Posted inଖେଳ

କୋହଲିଙ୍କୁ ନେଇ ବଡ ବୟାନ ଦେଲେ ମହମ୍ମଦ ରିଜୱାନ, ଜାଣନ୍ତୁ କ’ଣ କହିଲେ ପାକିସ୍ତାନ ଖେଳାଳି

ନୂଆଦିଲ୍ଲୀ,୯।୨: କ୍ରିକେଟର ବିରାଟ କୋହଲିଙ୍କ ନାମ ସମସ୍ତଙ୍କ ଓଠରେ ରହିଥାଏ, ତାଙ୍କ ପ୍ରଶଂସକ ହୁଅନ୍ତୁ କିମ୍ବା ତାଙ୍କ ସାଥୀ ହୁଅନ୍ତୁ। କୋହଲିଙ୍କ ସହ ଖେଳୁଥିବା ଅନ୍ୟ ଦେଶର ଖେଳାଳିମାନେ ମଧ୍‌ୟ ତାଙ୍କୁ ପ୍ରଶଂସା କରୁଥିବା ଦେଖାଯାଏ । କିନ୍ତୁ ମହମ୍ମଦ ରିଜୱାନ କୋହଲିଙ୍କୁ କିଛି ଅଲଗା କଥା କହିଛନ୍ତି। ତେବେ ଆସନ୍ତୁ ଜାଣିବା ରିଜୱାନ କୋହଲିଙ୍କ ବିଷୟରେ କ’ଣ କହିଛନ୍ତି।

କୋହଲିଙ୍କ ବିଷୟରେ ପାକିସ୍ତାନ ଉଇକେଟ୍‌ କିପର ବ୍ୟାଟ୍ସମ୍ୟାନ କହିଛନ୍ତି ଯେ, କେବଳ ହାରାହାରି ଖେଳାଳି ସେମାନଙ୍କ ହାରାହାରି ଦେଖନ୍ତି, କୋହଲିଙ୍କ ପରି ଖେଳାଳିମାନେ ଏହି ଜିନିଷ ପ୍ରତି ଧ୍ୟାନ ଦିଅନ୍ତି ନାହିଁ।

ଆଜିକାଲି ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ଖେଳୁଛି। ଏହି ସିରିଜରେ ଦୁଇଟି ମ୍ୟାଚ ଖେଳାଯାଇଛି । ବିସିସିଆଇ ପୂର୍ବରୁ ସିରିଜର ଦୁଇଟି ମ୍ୟାଚ ପାଇଁ ଭାରତୀୟ ଦଳ ଘୋଷଣା କରିଥିଲା। ଦଳ ଘୋଷଣା ସମୟରେ ବିରାଟ କୋହଲି ଭାରତୀୟ ଦଳର ଏକ ଅଂଶ ଥିଲେ। କିନ୍ତୁ ପରେ ବିସିସିଆଇ ଏକ ଅପଡେଟ ଦେବାବେଳେ କହିଥିଲା ଯେ ବ୍ୟକ୍ତିଗତ କାରଣରୁ କୋହଲି ପ୍ରଥମ ଦୁଇଟି ମ୍ୟାଚରୁ ତାଙ୍କ ନାମ ପ୍ରତ୍ୟାହାର କରି ନେଇଛନ୍ତି। ତେବେ ଏବେ ଖେଳାଯିବାକୁ ଥିବା ୩ୟ ମ୍ୟାଚରେ କୋହଲି ଖେଳିବେ କି ନାହିଁ ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆର ଶୀର୍ଷ ଗୁପ୍ତଚର ଅଧିକାରୀଙ୍କୁ ଆକ୍ରମଣ

ମସ୍କୋ,୬।୨: ମସ୍କୋରେ ଏକାଧିକ ଗୁଳି ମାଡ଼ ହେବା ପରେ ଜଣେ ବରିଷ୍ଠ ରୁଷୀୟ ସେନା ଜେନେରାଲ ଆହତ ହୋଇଛନ୍ତି। ସହରର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏକ ଆବାସିକ କୋଠାରେ…

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

ରୋଗୀଙ୍କୁ ଔଷଧ ଖୁଆଇବେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୬୬।୨: ଫାଇଲେରିଆ ନିରାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏଣିକି ସ୍ବାସ୍ଥ୍ୟକର୍ମୀ ଘରକୁ ଘର ଯାଇ ଫାଇଲେରିଆରେ ଆକ୍ରାନ୍ତ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

ଦିଲ୍ଲୀପ ରାୟଙ୍କ ନିର୍ବାଚନୀ ମାମଲା ଚାଲିବ: ହାଇକୋର୍ଟ

ଭୁବନେଶ୍ୱର,୬।୨: ହାଇକୋର୍ଟରେ ରାଉଲକେଲା ବିଧାନସଭା ନିର୍ବାଚନୀ ମାମଲାର ଶୁଣାଣି ହୋଇଛି। ବିଧାୟକ ଶାରଦା ନାୟକଙ୍କ ବିରୋଧରେ ୩ ମାମଲାକୁ  ହାଇକୋର୍ଟ ଖାରଜ କରିଛନ୍ତି । ଅନ୍ୟପକ୍ଷେ, ୩…

କେଉଁଥିରେ ତିଆରି ହୋଇଛି T20 World Cup Trophy ? ଜାଣନ୍ତୁ ଏହାର ଓଜନ ସହ ମୂଲ୍ୟ କେତେ

ନୂଆଦିଲ୍ଲୀ,୬।୨: ୨୦୨୬ T20 World Cup ଫେବୃଆରୀ ୭ରୁ ଆରମ୍ଭ ହେବ। ଏହି ଟୁର୍ଣ୍ଣାମେଣ୍ଟରେ କୋଡ଼ିଏଟି ଦଳ ଅଂଶଗ୍ରହଣ କରୁଛନ୍ତି। ସମସ୍ତ ଦଳକୁ ଚାରୋଟି ଗ୍ରୁପରେ ବିଭକ୍ତ…

ଶୁକ୍ରବାର ନମାଜ ସମୟରେ ଆତ୍ମଘାତୀ ବୋମା ବିସ୍ଫୋରଣ, ୧୨ ମୃତ

ଇସଲାମାବାଦ,୬।୨: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି। ସିଆ ମସଜିଦ, କସର୍‌-ଏ-ଖାଦିଜାତୁଲ କୁବ୍ରାରେ ଶୁକ୍ରବାର ନମାଜ ପାଠ ସମୟରେ ଏକ ଆତ୍ମଘାତୀ ବିସ୍ଫୋରଣ…

୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri