Posted inଜାତୀୟ

ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ : ମାନକୋଟ ସେକ୍ଟରରେ ମୋର୍ଟାର ଶେଲିଂ ମାଡ଼, ୨୯ ଦିନରେ ୪୫ ଥର

ଶ୍ରୀନଗର, ୨୯।୯: ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାର ପୁଞ୍ଚ୍‌ ଜିଲାରେ ମଙ୍ଗଳବାର ଭୋର୍‌ ୪ଟା ୩୦ରେ ପୁଣି ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ମାନକୋଟ ସେକ୍ଟରରେ ପାକିସ୍ତାନ ପଟୁ ଘନଘନ ମୋର୍ଟାର ଶେଲିଂ ମାଡ଼ କରାଯାଇଛି। ମୋର୍ଟାର ଶେଲିଂ ମାଡ଼ ହେବାରୁ ସୀମାବର୍ତ୍ତୀ ଅଞ୍ଚଳରେ ବାସ କରୁଥିବା ଲୋକେ ଭୟରେ ବଙ୍କର ମଧ୍ୟକୁ ପଶିଯାଇଥିଲେ। ଏହାର ଉତ୍ତରରେ ଭାରତୀୟ ଯବାନଙ୍କ ପକ୍ଷରୁ ପାଲଟା ଗୁଳିମାଡ଼ କରାଯାଇଛି। ନିୟନ୍ତ୍ରଣ ରେଖା ନିକଟରେ ଥିବା ଲଞ୍ଚପ୍ୟାଡ୍‌ରୁ ଭାରତରେ ଆତଙ୍କବାଦୀ ଅନୁପ୍ରବେଶ କରାଇବା ଲାଗି ପାକିସ୍ତାନ ଜାଣିଶୁଣି ଲଗାତାର ଏଭଳି କରୁଥିବା କୁହାଯାଉଛି। ଏଥିରେ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇର ହାତ ଥିବା କୁହାଯାଉଛି। ପାକିସ୍ତାନ ବାରମ୍ବାର ଅସ୍ତ୍ରବିରତି ଉଲ୍ଲଂଘନ କରୁଥିବାରୁ ଏଲ୍‌ଓସିରେ ଉତ୍ତେଜନା ବଢ଼ିବାରେ ଲାଗିଛି। ସୂଚନାଯୋଗ୍ୟ, ଚଳିତ ମାସରେ ସେପ୍ଟେମ୍ବର ୧ଠାରୁ ୨୯ ମଧ୍ୟରେ ବର୍ତ୍ତମାନ ସୁଦ୍ଧା ପାକିସ୍ତାନ ୪୫ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଥିବା ଭାରତୀୟ ପ୍ରତିରକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣା: ଉଭୟ ପକ୍ଷର ୨ ଅଭିଯୁକ୍ତ ସୂର୍ଯ୍ୟ, ରଘୁନାଥଙ୍କୁ …

ଦିଗପହଣ୍ଡି,୭।୮(ଅଶେଷ ନାଥ ମିଶ୍ର) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ – ପ୍ରତି ଆକ୍ରମଣ ଘଟଣାରେ ସମ୍ପୃକ୍ତ ସାନଖେମୁଣ୍ଡି ବ୍ଳକ ପଳାସପୁର ନିକଟ ରତ୍ନମଣିପୁର ଗ୍ରାମର…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ବୃଦ୍ଧଙ୍କୁ ୭ ମାସ ହେଲା ମିଳିନି ଭତ୍ତା; ଥାନାରେ ଦେଲେ ଏତଲା, ତା’ପରେ…

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର କନ୍ତାରୁ ବକ୍ସି(୮୩) ନାମକ ଜଣେ ବୃଦ୍ଧଙ୍କୁ ଗତ ୭ ମାସ ହେଲା ଭତ୍ତା ଟଙ୍କା…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ ବୋନସ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ଏମ୍‌ପି

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ କେନ୍ଦୁପତ୍ର ତୋଳାଳି, ସିଜିନାଲ କର୍ମଚାରୀ,ବନ୍ଧେଇ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ଯଥାକ୍ରମେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ…

ପୁଣି PM ମୋଦିଙ୍କ ଆଗରେ ବଡ଼ ଦାବି ରଖିଲେ ଅଭିଜିତ ଦୀପକେ: ୧୫ ଅଗଷ୍ଟରେ Gen Z ଙ୍କ ପାଇଁ…

ନୂଆଦିଲ୍ଲୀ, ୭।୮: ଜନ୍ତର ମନ୍ତରରେ ପ୍ରତିବାଦ କରିବା ପରେ ବର୍ତ୍ତମାନ କକରୋଚ ଜନତା ପାର୍ଟି (CJP) ନୂଆ ପ୍ରସଙ୍ଗଗୁଡ଼ିକୁ ନେଇ ଆଲୋଚନା କରୁଛି। ସିଜେପିର କୋର୍‌ ଟିମ୍‌ର…

ଆଜିର ରାଶିଫଳ: ସିଂହ ରାଶିରେ ବୁଧଙ୍କ ଗୋଚର, ଅଚାନକ ଏହି ୫ ରାଶିକୁ ମିଳିବ…

ବୈଦିକ ଜ୍ୟୋତିଷ ଅନୁସାରେ ବୁଧ କେବଳ ଏକ ଅତ୍ୟନ୍ତ ଶୁଭ ଗ୍ରହ ନୁହେଁ, ବରଂ ବୁଦ୍ଧି, ବାଣୀ, ତର୍କ, ବ୍ୟାପାର, ସଂଯୋଗ ଓ କୌଶଳର କାରକ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri