Posted inଖେଳ

ଟି-୨୦ ଓ୍ବାଲର୍‌ଡକପ ଖେଳିବାକୁ ଭାରତ ଆସିବ ପାକିସ୍ତାନ: ଭିଜା ଜାରି ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଅନୁମତି…

ନୂଆଦିଲ୍ଲୀ,୭।୧୨ : ଭାରତରେ ଅନୁଷ୍ଠିତ ହେବାକୁ ଥିବା ଦୃଷ୍ଟିବାଧିତ କ୍ରିକେଟ ଟି-୨୦ ବିଶ୍ୱକପ ୨୦୨୨ରେ ପାକିସ୍ତାନର ଖେଳାଳିମାନେ ଶେଷରେ ଭାରତ ଆସିବାକୁ ଭିଜା ସମ୍ବନ୍ଧୀୟ ଅନୁମତି ପାଇଛନ୍ତି। ଭାରତରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱକପ ପାଇଁ ପାକିସ୍ତାନ କ୍ରିକେଟ ଦଳର ୩୪ ଖେଳାଳି ଏବଂ ଅଧିକାରୀଙ୍କୁ ଭିଜା ପ୍ରଦାନକୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଅନୁମୋଦନ କରିଛି। ବର୍ତ୍ତମାନ ବହିର୍ବ୍ୟାପାର ମନ୍ତ୍ରଣାଳୟ ପାକିସ୍ତାନୀ ଦଳକୁ ଭିଜା ପ୍ରଦାନ କରିବାରେ ସକ୍ଷମ ହେବେ।

ବାସ୍ତବରେ ଏହା ପୂର୍ବରୁ ଭାରତ ପାକିସ୍ତାନ ଦୃଷ୍ଟି ବାଧିତ କ୍ରିକେଟ ଦଳକୁ ଭିଜା ଦେବାକୁ ମନା କରିଦେଇଥିଲା। ଏ ସମ୍ପର୍କରେ ଦୃଷ୍ଟି ବାଧିତ କ୍ରିକେଟ ଫେଡେରେଶନ ଅଫ ଇଣ୍ଡିଆ କହିଥିଲା ଯେ ପାକିସ୍ତାନର ଭିଜା ପ୍ରତ୍ୟାଖ୍ୟାନ କରାଯାଇଛି। ସେମାନେ ବିଶ୍ୱକପରେ ଭାଗ ନେବାକୁ ଆସୁନାହାଁନ୍ତି। ଏଥି ସହିତ, ଏହା ପରେ ପାକିସ୍ତାନ ଏ ସମ୍ପର୍କରେ ପ୍ରଶ୍ନ ଉଠାଇଥିଲା। ପାକିସ୍ତାନ କ୍ରିକେଟ ପରିଷଦ କହିଥିଲା ଯେ କ୍ରୀଡା ଆଞ୍ଚଳିକ ରାଜନୀତିଠାରୁ ଅଧିକ ହେବା ଉଚିତ ଏବଂ ମେଗା କ୍ରୀଡା ଇଭେଣ୍ଟରେ ନ୍ୟାୟ ଦିଆଯିବା ଉଚିତ।

ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଅଧିକାରୀ କହିଛନ୍ତି ଯେ ୩୪ ସଦସ୍ୟ ବିଶିଷ୍ଟ ପାକିସ୍ତାନ କଣ୍ଟିଜେଣ୍ଟକୁ ଭିଜା ପ୍ରଦାନ ପାଇଁ ଅନୁମତି ଦିଆଯାଇଛି। ଭିଜା ଦେବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟର କାମ ନୁହେଁ। ଏଥି ସହ ଦୃଷ୍ଟି ବାଧିତ କ୍ରିକେଟ ଫେଡେରେଶନ ଅଫ ଇଣ୍ଡିଆର ଅଧ୍ୟକ୍ଷ ଜି.କେ ମହନ୍ତେଶ ଟୁଇଟ କରି କହିଛନ୍ତି ଯେ ଏହା ଏକ ଖୁସି ଖବର ଏବଂ ଖୁବ ଶୀଘ୍ର ପାକିସ୍ତାନ କ୍ରିକେଟ ଦଳ ଆମ ସହ ଯୋଗଦେବେ ବୋଲି ଆଶା କରାଯାଉଛି। ଏଥିପାଇଁ ସେ ଭାରତ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?