର୍ବରୁ ଇରାନ ବାୟୁସେନା ପାକିସ୍ତାନ ସୀମାରେ ଆତଙ୍କବାଦୀ ସଂଗଠନ ଜୈଶ ଅଲ-ଅଦାଲଙ୍କ ଦୁଇଟି ବେସ ଉପରେ ଆକ୍ରମଣ କରିଥିଲା। ପାକିସ୍ତାନ ଏ ବାବଦରେ ଅସନ୍ତୋଷ ବ୍ୟକ୍ତ କରିଥିଲା ଏବଂ ପ୍ରତିଶୋଧ ନେବାକୁ ମଧ୍ୟ ଚେତାବନୀ ଦେଇଥିଲା। ପାକିସ୍ତାନ ବାୟୁସେନା ଇରାନ ଭିତରେ ଥିବା ବାଲୁଚ ବିଚ୍ଛିନ୍ନତାବାଦୀ ଶିବିର ଉପରେ ଏୟାର ଷ୍ଟ୍ରାଇକ କରିଛି।
ପାକିସ୍ତାନୀ ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି କରି କହିଛି ଯେ, ଆଜି ସକାଳେ ଇରାନର ସିସ୍ତାନ-ଓ-ବ୍ଲୁଚିସ୍ତାନ ପ୍ରଦେଶରେ ଆତଙ୍କବାଦୀ ଲୁଚି ରହିଥିବା ସ୍ଥାନ ଉପରେ ପାକିସ୍ତାନ ସାମରିକ ଆକ୍ରମଣ କରିଥିଲା। ଏହି କାର୍ଯ୍ୟରେ ଅନେକ ଆତଙ୍କବାଦୀ ନିହତ ହୋଇଛନ୍ତି। ଗୁପ୍ତଚର ସୂଚନା ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। ଏହି ଅପରେସନ ର ନାମ ଥିଲା ‘ମାର୍କ ବାର୍‌ ସର୍ମାଚର୍‌’।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri