Posted inଜାତୀୟ

ପ୍ରତିଦିନ ୧୩ ଥର ଅସ୍ତ୍ରବିରତି ଉଲ୍ଲଂଘନ କରୁଛି ପାକିସ୍ତାନ

ନୂଆଦିଲ୍ଲୀ, ୧।୯: ଭାରତ ପାକିସ୍ତାନ ସୀମାରେ ଉତ୍ତେଜନା ବଢିବାରେ ଲାଗିଛି। ୨୦୨୦ର ପ୍ରଥମ ସାତ ମାସ ମଧ୍ୟରେ ପାକିସ୍ତାନ ୨ ହଜାର ୯୫୨ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଜୁଲାଇ ମାସ ମଧ୍ୟରେ ପାକିସ୍ତାନ ପ୍ରତି ଦିନ ହାରାହାରି ୧୩.୮୯ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଥିବା ଏକ ରିପୋର୍ଟରେ ଦର୍ଶାଯାଇଛି। ଜମ୍ମୁ-କଶ୍ମୀରର ନିୟନ୍ତ୍ରଣ ରେଖାଠାରେ ହୋଇଥିବା ଏହି ଅସ୍ତ୍ରବିରତି ଉଲ୍ଲଂଘନରେ ୮ ଜଣ ସୁରକ୍ଷାକର୍ମୀ ଶହୀଦ୍‌ ହୋଇଥିବାବେଳେ ୧୫ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏଥିରେ ୬୨ ସୁରକ୍ଷାକର୍ମୀ ଆହତ ହୋଇଥିବାବେଳେ ୩୮ ଜଣ ସାଧାରଣ ଲୋକ ଆହତ ହୋଇଥିବା ରିପୋର୍ଟରେ ପ୍ରକାଶ ପାଇଛି। ଏସମ୍ପର୍କରେ ସୂଚନା ଅଧିକାର ଆଇନ ଅନ୍ତର୍ଗତ ପଚରା ଯାଇଥିବା ଏକ ପ୍ରଶ୍ନର ଉତ୍ତରରେ ମିଳିଥିବା ରିପୋର୍ଟରେ ଉଲ୍ଲେଖ ହୋଇଛି। ସୂଚନା ଅଧିକାର କର୍ମୀ ରମଣ ଶର୍ମାଙ୍କ ପକ୍ଷରୁ ଏନେଇ ଉତ୍ତର ସ୍ବରାଷ୍ଟ୍ର ବ୍ୟାପାର ମନ୍ତ୍ରଣାଳୟ ଠାରୁ ଲୋଡ଼ା ଯାଇଥିଲା। ଗତ ୨ ବର୍ଷ ୭ ମାସ ମଧ୍ୟରେ ପାକିସ୍ତାନ ୮ ହଜାର ୫୭୧ଥର ଅସ୍ତ୍ର ବିରତି ଉଲ୍ଲଂଘନ କରିଛି। ଏହି ସମୟ ମଧ୍ୟରେ ୫୬ ସୁରକ୍ଷାକର୍ମୀ ଶହୀଦ୍‌ ହୋଇଛନ୍ତି। ସେହିପରି ୬୩ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୬୦୮ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୩୦୦ ସୁରକ୍ଷାକର୍ମୀ ରହିଛନ୍ତି। ୨୦୧୮ରେ ପାକିସ୍ତାନ ୨ ହଜାର ୧୪୦ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଥିଲା। ସେହିପରି ୨୦୧୯ରେ ୩ ହଜାର ୪୮୯ ଥର ଅସ୍ତ୍ରବିରତି ଉଲ୍ଲଂଘନ କରିଥିବା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ: ୩ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାର):ବରଗଡ଼ କୋର୍ଟ ସମ୍ମୁଖରେ ଗୁରୁବାର ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ମୁଣ୍ଡରେ ଗଭୀର ଆଘାତ ଲାଗିଥିବାରୁ ସହରାଞ୍ଚଳ ଗୋଷ୍ଠୀ…

ପ୍ରଦୂଷଣର ହେଉନି ସ୍ଥାୟୀ ପ୍ରତିକାର: ୭ଦିନରେ ୯ହୋଟେଲକୁ ନୋଟିସ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଦୂଷଣ ବଢ଼ି ଚାଲିଛି। ସହର ରାସ୍ତାକଡ଼ଠାରୁ ଆରମ୍ଭ କରି ନାଳ ନର୍ଦ୍ଦମା, କେନାଲ ଯେଉଁଆଡ଼େ ଦେଖିଲେ ପଡ଼ି ରହିଛି କୁଢ଼କୁଢ଼ ମଇଳା ଆବର୍ଜନା।…

ବିପଦପୂର୍ଣ୍ଣ ରାସ୍ତା, ଲୋକେ ହଟହଟା: ବୁର୍ଡ଼ା-ଅର୍ଜୁନପୁର ପିଡବ୍ଲ୍ୟୁଡି ରାସ୍ତା କଲଭର୍ଟ ଭୁଶୁଡ଼ି ଗର୍ତ୍ତ

ଲୋଇସିଂହା,୭।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ବୁର୍ଡା ଛକରୁ ଅର୍ଜୁନପୁର ପିଡବ୍ଲୁଡି ରାସ୍ତାର କୁମୁଣ୍ଡେ ଶୁଳିଆ ଛକ ନିକଟ କଲଭର୍ଟ ଭାଙ୍ଗି ଗର୍ତ୍ତ ସୃଷ୍ଟି ହୋଇଛି। ଏହାର…

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ୨୫ ପ୍ରତିଶତ ବୋନସ: ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ଏମ୍‌ପି

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ):ଓଡ଼ିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୧୨ଲକ୍ଷ କେନ୍ଦୁପତ୍ର ଶ୍ରମିକ କେନ୍ଦୁପତ୍ର ତୋଳାଳି, ସିଜିନାଲ କର୍ମଚାରୀ,ବନ୍ଧେଇ ଶ୍ରମିକମାନଙ୍କ ପାଇଁ ରାଜ୍ୟ ସରକାର ଯଥାକ୍ରମେ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ…

ପୁଣି PM ମୋଦିଙ୍କ ଆଗରେ ବଡ଼ ଦାବି ରଖିଲେ ଅଭିଜିତ ଦୀପକେ: ୧୫ ଅଗଷ୍ଟରେ Gen Z ଙ୍କ ପାଇଁ…

ନୂଆଦିଲ୍ଲୀ, ୭।୮: ଜନ୍ତର ମନ୍ତରରେ ପ୍ରତିବାଦ କରିବା ପରେ ବର୍ତ୍ତମାନ କକରୋଚ ଜନତା ପାର୍ଟି (CJP) ନୂଆ ପ୍ରସଙ୍ଗଗୁଡ଼ିକୁ ନେଇ ଆଲୋଚନା କରୁଛି। ସିଜେପିର କୋର୍‌ ଟିମ୍‌ର…

୧୧ କୋଟି ଟଙ୍କାର ଲଟେରି ଟିକେଟ ଅଳିଆରୁ ଉଦ୍ଧାରକଲେ ସଫେଇ କର୍ମଚାରୀ

ରୋମ୍‌,୭ା୮:ଇଟାଲୀରେ ଜଣେ ମହିଳା ୧୧ କୋଟି ଟଙ୍କା (୧ ମିଲିୟନ/ପ୍ରାୟ ୧୦.୯ କୋଟି ଟଙ୍କା)ର ମେଗା ଲଟେରି ଜିତିବା ପରେ ଭୁଲବଶତଃ ତାହାକୁ ଅଳିଆ ଗଦାରେ ଫିଙ୍ଗି…

କେନ୍ଦ୍ର କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ଜାଣନ୍ତୁ କେଉଁ ପ୍ରସ୍ତାବ ଉପରେ ଲାଗିଲା ମୋହର

ନୂଆଦିଲ୍ଲୀ,୬ା୮: ଦେଶରେ କମ୍ପ୍ରେସଡ୍‌ ବାୟୋଗ୍ୟାସ୍‌ (ସିବିଜି) ଉତ୍ପାଦନକୁ ତ୍ୱରାନ୍ବିତ କରିବା ଏବଂ ଜୀବାଶ୍ମ ଇନ୍ଧନ ଆମଦାନୀ ଉପରୁ ନିର୍ଭରଶୀଳତା ହ୍ରାସ କରିବା ପାଇଁ କେନ୍ଦ୍ର କ୍ୟାବିନେଟ ଗୁରୁବାର…

ୟୁପିଆଇ ଉପରେ ଶୁଳ୍କ ଲାଗୁ ନେଇ ଲୋକ ସଭାରେ ବିଲ୍‌ ପାରିତ

ନୂଆଦିଲ୍ଲୀ, ୭ା୮(ପି.ଟି.): ଗୁରୁବାର ଅପରାହ୍ନ ୨ଟାରେ ଗୃହ କାର୍ଯ୍ୟ ପୁନଃ ଆରମ୍ଭ ହେବା ପରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ‘କର ଓ ଅନ୍ୟାନ୍ୟ ଆଇନ (ସଂଶୋଧନ) ବିଲ୍‌,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri