ବିଜୁଳି ଦର ବୃଦ୍ଧିକୁ ନେଇ ଦେଶବ୍ୟାପୀ ଧାରଣା, ସରକାରଙ୍କୁ ୭୨ଘଣ୍ଟା ସମୟ ଦେଲେ ବ୍ୟବସାୟୀ

ରାଜନୈତିକ ଅଚଳାବସ୍ଥା ସହ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି ପଡୋଶୀ ଦେଶ ପାକିସ୍ତାନ। ତେବେ ଇଲେକ୍ଟ୍ରି ବିଲ୍‌ ବୃଦ୍ଧି ସାଙ୍ଗକୁ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷର ଅହେତୁକ ଦରଦାମ ବୃଦ୍ଧିକୁ ନେଇ ପାକିସ୍ତାନର ବ୍ୟବସାୟୀମାନେ ଦେଶବ୍ୟାପୀ ଧର୍ମଘଟ ଡାକରା ଦେଇଛନ୍ତି। ଏହିସବୁ ସମସ୍ୟାକୁ ବିରୋଧ କରି ସେମାନେ ରାଜରାସ୍ତାକୁ ଓହ୍ଲାଇ ସରକାରଙ୍କ ବିରୋଧରେ ଏକ ବିଶାଳ ପ୍ରଦର୍ଶନ କରିଛନ୍ତି।

ଦର ବୃଦ୍ଧି ଓ ଇଲେକ୍ଟ୍ରି ବିଲ୍‌ ପ୍ରସଙ୍ଗରେ ପାକିସ୍ତାନରେ ଉତ୍ତେଜନା ଦେଖାଯିବା କାରଣରୁ କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ ଅନୱାରୁଲ ହକ କାକର ତାଙ୍କର ସରକାରୀ ଭାବେ କେନିଆ ଗସ୍ତକୁ ବାତିଲ କରିଛନ୍ତି। କେନିଆର ରାଷ୍ଟ୍ରପତି ୱିଲିୟମ ସାମୋଏ ରୁଟୋଙ୍କ ନିମନ୍ତ୍ରଣ କ୍ରମେ ଆଫ୍ରିକା ଜଳବାୟୁ ସମ୍ମିଳନୀରେ ଯୋଗଦେବା ପାଇଁ କାକର ସେପ୍ଟେମ୍ବର ୪ ରୁ ୬ ପର୍ଯ୍ୟନ୍ତ ନାଇରୋବି ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା।

ବିରୋଧ ପ୍ରଦର୍ଶନ ଯୋଗୁ କରାଚି, ଲାହୋର, ପେଶୱାର ତଥା ଦେଶର ଅନ୍ୟାନ୍ୟ ସହରରେ ବ୍ୟବସାୟିକ ଅନୁଷ୍ଠାନ ବନ୍ଦ ରହିଛି। ଧାରଣା ଯୋଗୁ ଯାତାୟତ ମଧ୍ୟ ବିପର୍ଯ୍ୟସ୍ତ ହୋଇ ପଡିଥିଲା। ଖାଇବର ପାଖ୍ବନଖୱା୍‌ର ଶାଙ୍ଗଲା ଜିଲାରେ ବିରୋଧ ପ୍ରଦର୍ଶନ ହେତୁ ରାସ୍ତା ଅବରୋଧ କରାଯାଇଥିଲା। କରାଚିରେ ତାଜିର ଆକ୍ସନ କମିଟି ଇଲେକ୍ଟ୍ରି ବିଲ ହ୍ରାସ କରିବାକୁ ସରକାରଙ୍କୁ ୭୨ଘଣ୍ଟା ସମୟ ଦେଇଛି। ସରକାର ଯଦି କଥା ନ ଶୁଣନ୍ତି ତେବେ ୧୦ଦିନିଆ ଧର୍ମଘଟ ହେବ ବୋଲି କମିଟି ଚେତାବନୀ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri